Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ
ଆଜି ଆକସ୍ମିକ ଭାବେ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ। କାଳେ କିଛି ଦେବାକୁ ପଡ଼ିବ, ଏହି ଆଶଙ୍କାରେ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବହନ, ବ୍ୟବସାୟ, ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କର୍ମକ୍ଷେତ୍ରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି।
ବୃଷ
ବୃଷ
କାମ ହାସଲ ପରିପ୍ରେକ୍ଷୀରେ ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ଆଶ୍ୱସ୍ତି ଅନୁଭବ କରିବେ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ପରିସ୍ଥିତି ଯାହା ହେଉନା କାହିଁକି ଆପଣ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାକୁ ସମର୍ଥ ହେବେ। ପାରିବାରିକ ସ୍ଥିତି ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଗତିଶୀଳ ହୋଇପାରେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିଥିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କୌଣସି ବିଶେଷ କାରଣର ତର୍ଜମା ସକାଶେ ବନ୍ଧୁଦ୍ୱାରକୁ ଗମନ କରିବେ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ କେତେକ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ଯେତେ ଭଲ କାମ କଲେ ମଧ୍ୟ ନିଜ ଲୋକଙ୍କ ଦ୍ୱାରା ସମାଲୋଚନାର ପାତ୍ର ହୋଇପାରନ୍ତି। ପାରିବାରିକ ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବାକୁ ପଡ଼ିପାରେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଚାପଗ୍ରସ୍ଥ କାରଣରୁ କେତେକ ବାକିଆ କାମ ପାଇଁ ଚିନ୍ତା ବଢ଼ିଯିବ। ସଚେତନତା ଅଭାବରୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। ଅଭାବ ଓ ଅସୁବିଧା ପ୍ରଭୃତିରେ ମନର ଆବେଗିକ କଥାକୁ ସହକର୍ମୀଟି ବୁଝିପାରିବ ନାହିଁ। ମଘା ନକ୍ଷତ୍ର ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
କନ୍ୟା
ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ପରିସ୍ଥିତିବଶତଃ କଠିନ ପରିଶ୍ରମ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବ୍ୟବସାୟିକ ସ୍ଥିତି, ହିତାକାଂକ୍ଷୀମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ପ୍ରତ୍ୟେକ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
ତୁଳା
ତୁଳା
ପରିବାରରେ ସୁଖ ଶାନ୍ତି ରାଜୁତି କରିବ । କାଳକ୍ଷେପଣ ନୀତି ଯୋଗୁ କର୍ମକ୍ଷେତ୍ରରେ କୌଣସି ସୁଯୋଗ ହରାଇ ବ୍ୟଥିତ ହୋଇପାରନ୍ତି। ପରିବାରରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ। କଳା, ସାହିତ୍ୟ, ସାମ୍ବାଦିକତା, ଗବେଷଣା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ବିଛା
ବିଛା
ମାନସିକ ଅସନ୍ତୁଳନ ହେତୁ ବାରମ୍ବାର ମତ ବଦଳାଇବାକୁ ବାଧ୍ୟ ହେବେ। ସଭାସମିତି କିମ୍ବା ଆଲୋଚନା ପରିସରରେ ସାହସିକତା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି। କ୍ରୀଡ଼ା, ସାହିତ୍ୟ ଓ ସଙ୍ଗୀତ, ଚଳଚ୍ଚିତ୍ରାଦିରେ ସୁନାମ ଅର୍ଜିବେ। ଯାନବାହନରେ ଯିବା ଆସିବା ସମୟରେ ସତର୍କତା ରକ୍ଷା ନ କଲେ ବହୁମୂଲ୍ୟ ଦେବାକୁ ପଡ଼ିପାରେ।
ଧନୁ
ଧନୁ
ପାରିବାରିକ ସମସ୍ୟା ହେତୁ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ବିଚାରବିହୀନ ଭାବରେ କର୍ମକ୍ଷେତ୍ରସ୍ଥ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସଭାସମିତିର ଆଲୋଚନା ଓ ଲେଖାପଢ଼ା କ୍ଷେତ୍ରରୁ ସୁଫଳ ପାଇବେ।
ମକର
ମକର
ଦୀର୍ଘଦିନରୁ ଅଟକି ରହିଥିବା କୌଣସି କାର୍ଯ୍ୟ ହଠାତ୍‌ ଆରମ୍ଭ କରିବାକୁ ସ୍ଥିର କରିବେ। ସାମାଜିକ ସ୍ତରରେ ଅପ୍ରୀତିକର ପରିସ୍ଥିତିଜନିତ ଘଟଣାର ଦିଗ ବଦଳି ଯାଇପାରେ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି। ଯୋଗାଯୋଗ ଏବଂ ପ୍ରଶାସନିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଯେତେ ପ୍ରକାର ଉପାୟ ଅବଲମ୍ବନ କଲେ ମଧ୍ୟ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ। ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ପାଖ ପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିପାରନ୍ତି। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।
ମୀନମୀନ
ଦେଖିଚାହିଁ କାମ ନ କଲେ ଜଟିଳତା ଭିତରେ ପ୍ରବେଶ କରିପାରନ୍ତି। କଠିନ ଶ୍ରମ, ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ। ପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ । ବ୍ୟକ୍ତିକୈନ୍ଦ୍ରିକ ଚିନ୍ତାଧାରା ଯୋଗୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri