Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ
ନିଜ ପରିବେଶରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ। ଆଲୋଚନା ସଭାରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି।
ବୃଷ
ବୃଷ
ପାରିବାରିକ କ୍ଷେତ୍ରର ଅସ୍ଥିରତା କର୍ମକ୍ଷେତ୍ର ଉପରେ କୌଣସି କୁପ୍ରଭାବ ପକାଇବ ନାହିଁ। ବ୍ୟସ୍ତତା ଓ ବ୍ୟଗ୍ରତାକୁ ପ୍ରତିରୋଧ କରି କାମକୁ ପୂର୍ଣ୍ଣାଙ୍ଗ କରିବାରେ ସାହାଯ୍ୟ ପାଇବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦେଖେଇ ଶିଖେଇ ବହୁତ କଥା କହିପାରନ୍ତି। ପଦସ୍ଥ ବ୍ୟକ୍ତିଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ତ ସମସ୍ୟା ମୁକାବିଲା କରି ସଫଳତା ହାସଲ କରିବେ। ଆପଣ ଆଜି ଯେକୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ରୋଗ, ଋଣ ଓ ଶତ୍ରୁତା ଦୁଶ୍ଚିନ୍ତାର ମୁଖ୍ୟ କାରଣ ହୋଇ ରହିବ। ସ୍ବାସ୍ଥ୍ୟ ସଚେତନତା ଅଭାବରୁ କ୍ରନିକ୍‌ ରୋଗଜନିତ ସମସ୍ୟା ଲାଗି ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ନିଜର ପତିଆରା ବୃଦ୍ଧି ସହକର୍ମୀଙ୍କ ଅସନ୍ତୋଷର କାରଣ ହୋଇପାରେ। ବିଭିନ୍ନ ପ୍ରତିବନ୍ଧକ ଜନିତ ଯୋଜନାଗୁଡ଼ିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ନାହିଁ। ଆଗାମୀ ଆନୁଷ୍ଠାନିକ କିମ୍ବା ମାଙ୍ଗଳିକ କାର୍ଯ୍ୟ ସକାଶେ ଗୃହସଜ୍ଜାରେ ମନୋନିବେଶ କରିବେ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।
ସି˚ହ
ସି˚ହ
ପ୍ରତ୍ୟେକ କାମକୁ ନିର୍ଦ୍ଦିଷ୍ଟ ସମୟରେ ଶେଷ କରିବାକୁ ପ୍ରଯନତ୍ କରି ସଫଳ ହେବେ। କୌଣସି ଲୋକକୁ ସାହାଯ୍ୟ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହେବେ। ଯାତ୍ରା ସମୟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ମନ ଭିତରେ ଲୁଚି ରହିଥିବା ଅପୂରଣୀୟ ଆଶା ମନରେ ଦୁଃଖ ଦେବାର ଆଶଙ୍କା ରହିଛି।
କନ୍ୟା
କାର୍ଯ୍ୟହାନି କାରଣରୁ ମାନସିକ ଅସ୍ଥିରତା ଲାଗି ରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଠିକ୍‌ ରହିବ। ସାହାଯ୍ୟ ସହଯୋଗ ଲାଭକରି କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟ କ୍ଷେତ୍ରରେ ଅନୁକୂଳ ପରିବେଶ ଅଭାବରୁ ଚିନ୍ତା ପ୍ରକଟ କରିପାରନ୍ତି। ସ୍ବତନ୍ତ୍ର ଭାବେ ନିମନ୍ତ୍ରିତ ହୋଇ ଉତ୍ସବ ଅନୁଷ୍ଠାନରେ ଯୋଗଦେଲେ ସମ୍ମାନିତ ହେବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଟେନ୍‌ସନ ଲାଗି ରହିବ। ବନ୍ଧୁଙ୍କ ବ୍ୟବହାର ମନକୁ ନ ପାଇଲେ ମଧ୍ୟ ମନକଥା ମନରେ ରଖି ଅଶାନ୍ତ ମନ ନେଇ ଚଳିବାକୁ ବାଧ୍ୟହେବେ। କଳା, କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ମିଳିପାରେ। ଶାରୀରିକ ଅସୁସ୍ଥତା ସତ୍ତ୍ୱେ ଘରକାମ କରିବାକୁ ବାଧ୍ୟହେବେ।
ବିଛା
ବିଛା
ପ୍ରତ୍ୟେକ କାମରେ ସମସ୍ୟା ବୃଦ୍ଧି ପାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ନିଜ ଅସଫଳତାର କାରଣ ଖୋଜିବାକୁ ଯାଇ ଭାବପ୍ରବଣତାରେ ନିଜକୁ ହଜାଇଦେବେ। ସହକର୍ମୀଙ୍କ ସହ ବହୁଦିନର ମତାନ୍ତର ଜନିତ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବାରୁ ପରିବାରରେ ଶାନ୍ତି ଫେରିଆସିବ।
ଧନୁ
ଧନୁ
ବୃଥା ଭାବନାଜନିତ ଅନ୍ୟମନସ୍କ ହେତୁ କୌଣସି କାର୍ଯ୍ୟ ଶୃଙ୍ଖଳିତ ହେବନାହିଁ। ଅସାବଧାନତା କାରଣରୁ ଧନହାନି ଘଟିବାର ପୂର୍ଣ୍ଣ ସମ୍ଭାବନା ରହିଛି। ପାରିବାରିକ ଅସ୍ଥିରତା ବନ୍ଧୁମାନଙ୍କ ସାହାଯ୍ୟରୁ ଦୂରୀଭୂତ ହୋଇଯିବ। ସାମାଜିକସ୍ତରରେ ସମ୍ମାନ୍‌ନୀୟ ବ୍ୟକ୍ତିବିଶେଷଙ୍କ ସାହାଯ୍ୟରୁ ସମସ୍ୟାକୁ ସୁଧାରିନେବେ।
ମକର
ମକର
ପାରିବାରିକ ଦୃଷ୍ଟିକୋଣରୁ ଖୁସିରେ ରହିଲେ ମଧ୍ୟ ମାନସିକ ସି୍ଥରତା ରହି ନ ପାରେ। ପ୍ରିୟ ବନ୍ଧୁଙ୍କ ସମ୍ପର୍କରେ ଅଶୁଭ ଖବର ପାଇ ବିଚଳିତ ହୋଇପାରନ୍ତି। ଶିକ୍ଷା, ପରୀକ୍ଷା, ଆଲୋଚନା, ଗଠନମୂଳକ କାମ, ଗବେଷଣା, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ। ନିର୍ମାଣାଧୀନ ଗୃହ, ଯାନବାହନକୁ ଶେଷ ସ୍ପର୍ଶ ଦେଇ ଖୁସି ମନାଇବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟାବସ୍ଥା କ୍ରମଶଃ ଭଲ ଦିଗକୁ ଗତି କରିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। କାର୍ଯ୍ୟରେ ଅସଫଳତା କାରଣରୁ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ। ଆକସ୍ମିକ ଭାବେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଯିବାରେ ବିଳମ୍ବ ଘଟିପାରେ।
ମୀନମୀନ

ପରିବାର ଲାଗି ବେଶି ସମୟ ନ ଦେବା କାରଣରୁ ପରିବାରରୁ ସମାଲୋଚିତ ହେବେ। ବନ୍ଧୁଙ୍କ ପ୍ରେରଣାରେ ସତ୍‌ସଂଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ସାୟାହ୍ନେ ଟେନ୍‌ସନ ବଢ଼ିଯିବ। ସାମାଜିକସ୍ତରରେ ନିଜେ ଜଳି ଅନ୍ୟମାନଙ୍କ ହିତ ଚିନ୍ତା କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?