Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୨୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବାର ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ସକାଶେ ତ୍ତ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଶାନ୍ତି ନଷ୍ଟ ହୋଇପାରେ। ବନ୍ଧୁଙ୍କ ସହଯୋଗ ଅଭାବରୁ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିବ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲରେ ବିତିବ।
ବୃଷ
ବୃଷ
ସମସ୍ୟା ମଧ୍ୟରେ ଗତିକରି ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ। ଅଫିସ୍‌ରେ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ରୋହିଣୀ ନକ୍ଷତ୍ର ବନ୍ଧୁଙ୍କ ସହ ଦୂର ଭ୍ରମଣର ଚିନ୍ତା କରିପାରନ୍ତି।
ମିଥୁନ
ମିଥୁନ
ଶତ୍ରୁମାନେ ବିବାଦକରିି କାର୍ଯ୍ୟକୁ ସାମୟିକ ଅଟକାଇ ଦେଇପାରନ୍ତି। ଅନ୍ୟମାନଙ୍କ ସହ ତୁଳାନାମତ୍କ ବିଚାର ଦ୍ୱାରା ନିଜକୁ ହେୟ ମନେ କରିପାରନ୍ତି। ସନ୍ଧ୍ୟାରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ମୃଗଶିରା ନକ୍ଷତ୍ର ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।
କର୍କଟ
କର୍କଟ
ସାମୟିକ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆର୍ଥିକ ଅନଟନ ରହିଥିଲେ ମଧ୍ୟ ପରି)ସ୍ଥିତିକୁ ସମ୍ଭାଳି ନେବେ। ପୁଷ୍ୟା ନକ୍ଷତ୍ର ପୂର୍ବ ନିର୍ଦ୍ଧାରିତ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ଧାର କରଜ, ଭଡ଼ା ସୂତ୍ରରୁ କିମ୍ବା ବକେୟା ଟଙ୍କା ପାଇପାରନ୍ତି।
ସି˚ହ
ସି˚ହ
ଉପରିସ୍ଥ କର୍ମଚାରୀଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ବ୍ୟବସାୟ କ୍ଷେତ୍ରରୁ ଅଂଶଧନ ହିସାବରେ ଅଧିକ ଧନ ପାଇ ଖୁସି ହେବେ। ତଥାପି ପାରିବାରିକ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ମଘା ନକ୍ଷତ୍ର ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ।
କନ୍ୟା
ଦୀର୍ଘ ଦିନର ଆଶା ପୂରଣ ହେବା ସଙ୍ଗକୁ ସମ୍ପର୍କୀୟଙ୍କ ଶୁଭ ସୂଚନାରୁ ଖୁସି ହେବେ। ହସ୍ତା ନକ୍ଷତ୍ରର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ନୂତନ କର୍ମସଂସ୍ଥାନ ପାଇଁ ମନ ବଳାଇ ପାରନ୍ତି। ଭାଇଙ୍କ ଆରୋଗ୍ୟଲାଭ ସକାଶେ ଚିନ୍ତା କରିବେ।
ତୁଳା
ତୁଳା
ଆଜି ଅର୍ଥ ଓ ସମ୍ମାନ ପାଇବା ସଙ୍ଗକୁ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ବିଶାଖା ନକ୍ଷତ୍ର ସାମାଜିକ ସ୍ତରରେ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ସହକର୍ମୀ ମାନଙ୍କ ସହାନୁଭୂତିରୁ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।
ବିଛା
ବିଛା
ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ଜ୍ୟେଷ୍ଠା ନକ୍ଷତ୍ର ପରିବାରରେ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ। ଆଶା ପୂରଣ ହୋଇଯିବାରୁ ଅନୁରାଧା ନକ୍ଷତ୍ରର ମାନସିକ ଅବସାଦ ଦୂର ହେବ। କର୍ମକ୍ଷେତ୍ରରେ ବିଶେଷ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।
ଧନୁ
ଧନୁ
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଉପକାର ମିଳିବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ,ଏଣୁ ସାବଧାନ ରହିବା ଭଲ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ପରୋକ୍ଷ ସମାଲୋଚନାରୁ ବାଦ୍‌ ପଡିବେ ନାହିଁ। ମୂଳା ନକ୍ଷତ୍ରର ନିର୍ମାଣାଧୀନ କାମ, ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର
ଆଜିର ସକାଳ ସକାଳ ଯାତ୍ରା ବେଶ୍‌ ପ୍ରୀତିପ୍ରଦ ରହିବ। ଶ୍ରବଣା ନକ୍ଷତ୍ରର ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। ଅଫିସ୍‌ରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। କିଛି କହି ନ ପାରିଲେ ମଧ୍ୟ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ।
କୁମ୍ଭ
କୁମ୍ଭ
ଆଶା କରିଥିବା ଖବରଟି ପଡ଼ୋଶୀଙ୍କଠାରୁ ପାଇ ଖୁସି ହେବେ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ସହକର୍ମୀମାନଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ଶତଭିଷା ନକ୍ଷତ୍ର ପାଇଁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ମୀନମୀନ
ବିଭିନ୍ନ ପ୍ରକାରର ଅତୀତ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ସନ୍ଦେହ ବୃଦ୍ଧି କାରଣରୁ ବ୍ୟବସାୟରେ ମନାନ୍ତର ସୃଷ୍ଟି ହେବାର ସୂଚନା ରହିଛି। ଉତ୍ତରଭାଦ୍ରବ ନକ୍ଷତ୍ରର ଧାତୁଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କୌଣସି କାମରେ ଅଧୈର୍ଯ୍ୟ ନ ହୋଇ ସମୟକୁ ଅପେକ୍ଷା କରନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri