Posted inRasifala

ରାଶିଫଳ: ରବିବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ
ଅନୁକୂଳ ଗ୍ରହସ୍ଥିତି ହେତୁ ପରିବହନ, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଜିନିଷ ମରାମତି କ୍ଷେତ୍ରରେ ସୁଫଳ ପାଇବେ। ସହକର୍ମୀଙ୍କ ସହ ସତର୍କତାର ସହ କିଛି କହିବା କିମ୍ବା କରିବା ଭଲ ହେବ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଖୋଜିଲା ସମୟରେ ନପାଇ ଅପଦସ୍ଥ ହେବେ। କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ।
ବୃଷ
ବୃଷ
ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ କରି କାମ ହାସଲ କରିବେ। କୌଣସି ନୂଆ କାମର ପ୍ରସ୍ତାବକୁ ଅନ୍ୟମାନେ ଦୃଢ଼ ସମର୍ଥନ ଜଣାଇବେ। ଆବଶ୍ୟକ ଜିନିଷ କିଣିବା ସକାଶେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସାହିତ୍ୟ ଓ ସାମ୍ବାଦିକତା ରାଜନୀତି ଓ ସଙ୍ଗଠନ ପାଇଁ ଭଲ।
ମିଥୁନ
ମିଥୁନ
ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ ଆଖିରୁ ପାଣି ମରିଯିବ ପଛକେ ଦେଖା ପାଇ ନ ପାରନ୍ତି। ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ଲଢ଼େଇ ଜାରି ରଖିବାକୁ ପଡ଼ିବ। ଛୋଟ ଘରୋଇ କଥାକୁ ବଡ଼ ଆକାରରେ ଚିନ୍ତା କରିବେ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
କର୍କଟ
କର୍କଟ
କାଳକ୍ଷେପଣ ନୀତି କିମ୍ବା ଅଳସୁଆମି ହେତୁ କାମଗୁଡ଼ିକ ଧିମେଇ ଯିବ। ଅର୍ଥର ଅଭାବ ନ ଥିଲେ ମଧ୍ୟ ହାତ ଖୋଲା କରି ଖର୍ଚ୍ଚ କରିପାରିବେ ନାହିଁ। କଚେରି ମାମଲା କିମ୍ବା ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତିକରିବ। ପାରିବାରିକ କ୍ଷେତ୍ର ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ସି˚ହ
ସି˚ହ
କୌଣସି ନୂଆ କାମ ହାତକୁ ନେବେ ଓ ତଦନୁଯାୟୀ କାମ ମଧ୍ୟ ଆରମ୍ଭ କରି ଦେଇପାରନ୍ତି। ଅଧିକାଂଶ ସମୟ ସହକର୍ମୀ, ବନ୍ଧୁ କିମ୍ବା ପଡ଼ୋଶୀଙ୍କ ସହ କାମ କରିବାର ସୁଯୋଗ ପାଇବେ। ସାମାଜିକ ସ୍ତରରେ ମନ ଭୁଲାଣିଆ କଥା କହି ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ। ହଠାତ୍‌ ବହୁତଗୁଡ଼ିଏ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହୋଇ ପାରନ୍ତି।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ମୁକାବିଲା କରିବା ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିବ। କେତେକ କାମ ଅଟକି ରହିଥିବା କାରଣରୁ ଟେନ୍‌ସନ୍‌ କିିଛି ମାତ୍ରାରେ ଲାଗି ରହିବ। ଘରୋଇ କଳହକୁ ନେଇ ଅଶାନ୍ତିଜନିତ ମାନସିକ ବ୍ୟଥା ଅନୁଭବ କରିପାରନ୍ତି। ବ୍ୟବସାୟ ପାଇଁ ଦିନଟି ଭଲ ଏବଂ ଆଜିର ଯାତ୍ରାରେ ଆଶା ପୂରଣ ହେବ।
ତୁଳା
ତୁଳା
ପରିବର୍ତ୍ତିତ ପରିସ୍ଥିତିରେ ନିଜକୁ ଆଡ୍‌ଜଷ୍ଟ କରି ଚଳିବା ଅସୁବିଧାକୁ ଦୂରେଇବାରେ ସମର୍ଥ ହେବେ। ସମ୍ପର୍କୀୟମାନେ ପଛରେ କଟୂକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ ଏବଂ ତଜ୍ଜନିତ ମନ ଭଲ ରହିନପାରେ।
ବିଛା
ବିଛା
କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁଙ୍କ ସହଯୋଗ ଆଶା କରିବେ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ସତର୍କ ରହିବା ଭଲ ହେବ। ବ୍ୟବସାୟ, ପରିବହନ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରୁ ଶୁଭଫଳ ମିଳିବ। ଆର୍ଥିକ ଅଭିବୃଦ୍ଧି କାରଣରୁ ମାନସିକ ସ୍ଥିତି ଭଲ ରହିବ।
ଧନୁ
ଧନୁ
ଦ୍ୱିତୀୟ ଭାବସ୍ଥ ଚନ୍ଦ୍ର ଆପଣଙ୍କୁ ସ୍ବାଦିଷ୍ଠ ଭୋଜନ, ଟଙ୍କା ପଇସା, ବନ୍ଧୁଙ୍କ ପ୍ରଶଂସା ଏବଂ ପାରିବାରିକ ସହଯୋଗ ମିଳିବ। ପରିବାରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଆଗାମୀ ମଙ୍ଗଳୋତ୍ସବ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଆଳସ୍ୟ ଯୋଗୁ ଅପମାନିତ ହୋଇପାରନ୍ତି।
ମକର
ମକର
ପଦସ୍ଥ ବ୍ୟକ୍ତିଙ୍କ ଅନୁକମ୍ପା ଲାଭକରି କର୍ମକ୍ଷେତ୍ରରେ ଆଶାନୁରୂପ ସଫଳତା ହାସଲ କରିବେ। ସାମାଜିକ କ୍ଷେତ୍ରରେ ନିଜର ଅବହେଳାରୁ କେତେକ ସୁଯୋଗ ହାତଛଡ଼ା ହୋଇପାରେ। ଆମତ୍ୀୟଙ୍କ ସହ ମତପାର୍ଥକ୍ୟ ହେବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ବ୍ୟବସାୟ ଓ ବାଣିଜ୍ୟ ପାଇଁ ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିବ।
କୁମ୍ଭ
କୁମ୍ଭ
ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତା କରି ବ୍ୟସ୍ତ ହୋଇପାରନ୍ତି। ବ୍ୟବସାୟିକ ସ୍ଥିତି ମନ୍ଦ ହେବନି, କିନ୍ତୁ ଋଣ ପରିଶୋଧ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
ମୀନମୀନ

ଶାରୀରିକ ସୁସ୍ଥତା ଏବଂ ଆର୍ଥିକ ଦୁରବସ୍ଥାର ପରିବର୍ତ୍ତନ ମାନସିକ ଶାନ୍ତି ଓ ଆନନ୍ଦର ପରିଚାୟକ ହେବ। ପାରିବାରିକ କ୍ଷେତ୍ରରେ ଯେତେ ମନ ଧରି କାମ କଲେ ମଧ୍ୟ ଅନ୍ୟଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ,…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଉଚ୍ଚସ୍ଥ ଚନ୍ଦ୍ର ହେତୁ ଗୃହ, ଭୂମି, ଗାଡି, ମୋଟର ପ୍ରଭୃତିରେ ବନ୍ଧୁବାନ୍ଧବ, ସହକର୍ମୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ ସମସ୍ୟା ରହିବ, କିନ୍ତୁ ଦୃଢ଼ ମନୋବଳ ହେତୁ କିଛି ଅସୁବିଧା ହେବନାହିଁ। ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri