Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ପୁନର୍ବସୁ ନକ୍ଷତ୍ରରେ ରହିଥିବାରୁ ପ୍ରତ୍ୟେକ କାର୍ଯ୍ୟ ସୁବିଧାରେ ସମ୍ପନ୍ନ ହୋଇଯିବ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସୁସ୍ଥତା ଅନୁଭବ କରିବେ। କୃଷି, ବାଣିଜ୍ୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଗୃହକୁ କିଛି ମୂଲ୍ୟବାନ୍‌ କିମ୍ବା ସୌଖୀନ ପଦାର୍ଥ ଆଣିପାରନ୍ତି।
ବୃଷ
ବୃଷ
ଶୁକ୍ର ରାହୁଙ୍କ ନକ୍ଷତ୍ରସ୍ଥ ହେତୁ ସ୍ବାସ୍ଥ୍ୟ, ଚାକିରି ଓ ଅର୍ଥ ସମ୍ପର୍କିତ କର୍ମରେ ସମସ୍ୟା ଦେଖାଦେବ। ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। କାମର ଚାପ ପ୍ରଭାବରୁ ଟେନ୍‌ସନ କିଛି ମାତ୍ରାରେ ଲାଗିରହିବ। ଖଳପ୍ରକୃତିର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। କିନ୍ତୁ କିଛି ଅସୁବିଧା ହେବନାହିଁ ।
ମିଥୁନ
ମିଥୁନ
ବୁଧ ଅଶ୍ଳେଷା ନକ୍ଷତ୍ରରେ ରହିଥିବାରୁ ବନ୍ଧୁମାନଙ୍କ ସହାନୁଭୂତି ପାଇବା କଷ୍ଟକର ହୋଇପଡ଼ିବ। ଅଫିସ୍‌ରେ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ। ପଡ଼ୋଶୀଙ୍କ ସହାୟତାରେ ପାରିବାରିକ ସମସ୍ୟାର ସମାଧାନ ଘଟିବ। ଦେବଦର୍ଶନ ସାଙ୍ଗକୁ ନୂତନ ଦର୍ଶନୀୟ ସ୍ଥାନ ପରିଭ୍ରମଣର ସୁଯୋଗ ଜୁଟିପାରେ।
କର୍କଟ
କର୍କଟ
ରାଶିରେ ତିନୋଟି ଗ୍ରହ ଅବସ୍ଥାନ କରିଥିବାରୁ ଏକାଧିକ କାମରେ ମନୋନିବେଶ କରି ବ୍ୟସ୍ତତା ପ୍ରକାଶ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନେବା ଭଲ ହେବ। କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରିନେବେ। କଚେରି ମାମଲା ମନ୍ଥର ଯୋଗୁ ସାମୟିକ ଚିନ୍ତାଶୀଳ ହୋଇପାରନ୍ତି।
ସି˚ହ
ସି˚ହ
ଆଜି ରବି ପୁଷ୍ୟା ନକ୍ଷତ୍ରରେ ରହୁଥିବାରୁ ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ। ଉଚ୍ଚ ପଦାଧିକାରୀଙ୍କ କ୍ରୋଧରୁ କିଛିଟା ହଇରାଣ ହୋଇପାରନ୍ତି। ସହକର୍ମୀଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ। ତଥାପି ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ।
କନ୍ୟା
ଦ୍ୱିତୀୟସ୍ଥ କେତୁ ପ୍ରଭାବରେ ବିଭିନ୍ନ ସମସ୍ୟାରେ ମାନସିକ ସ୍ଥିତି ଭଲ ରହିବ ନାହିଁ। ବିଷମ ପରିସ୍ଥିତିରେ ବନ୍ଧୁଙ୍କଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହେବ। ଦୀର୍ଘଦିନ ହେଲା ଯେଉଁ କାମ ଆରମ୍ଭ କରିବାକୁ ମନ ବଳାଇଥିଲେ ଆଜି ତାହା କରିବା କାରଣରୁ ମନ ଉଚ୍ଚାଟ ରହିବ। ସାମାଜିକସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବାର ଆଶା ରହିଛି।
ତୁଳା
ତୁଳା
ବକ୍ରୀ ଶନିଙ୍କ ନକାରାମତ୍କ କୁଫଳରୁ ଅଶାନ୍ତି ଲାଗି ରହିପାରେ। କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ ସମସ୍ୟା ପ୍ରାୟତଃ ଆଗକୁ ବଢ଼ିପାରିବ ନାହିଁ।
ବିଛା
ବିଛା
ଦ୍ୱିଜା ନକ୍ଷତ୍ରସ୍ଥ ମଙ୍ଗଳଙ୍କ ଯୋଗୁ ସ୍ବାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁସତ୍ାହିତ କରିବ। ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇ ମନ ଭଲ ରହିବ ନାହିଁ। ସାଧାରଣ କଥାରେ ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ତଥାପି ଅଫିସ୍‌ରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇପାରେ।
ଧନୁ
ଧନୁ
ବୃହସ୍ପତି ଧନ ତୃତୀୟାଧିପଙ୍କ ନକ୍ଷତ୍ରରେ ରହିଥିବାରୁ ଭାଇ ସହ ଅର୍ଥ ସମ୍ପର୍କିତ କଳହ ଲାଗିପାରେ। ଅବଶ୍ୟ ଆତ୍ମୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ତରବର ନ ହୋଇ ଭାବିଚିନ୍ତି କାମ କରିବା ଭଲ ହେବ। ଅଫିସରଙ୍କ ସମ୍ମୁଖରେ ନିଜ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି।
ମକର
ମକର
ରାଶ୍ୟାଧିପ ମଙ୍ଗଳଙ୍କ ନକ୍ଷତ୍ରସ୍ଥ ଯୋଗୁ ନିଜ ସହ ପଡୁ ନ ଥିବା ଲୋକମାନେ ନିନ୍ଦା ରଟନା କରିବେ। ସାଧାରଣ କଥାକୁ କେନ୍ଦ୍ରକରି ଗୃହ କିମ୍ବା ଅଫିସ୍‌ରେ କଳହ ସୃଷ୍ଟି ହେବ। ଅନ୍ୟର ଘରୋଇ କଥା କିମ୍ବା କାମରେ ମୁଣ୍ଡ ପୂରାନ୍ତୁ ନାହିଁ । ସଭାସମିତି, ଆନୁଷ୍ଠାନିକ କାମ, କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଶୁକ୍ର ଓ ବୃହସ୍ପତିଙ୍କ ସ୍ଥିତି ପ୍ରଭାବରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ବନ୍ଧୁ କିଛି ଖବର ନେଇ ଆସିବେ। କର୍ମକ୍ଷେତ୍ରରେ ଅଭାବନୀୟ ସ୍ଥିତିରୁ ସହସା ମୁକ୍ତି ମିଳିବ। ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବହୁତ ଦିନର ନୂଆ ଯୋଜନାଟିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେଇପାରନ୍ତି।
ମୀନମୀନ
ପାପଗ୍ରହ ମଧ୍ୟସ୍ଥ ଗୁରୁ ହେତୁ କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ କିନ୍ତୁ କୌଣସି କାମ ଅଟକିବ ନାହିଁ। ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗିରହିବ। କୌଣସି ନୀଚଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ରାଜନୈତିକ ଚାପର ସମ୍ମୁଖୀନ ହୋଇପାରନ୍ତି କିନ୍ତୁ ସଭାସମିତିରେ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?