Posted inRasifala

ରାଶିଫଳ: ରବିବାର, ମେ ୨୮ ତାରିଖ – Daily Horoscope

ମେଷ
ଆଜି ପ୍ରତି କ୍ଷେତ୍ରରେ ନିଜକୁ ଆଡ୍‌ଜଷ୍ଟ କରି ଚଳାଇ ନେବାରେ ସମର୍ଥ ହେବେ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ଅସୁସ୍ଥତା ଅନୁଭବ କରିପାରନ୍ତି। ସାମାଜିକ କ୍ଷେତ୍ରରେ ଅଟକିଥିବା କାମ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ। କୃଷି, ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହୋଇପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମସ୍ୟାକୁ ସୁଧାରିବା ସାଙ୍ଗକୁ ସାମାଜିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଅଫିସ୍‌ କାମର ଚାପ ପ୍ରଭାବରୁ ଟେନ୍‌ସନ୍‌ କିିଛି ମାତ୍ରାରେ ଲାଗିରହିବ। ପରିବାର କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ମାନସିକ ଅଶାନ୍ତିର କାରଣ ହେବ। ତଥାପି ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ମିଥୁନ
ମିଥୁନ
ଆଜି ବନ୍ଧୁଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେକରିବେ। ଯେଉଁ କାମଟିକୁ ଆଜିଯାଏଁ ଆପଣ କରି ପାରୁନଥିଲେ, ଆଜି ମଧ୍ୟାହ୍ନ ପରେ ତାହା ସୁବିଧାରେ ହୋଇଯିବ। ମାତ୍ର ଘରର ବାରଣ ମାନି କାମ କଲେ ଅବଶ୍ୟ ଉପକୃତ ହେବେ। ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ।
କର୍କଟ
କର୍କଟ
ଆଜି ଆପଣ ପରିସ୍ଥିତି ସହ ଲଢ଼େଇ କରି କାମ ହାସଲ କରିପାରିବେ। ଗତକାଲିଠାରୁ ଆଜି ଯେଉଁ କାମରେ ହାତଦେବେ, ସେଥିରେ କୌଣସି ପ୍ରକାରର ଅସୁବିଧା ହେବ ନାହିଁ। କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। କିନ୍ତୁ କାର୍ଯ୍ୟବ୍ୟସ୍ତତାରୁ ଘରର କଥା ବୁଝିବାକୁ ସମୟ ମଧ୍ୟ ପାଇ ପାରିବେ ନାହିଁ।
ସି˚ହ
ସି˚ହ
ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସଙ୍ଗଠନ, ପ୍ରଶାସନ, ଗଣ ଯୋଗାଯୋଗ ପାଇଁ ଦିନଟି ଭଲ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ କ୍ରୋଧରୁ ହଇରାଣ ହୋଇପାରନ୍ତି। ଆଗନ୍ତୁକ ବନ୍ଧୁଙ୍କ ଆଚରଣରେ କିଛିଟା ପରିବର୍ତ୍ତନ ଆସିପାରେ, ଯାହାକି ଦୁଶ୍ଚିନ୍ତା ସୃଷ୍ଟି କରିବ।
କନ୍ୟା
ଆଜି ବିଷମ ପରିସ୍ଥିତିରେ ବନ୍ଧୁଙ୍କଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହୋଇପାରେ। ଦୀର୍ଘଦିନ ହେଲା ଯେଉଁ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇଥିଲେ ତାହା ଅକ୍ଳେଶରେ ହୋଇଯିବ। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବା ଆଶା କରାଯାଇପାରେ। ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ଜୁଟିବ ଓ ଆଜିର ଯାତ୍ରା ସଫଳ ହେବ।
ତୁଳା
ତୁଳା
ଆଜି ବିଭିନ୍ନ ଦିଗରୁ ରୋଜଗାର କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ ସମସ୍ୟା ପ୍ରାୟତଃ ଆଗକୁ ବଢ଼ିପାରିବ ନାହିଁ ।
ବିଛା
ବିଛା
ସ୍ବାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁତ୍ସାହିତ କରିବ। ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇ ମନ ଭଲ ରହିବ ନାହିଁ। ଭୁଲ୍‌ ବୁଝାମଣାବଶତଃ ସାଧାରଣ କଥାରେ ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ଏବଂ ଆଜିର ବ୍ୟବସାୟ ପ୍ରାୟତଃ ଭଲ ହେବ।
ଧନୁ
ଧନୁ
ପାରିବାରିକ ଅଶାନ୍ତି ରହିଥିଲେ ମଧ୍ୟ ପରିସ୍ଥିତିକୁ ଦେଖି କାମ କଲେ କୌଣସି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଅଫିସରଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ରୋଗପୀଡ଼ା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ।
ମକର
ମକର
ଗତକାଲି ରାତିରୁ ପରୋକ୍ଷ ଶତ୍ରୁତା, ଧାର କରଜ, ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ନିଜ ସହ ଆଦୌ ପଡ଼ୁନଥିବା ଲୋକମାନେ ଗୁଣଗାନ କରିବା ବଦଳରେ ନିନ୍ଦା ରଟନା କରିବେ। ଅନ୍ୟମାନଙ୍କ ଘରୋଇ କଥାରେ କିମ୍ବା କାମରେ ମୁଣ୍ଡ ପୂରାନ୍ତୁ ନାହିଁ। ନିଜଠାରୁ ସାନମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ମାନ୍ଦା ବେପାର ଏବଂ ପୁଅ ଝିଅଙ୍କ ବାହାଘର ସମସ୍ୟା ସକାଶେ ମନ ଭାରାକ୍ରାନ୍ତ ରହିବ। ତଥାପି ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବ ବନ୍ଧୁ କିଛି ଖବର ନେଇ ଆସିବେ। ଆକସ୍ମିକ ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବହୁତ ଦିନର ନୂଆ ଯୋଜନାଟିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ।
ମୀନମୀନ
କର୍ମକ୍ଷେତ୍ରର ସ୍ଥିତି ଅକ୍ଷୁଣ୍ଣ ରହିଥିଲେ ହେଁ ଗୋଟିଏ ସମସ୍ୟା ଶେଷ ହେଉ ହେଉ ଅନ୍ୟ ଏକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ। ଆଜି ଦିନଟି ଆର୍ଥିକ ଦୃଷ୍ଟିକୋଣରୁ ମନ୍ଦ ନୁହେଁ। ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ। କୌଣସି ନୀଚ ଜାତି ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। କଚେରି ମାମଲା ଅନୁକୂଳ ଯୋଗ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?