Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ
ନିଜ ପରିବେଶରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ। ଆଲୋଚନା ସଭାରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି।
ବୃଷ
ବୃଷ
ପାରିବାରିକ କ୍ଷେତ୍ରର ଅସ୍ଥିରତା କର୍ମକ୍ଷେତ୍ର ଉପରେ କୌଣସି କୁପ୍ରଭାବ ପକାଇବ ନାହିଁ। ବ୍ୟସ୍ତତା ଓ ବ୍ୟଗ୍ରତାକୁ ପ୍ରତିରୋଧ କରି କାମକୁ ପୂର୍ଣ୍ଣାଙ୍ଗ କରିବାରେ ସାହାଯ୍ୟ ପାଇବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦେଖେଇ ଶିଖେଇ ବହୁତ କଥା କହିପାରନ୍ତି। ପଦସ୍ଥ ବ୍ୟକ୍ତିଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ତ ସମସ୍ୟା ମୁକାବିଲା କରି ସଫଳତା ହାସଲ କରିବେ। ଆପଣ ଆଜି ଯେକୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ରୋଗ, ଋଣ ଓ ଶତ୍ରୁତା ଦୁଶ୍ଚିନ୍ତାର ମୁଖ୍ୟ କାରଣ ହୋଇ ରହିବ। ସ୍ବାସ୍ଥ୍ୟ ସଚେତନତା ଅଭାବରୁ କ୍ରନିକ୍‌ ରୋଗଜନିତ ସମସ୍ୟା ଲାଗି ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ନିଜର ପତିଆରା ବୃଦ୍ଧି ସହକର୍ମୀଙ୍କ ଅସନ୍ତୋଷର କାରଣ ହୋଇପାରେ। ବିଭିନ୍ନ ପ୍ରତିବନ୍ଧକ ଜନିତ ଯୋଜନାଗୁଡ଼ିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ନାହିଁ। ଆଗାମୀ ଆନୁଷ୍ଠାନିକ କିମ୍ବା ମାଙ୍ଗଳିକ କାର୍ଯ୍ୟ ସକାଶେ ଗୃହସଜ୍ଜାରେ ମନୋନିବେଶ କରିବେ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।
ସି˚ହ
ସି˚ହ
ପ୍ରତ୍ୟେକ କାମକୁ ନିର୍ଦ୍ଦିଷ୍ଟ ସମୟରେ ଶେଷ କରିବାକୁ ପ୍ରଯନତ୍ କରି ସଫଳ ହେବେ। କୌଣସି ଲୋକକୁ ସାହାଯ୍ୟ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହେବେ। ଯାତ୍ରା ସମୟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ମନ ଭିତରେ ଲୁଚି ରହିଥିବା ଅପୂରଣୀୟ ଆଶା ମନରେ ଦୁଃଖ ଦେବାର ଆଶଙ୍କା ରହିଛି।
କନ୍ୟା
କାର୍ଯ୍ୟହାନି କାରଣରୁ ମାନସିକ ଅସ୍ଥିରତା ଲାଗି ରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଠିକ୍‌ ରହିବ। ସାହାଯ୍ୟ ସହଯୋଗ ଲାଭକରି କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟ କ୍ଷେତ୍ରରେ ଅନୁକୂଳ ପରିବେଶ ଅଭାବରୁ ଚିନ୍ତା ପ୍ରକଟ କରିପାରନ୍ତି। ସ୍ବତନ୍ତ୍ର ଭାବେ ନିମନ୍ତ୍ରିତ ହୋଇ ଉତ୍ସବ ଅନୁଷ୍ଠାନରେ ଯୋଗଦେଲେ ସମ୍ମାନିତ ହେବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଟେନ୍‌ସନ ଲାଗି ରହିବ। ବନ୍ଧୁଙ୍କ ବ୍ୟବହାର ମନକୁ ନ ପାଇଲେ ମଧ୍ୟ ମନକଥା ମନରେ ରଖି ଅଶାନ୍ତ ମନ ନେଇ ଚଳିବାକୁ ବାଧ୍ୟହେବେ। କଳା, କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ମିଳିପାରେ। ଶାରୀରିକ ଅସୁସ୍ଥତା ସତ୍ତ୍ୱେ ଘରକାମ କରିବାକୁ ବାଧ୍ୟହେବେ।
ବିଛା
ବିଛା
ପ୍ରତ୍ୟେକ କାମରେ ସମସ୍ୟା ବୃଦ୍ଧି ପାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ନିଜ ଅସଫଳତାର କାରଣ ଖୋଜିବାକୁ ଯାଇ ଭାବପ୍ରବଣତାରେ ନିଜକୁ ହଜାଇଦେବେ। ସହକର୍ମୀଙ୍କ ସହ ବହୁଦିନର ମତାନ୍ତର ଜନିତ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବାରୁ ପରିବାରରେ ଶାନ୍ତି ଫେରିଆସିବ।
ଧନୁ
ଧନୁ
ବୃଥା ଭାବନାଜନିତ ଅନ୍ୟମନସ୍କ ହେତୁ କୌଣସି କାର୍ଯ୍ୟ ଶୃଙ୍ଖଳିତ ହେବନାହିଁ। ଅସାବଧାନତା କାରଣରୁ ଧନହାନି ଘଟିବାର ପୂର୍ଣ୍ଣ ସମ୍ଭାବନା ରହିଛି। ପାରିବାରିକ ଅସ୍ଥିରତା ବନ୍ଧୁମାନଙ୍କ ସାହାଯ୍ୟରୁ ଦୂରୀଭୂତ ହୋଇଯିବ। ସାମାଜିକସ୍ତରରେ ସମ୍ମାନ୍‌ନୀୟ ବ୍ୟକ୍ତିବିଶେଷଙ୍କ ସାହାଯ୍ୟରୁ ସମସ୍ୟାକୁ ସୁଧାରିନେବେ।
ମକର
ମକର
ପାରିବାରିକ ଦୃଷ୍ଟିକୋଣରୁ ଖୁସିରେ ରହିଲେ ମଧ୍ୟ ମାନସିକ ସି୍ଥରତା ରହି ନ ପାରେ। ପ୍ରିୟ ବନ୍ଧୁଙ୍କ ସମ୍ପର୍କରେ ଅଶୁଭ ଖବର ପାଇ ବିଚଳିତ ହୋଇପାରନ୍ତି। ଶିକ୍ଷା, ପରୀକ୍ଷା, ଆଲୋଚନା, ଗଠନମୂଳକ କାମ, ଗବେଷଣା, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ। ନିର୍ମାଣାଧୀନ ଗୃହ, ଯାନବାହନକୁ ଶେଷ ସ୍ପର୍ଶ ଦେଇ ଖୁସି ମନାଇବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟାବସ୍ଥା କ୍ରମଶଃ ଭଲ ଦିଗକୁ ଗତି କରିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। କାର୍ଯ୍ୟରେ ଅସଫଳତା କାରଣରୁ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ। ଆକସ୍ମିକ ଭାବେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଯିବାରେ ବିଳମ୍ବ ଘଟିପାରେ।
ମୀନମୀନ

ପରିବାର ଲାଗି ବେଶି ସମୟ ନ ଦେବା କାରଣରୁ ପରିବାରରୁ ସମାଲୋଚିତ ହେବେ। ବନ୍ଧୁଙ୍କ ପ୍ରେରଣାରେ ସତ୍‌ସଂଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ସାୟାହ୍ନେ ଟେନ୍‌ସନ ବଢ଼ିଯିବ। ସାମାଜିକସ୍ତରରେ ନିଜେ ଜଳି ଅନ୍ୟମାନଙ୍କ ହିତ ଚିନ୍ତା କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri