Posted inRasifala

ରାଶିଫଳ: ବୁଧବାର, ଜୁନ୍ ୨୮ ତାରିଖ – Daily Horoscope

ମେଷ
ଆଜି ଅର୍ଥ ସମ୍ବନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ। ଶୁକ୍ର ସହ ମଙ୍ଗଳଙ୍କ ସଂଯୋଗ ପରିବାରରେ ବନ୍ଧୁମିଳନ ସଙ୍ଗକୁ ଖୁସୀର ଆସର ଜମିବ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ କିମ୍ବା ସତର୍କତାର ସହ କାମ ନ କଲେ ଫସିଯାଇ ପାରନ୍ତି। ପାରିବାରିକ, ପ୍ରଶାସନିକ କ୍ଷେତ୍ର ପ୍ରାୟତଃ ମଧ୍ୟମ ପ୍ରକାରର ରହିବ।
ବୃଷ
ବୃଷ
ଆଜି ବୁଧାଦିତ୍ୟ ଯୋଗଙ୍କ ସୁପ୍ରଭାବରୁ ଅର୍ଥଲାଭ ସଙ୍ଗକୁ ସନ୍ତାନମାନଙ୍କ ଗୌରବରେ ନିଜକୁ ଗୌରବାନ୍ବିତ ମନେକରିବେ। କିନ୍ତୁ ସହକର୍ମୀଙ୍କ ସହ ମତାନ୍ତର ଜନିତ ସମସ୍ୟା ବୃଦ୍ଧିର ସମ୍ଭାବନା ରହିଛି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। କିଛିି ଜିନିଷ ହଜାଇବା କାରଣରୁ ବିରସ ମନରେ କାଳ କାଟିବେ।
ମିଥୁନ
ମିଥୁନ
ଆକସ୍ମିକ ଭାବରେ ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ମଧ୍ୟାହ୍ନ ପରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ। ଶିଳ୍ପ, ବାଣିଜ୍ୟ, କଳ କାରଖାନା, ହୋଟେଲ, ବ୍ୟବସାୟରୁ ସୁଫଳ ପାଇବେ। ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ।
କର୍କଟ
କର୍କଟ
ଶୁକ୍ର ପ୍ରଭାବରୁ ନିଜର ଉଦାରତା ଓ ସହନଶୀଳତା ଗୁଣରୁ ସମସ୍ତଙ୍କର ଆଦରଣୀୟ ହେବେ। ତଥାପି ସାମୟିକ ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ।
ସି˚ହ
ସି˚ହ
ପ୍ରତ୍ୟେକ କାମକୁ ଦକ୍ଷତାର ସହ ସମ୍ପାଦନ କରିବାରେ ପ୍ରେରଣା ଯୋଗାଇବ। ତଥାପି ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମକୁ ଚଳାଇ ନେବେ। ଅସୁବିଧାଜନକ ସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ।
କନ୍ୟା
ଆଜି ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିବାଦ କ୍ଷେତ୍ରରେ ବିଜୟୀ ହେବେ। ମନର ଅଶାନ୍ତିକୁ ପ୍ରକାଶ ନ କରି ଅନ୍ୟମାନଙ୍କ କାମରେ ନିଜକୁ ମଜ୍ଜାଇ ରଖି ପ୍ରଶଂସିତ ହେବେ। ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଅନ୍ୟମାନଙ୍କୁ ଖୁସିରେ ରଖିବା ସକାଶେ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ବିଫଳ ହୋଇପାରନ୍ତି।
ତୁଳା
ତୁଳା
ଆଜି କାର୍ଯ୍ୟବ୍ୟସ୍ତତା ଓ ମାନସିକ ଚାପ ବୃଦ୍ଧି ପାଇବା କାରଣରୁ ମନ ଅଶାନ୍ତ ରହିବ। ସମୟାନ୍ତରେ ଆକସ୍ମିକ ଭାବରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ନିଜ ଲୋକଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ଠିକ୍‌ ନିଷ୍ପତ୍ତି ନେବା ସହଜସାଧ୍ୟ ନ ହୋଇପାରେ। ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ। ସାହିତ୍ୟ, ସାମ୍ବାଦିକତା, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ମିଶ୍ରିତ ଫଳ ଅନୁଭବ କରିବେ।
ଧନୁ
ଧନୁ
ଆଜି ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲରେ ଅତିବାହିତ ହେବ। ସକାଳୁଆ ଯାତ୍ରାରେ ଯେଉଁଥି ସକାଶେ ଯାଉଛନ୍ତି ସେଥିରେ ସଫଳତା ଅବଶ୍ୟମ୍ଭାବୀ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
ମକର
ମକର
ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ ଏବଂ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ପ୍ରକାଶନ, ସଂଗଠନ, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବ୍ୟବସାୟିକ ସଫଳତା ମିଳିବ କିନ୍ତୁ ପୂର୍ଣ୍ଣ ସନ୍ତୋଷଜନକ ହେବ ନାହିଁ।
କୁମ୍ଭ
କୁମ୍ଭ
ଅସନ୍ତୋଷକୁ ବନ୍ଧୁଙ୍କ ସମ୍ମୁଖରେ ବଖାଣି ଓଲଟା ଫଳ ଭୋଗିବେ। ପରିବାର ସଦସ୍ୟଙ୍କ କାର୍ଯ୍ୟ ମନକୁ ନ ପାଇଲେ ମଧ୍ୟ କିଛି କରିବାର ଉପାୟ ପାଇବେ ନାହିଁ। କତେକ କାମ ଅଧାରେ ଅଟକି ଯିବା କାରଣରୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ।
ମୀନମୀନ
ପ୍ରତ୍ୟେକ କାମ ଗତାନୁଗତିକ ରୀତିରେ ଗଡି ଚାଲିଲେ ମଧ୍ୟ ମନ ପ୍ରାୟତଃ ଭଲ ରହିବ ନାହିଁ। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବଢିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି…

ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପରିବାର ଭିତରେ ଭୁଲ୍‍ ବୁଝାମଣା କାରଣରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଯୁକ୍ତିତର୍କଜନିତ କାମଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କଠିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri