Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ର ଆଜି କର୍ମକ୍ଷେତ୍ରରେ ନିଜକୁ ଆଡ୍‌ଜଷ୍ଟ କରିପାରିବେ ନାହିଁ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ। ଅଟକି ରହିଯାଇଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ । କୃଷି, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ର କର୍ମକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯତ୍ନ କରିବେ। ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଅଫିସ୍‌ରେ କାମର ଚାପ ପ୍ରଭାବରୁ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ। ଖଳପ୍ରକୃତି ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି, କିନ୍ତୁ କିଛି ଅସୁବିଧା ହେବ ନାହିଁ ।
ମିଥୁନ
ମିଥୁନ
ଆରଦ୍ରା ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେକରିବେ। ଘରର ବାରଣ ମାନି କାମ କଲେ ଅବଶ୍ୟ ଉପକୃତ ହେବେ। ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ। ଦେବ ଦର୍ଶନ ସାଙ୍ଗକୁ ନୂତନ ଦର୍ଶନୀୟ ସ୍ଥାନ ପରିଭ୍ରମଣର ସୁଯୋଗ ଜୁଟିବ।
କର୍କଟ
କର୍କଟ
ପୁଷ୍ୟା ନକ୍ଷତ୍ରର ଗତକାଲିଠାରୁ ଯାହା କରିବା ପାଇଁ ଚିନ୍ତା କରିଥିଲେ ସେହି କାମ ସହଜ ଓ ସୁବିଧାରେ ହୋଇଯିବ। ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ। କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ କିମ୍ବା ଘରର କଥା ବୁଝିବାକୁ ସମୟ ପାଇବେ ନାହିଁ।
ସି˚ହ
ସି˚ହ
ଆଜି ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ। ଉଚ୍ଚପଦାଧିକାରୀଙ୍କ କ୍ରୋଧରୁ କିଛିଟା ହଇରାଣ ହୋଇପାରନ୍ତି। ଟଙ୍କା ପଇସାକୁ କେନ୍ଦ୍ର କରି ଟଣାଓଟରା ଲାଗିପାରେ। ବନ୍ଧୁଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ।
କନ୍ୟା
ଚିତ୍ରା ନକ୍ଷତ୍ରର ବିଭିନ୍ନ ସମସ୍ୟରେ ଭାରାକ୍ରାନ୍ତ ମନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ବିଷମ ପରିସ୍ଥିତିରେ ବନ୍ଧୁଙ୍କଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହେବ। ବର୍ତ୍ତମାନ ସମୟରେ ହିଁ ଲୋକ ଚିହ୍ନିବାରେ ମଉକା ପାଇବେ। ଯେଉଁ କାମଟିକୁ ଆରମ୍ଭ କରିବାକୁ ମନ ବଳାଇଥିଲେ ଆଜି ତାହା କରିବା କାରଣରୁ ମନ ଉଚ୍ଚାଟ ରହିବ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ଆଜି ସକାଳୁ ସକାଳୁ ମନ କଥା ମନରେ ରଖି କାମକୁ ବାହାରି ପଡ଼ିବେ। ହାତ ଖାଲି ରହିବ ନାହିଁ, ବିଭିନ୍ନ ଦିଗରୁ ରୋଜଗାର କରିବାରେ ସମର୍ଥ ହେବେ। କିନ୍ତୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବାର ସୂଚନା ରହିଛି। କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ରର ସ୍ବାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁତ୍ସାହିତ କରିବ। ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇ ମନ ଭଲ ରହିବ ନାହିଁ। ଘରେ କିମ୍ବା ବାହାରେ ସାଧାରଣ କଥାରେ ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ଏବଂ ଆଜିର ବ୍ୟବସାୟ ପ୍ରାୟତଃ ଭଲ ହେବ।
ଧନୁ
ଧନୁ
ମୂଳା ନକ୍ଷତ୍ର ପାଇଁ ଆଜି ଦିନଟିରେ ସହକର୍ମୀ କିମ୍ବା ଆତ୍ମୀୟଙ୍କ ସହଯୋଗର ଅଭାବ ରହିବନାହିଁ। ଅଫିସରଙ୍କ ସମ୍ମୁଖରେ ମନ କଥା କହିବାରେ ପଛେଇ ଯିବେ। ରୋଗପୀଡ଼ା ଭୋଗୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ମାଲି ମକଦ୍ଦମାରେ ମନ ଅଶାନ୍ତ ରହିବ ଏବଂ ସମ୍ପର୍କରେ ଅବନ୍ନତି ଦେଖା ଦେଇପାରେ।
ମକର
ମକର
ଶ୍ରବଣା ନକ୍ଷତ୍ର ସକାଶେ ଆଦୌ ପଡୁ ନ ଥିବା ଲୋକେ ନିନ୍ଦା ରଟନା କରିବେ। ସାଧାରଣ କଥାରୁ ଗୃହରେ କିମ୍ବା ଅଫିସରେ କଳହ ସୃଷ୍ଟି ହୋଇପାରେ। ଅନ୍ୟ କଥାରେ ମୁଣ୍ଡ ପୂରାନ୍ତୁ ନାହିଁ। ନିଜଠାରୁ ସାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ସଭାସମିତି, ଆନୁଷ୍ଠାନିକ କାମ, କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରବ ନକ୍ଷତ୍ର ସବୁ ଭଲ ଥିଲେ ମଧ୍ୟ ମାନ୍ଦା ବେପାର, ବନ୍ଧୁଙ୍କ ଶତ୍ରୁତା, ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିପାରନ୍ତି। ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିର ହେବାରେ ଜଣେ ପୁରୁଣା ବନ୍ଧୁ କିଛି ଖବର ନେଇ ଆସିବେ। କର୍ମକ୍ଷେତ୍ରରେ ଅଭାବନୀୟ ସ୍ଥିତିରୁ ସହସା ମୁକ୍ତି ମିଳିବ। ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ମୀନମୀନ
ରେବତୀ ସକାଶେ ଗୋଟିଏ ସମସ୍ୟା ଶେଷ ହେଉ ହେଉ ଅନ୍ୟ ଏକ ସମସ୍ୟାରେ ମନ ପୂରାପୂରି ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ କିନ୍ତୁ କୌଣସି କାମ ଅଟକିବ ନାହିଁ। ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?