Posted inRasifala

ରାଶିଫଳ: ସୋମବାର, ଜୁନ୍‌ ୨୮ ତାରିଖ – Daily Horoscope

ମେଷ
ଆଜି ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ଶୁକ୍ର ମଙ୍ଗଳ ଯୋଗରୁ ଅର୍ଥ ସମ୍ବନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ । ପ୍ରତ୍ୟେକ ଦିଗକୁ ଲକ୍ଷ୍ୟରଖି ଗୋପନୀୟ ଆଲୋଚନା ବ୍ୟତିରେକେ ସମସ୍ୟାରେ ଛନ୍ଦି ହୋଇଯିବେ। ପାରିବାରିକ, ପ୍ରଶାସନିକ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ ।
ବୃଷ
ବୃଷ
ରାଶିରେ ବୁଧଙ୍କ ଯୋଗୁ ଅର୍ଥଲାଭ ସାଙ୍ଗକୁ ସନ୍ତାନମାନଙ୍କ ଗୈାରବରେ ନିଜକୁ ଗୈାରବାନ୍ବିତ ମନେ କରିବେ। କିନ୍ତୁ କୌଣସି ପଡୋଶିନୀ କିମ୍ବା ସହକର୍ମୀଙ୍କ ସହ ମତାନ୍ତରଜନିତ ସମସ୍ୟା ବୃଦ୍ଧିର ସମ୍ଭାବନା ରହିଛି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। କିଛିି ଜିନିଷ ହଜାଇବା କାରଣରୁ ବିରସ ମନରେ ରହିପାରନ୍ତି।
ମିଥୁନ
ମିଥୁନ
ବୃହସ୍ପତି ଭାଗ୍ୟସ୍ଥ ହେତୁ ସ୍ଥଗିତ କାମଗୁଡିକୁ ସହଜ ଓ ସୁବିଧାରେ ସମ୍ପନ୍ନ କରିବାର ମାର୍ଗ ଉନ୍ମୁକ୍ତ କରିବ। ଆକସ୍ମିକ ଭାବରେ ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, କଳ କାରଖାନା, ହୋଟେଲ, ବ୍ୟବସାୟରୁ ସୁଫଳ ପାଇବେ। ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ।
କର୍କଟ
କର୍କଟ
ଚନ୍ଦ୍ରଙ୍କ ପ୍ରଭାବରେ ନିଜର ଉଦାରତା ଓ ସହନଶୀଳତା ଗୁଣରୁ ସମସ୍ତଙ୍କର ଆଦରଣୀୟ ହୋଇ ପ୍ରଶଂସିତ ହେବେ। ସାମୟିକ ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ।
ସି˚ହ
ସି˚ହ
ରବିଙ୍କ ହେତୁ ପ୍ରତ୍ୟେକ କାମକୁ ଦକ୍ଷତାର ସହ ସମ୍ପାଦନ କରିବାରେ ପ୍ରେରଣା ଯୋଗାଇବ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। ଅସୁବିଧାଜନକ ସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
ଦିନଟିରେ ପ୍ରତିଯୋଗିତା,ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିବାଦ କ୍ଷେତ୍ରରେ ବିଜୟୀ କରାଇବ। ମନ ଭିତରର ଅଶାନ୍ତିକୁ ପ୍ରକାଶ ନ କରି ଅନ୍ୟମାନଙ୍କ କାମରେ ନିଜକୁ ମଜ୍ଜାଇ ରଖି ପ୍ରଶଂସିତ ହେବେ। ଅନ୍ୟମାନଙ୍କୁ ଖୁସିରେ ରଖିବା ସକାଶେ ଯେତେପ୍ରକାରର ଚେଷ୍ଟା କଲେ ମଧ୍ୟ ବିଫଳ ହୋଇପାରନ୍ତି। ପ୍ଲଟିଂ କାରବାର ସମସ୍ୟା ବିଜଡିତ ରହିପାରେ।
ତୁଳା
ତୁଳା
ଆଜି କାର୍ଯ୍ୟବ୍ୟସ୍ତତା ଓ ମାନସିକ ଚାପ କ୍ରମଶଃ ବୃଦ୍ଧି ପାଇବ। ଆକସ୍ମିକ ଭାବେ ସମସ୍ୟାର ସମାଧାନ ହୋଇଯିବ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ବିଶାଖା ନକ୍ଷତ୍ରର ସୁଯୋଗ ଆପଣା ଛାଏଁ ଜୁଟିବ ଓ ଆଶା ନିଶ୍ଚିତ ପୂରଣ ହୋଇଯିବ। ନିଜ ଲୋକଙ୍କ ଅନାଦର ମନକୁ ବ୍ୟଥିତ କରିପାରେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ଠିକ୍‌ ନିଷ୍ପତ୍ତି ନେବା ସହଜସାଧ୍ୟ ହୋଇ ନ ପାରେ। ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ। ସାହିତ୍ୟ, ସାମ୍ବାଦିକତା, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇ ଯିବ। ଶନିଜନିତ ପାରିବାରିକ କ୍ଷେତ୍ରରେ ମିଶ୍ରିତ ଫଳ ଅନୁଭବ କରିବେ।
ଧନୁ
ଧନୁ
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲରେ ଅତିବାହିତ ହେବ। ସପ୍ତମସ୍ଥ ବୁଧ ହେତୁ ସକାଳୁଆ ଯାତ୍ରାରେ ଯେଉଁଥିପାଇଁ ଯାଉଛନ୍ତି ସେଥିରେ ସଫଳତା ଅବଶ୍ୟମ୍ଭାବୀ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
ମକର
ମକର
ଅଧିକାଂଶ ସମୟ ଦିନଟିରେ ବନ୍ଧୁ ମେଳରେ ରହିବାର ସୁଯୋଗ ପାଇବେ। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ଏବଂ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ପ୍ରକାଶନ, ସଂଗଠନ, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବ୍ୟବସାୟିକ ସଫଳତା ମିଳିବ କିନ୍ତୁ ପୂର୍ଣ୍ଣ ସନ୍ତୋଷଜନକ ହେବ ନାହିଁ।
କୁମ୍ଭ
କୁମ୍ଭ
ଅସନ୍ତୋଷକୁ ବନ୍ଧୁଙ୍କ ସମ୍ମୁଖରେ ବଖାଣିବା ଦ୍ୱାରା ଓଲଟା ଫଳ ଭୋଗିବାକୁ ପଡିବ। ପରିବାର ସଦସ୍ୟଙ୍କ କାର୍ଯ୍ୟ ମନକୁ ନ ପାଇଲେ ମଧ୍ୟ କିଛି କରିବାର ଉପାୟ ପାଇବେ ନାହିଁ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ମନ୍ଦ ନୁହେଁ।
ମୀନମୀନ
ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବଢ଼ିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ଅଫିସରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri