Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୨୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବାର ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ସକାଶେ ତ୍ତ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଶାନ୍ତି ନଷ୍ଟ ହୋଇପାରେ। ବନ୍ଧୁଙ୍କ ସହଯୋଗ ଅଭାବରୁ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିବ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲରେ ବିତିବ।
ବୃଷ
ବୃଷ
ସମସ୍ୟା ମଧ୍ୟରେ ଗତିକରି ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ। ଅଫିସ୍‌ରେ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ରୋହିଣୀ ନକ୍ଷତ୍ର ବନ୍ଧୁଙ୍କ ସହ ଦୂର ଭ୍ରମଣର ଚିନ୍ତା କରିପାରନ୍ତି।
ମିଥୁନ
ମିଥୁନ
ଶତ୍ରୁମାନେ ବିବାଦକରିି କାର୍ଯ୍ୟକୁ ସାମୟିକ ଅଟକାଇ ଦେଇପାରନ୍ତି। ଅନ୍ୟମାନଙ୍କ ସହ ତୁଳାନାମତ୍କ ବିଚାର ଦ୍ୱାରା ନିଜକୁ ହେୟ ମନେ କରିପାରନ୍ତି। ସନ୍ଧ୍ୟାରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ମୃଗଶିରା ନକ୍ଷତ୍ର ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।
କର୍କଟ
କର୍କଟ
ସାମୟିକ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆର୍ଥିକ ଅନଟନ ରହିଥିଲେ ମଧ୍ୟ ପରି)ସ୍ଥିତିକୁ ସମ୍ଭାଳି ନେବେ। ପୁଷ୍ୟା ନକ୍ଷତ୍ର ପୂର୍ବ ନିର୍ଦ୍ଧାରିତ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ଧାର କରଜ, ଭଡ଼ା ସୂତ୍ରରୁ କିମ୍ବା ବକେୟା ଟଙ୍କା ପାଇପାରନ୍ତି।
ସି˚ହ
ସି˚ହ
ଉପରିସ୍ଥ କର୍ମଚାରୀଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ବ୍ୟବସାୟ କ୍ଷେତ୍ରରୁ ଅଂଶଧନ ହିସାବରେ ଅଧିକ ଧନ ପାଇ ଖୁସି ହେବେ। ତଥାପି ପାରିବାରିକ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ମଘା ନକ୍ଷତ୍ର ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ।
କନ୍ୟା
ଦୀର୍ଘ ଦିନର ଆଶା ପୂରଣ ହେବା ସଙ୍ଗକୁ ସମ୍ପର୍କୀୟଙ୍କ ଶୁଭ ସୂଚନାରୁ ଖୁସି ହେବେ। ହସ୍ତା ନକ୍ଷତ୍ରର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ନୂତନ କର୍ମସଂସ୍ଥାନ ପାଇଁ ମନ ବଳାଇ ପାରନ୍ତି। ଭାଇଙ୍କ ଆରୋଗ୍ୟଲାଭ ସକାଶେ ଚିନ୍ତା କରିବେ।
ତୁଳା
ତୁଳା
ଆଜି ଅର୍ଥ ଓ ସମ୍ମାନ ପାଇବା ସଙ୍ଗକୁ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ବିଶାଖା ନକ୍ଷତ୍ର ସାମାଜିକ ସ୍ତରରେ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ସହକର୍ମୀ ମାନଙ୍କ ସହାନୁଭୂତିରୁ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।
ବିଛା
ବିଛା
ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ଜ୍ୟେଷ୍ଠା ନକ୍ଷତ୍ର ପରିବାରରେ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ। ଆଶା ପୂରଣ ହୋଇଯିବାରୁ ଅନୁରାଧା ନକ୍ଷତ୍ରର ମାନସିକ ଅବସାଦ ଦୂର ହେବ। କର୍ମକ୍ଷେତ୍ରରେ ବିଶେଷ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।
ଧନୁ
ଧନୁ
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଉପକାର ମିଳିବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ,ଏଣୁ ସାବଧାନ ରହିବା ଭଲ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ପରୋକ୍ଷ ସମାଲୋଚନାରୁ ବାଦ୍‌ ପଡିବେ ନାହିଁ। ମୂଳା ନକ୍ଷତ୍ରର ନିର୍ମାଣାଧୀନ କାମ, ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର
ଆଜିର ସକାଳ ସକାଳ ଯାତ୍ରା ବେଶ୍‌ ପ୍ରୀତିପ୍ରଦ ରହିବ। ଶ୍ରବଣା ନକ୍ଷତ୍ରର ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। ଅଫିସ୍‌ରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। କିଛି କହି ନ ପାରିଲେ ମଧ୍ୟ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ।
କୁମ୍ଭ
କୁମ୍ଭ
ଆଶା କରିଥିବା ଖବରଟି ପଡ଼ୋଶୀଙ୍କଠାରୁ ପାଇ ଖୁସି ହେବେ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ସହକର୍ମୀମାନଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ଶତଭିଷା ନକ୍ଷତ୍ର ପାଇଁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ମୀନମୀନ
ବିଭିନ୍ନ ପ୍ରକାରର ଅତୀତ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ସନ୍ଦେହ ବୃଦ୍ଧି କାରଣରୁ ବ୍ୟବସାୟରେ ମନାନ୍ତର ସୃଷ୍ଟି ହେବାର ସୂଚନା ରହିଛି। ଉତ୍ତରଭାଦ୍ରବ ନକ୍ଷତ୍ରର ଧାତୁଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କୌଣସି କାମରେ ଅଧୈର୍ଯ୍ୟ ନ ହୋଇ ସମୟକୁ ଅପେକ୍ଷା କରନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri