Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ
ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ କାମରେ ଅଗ୍ରଗତି ଘଟିପାରେ। ଦ୍ୱିଜା ନକ୍ଷତ୍ରର ଆର୍ଥିକ ସଙ୍କଟ ଲାଗି ରହିଲେ ମଧ୍ୟ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ, ଏହି ଚିନ୍ତାରେ ପାଖ ମାଡ଼ିବେ ନାହିଁ। ସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବା ସମ୍ଭାବନା ରହିଛି।
ବୃଷ
ବୃଷ
ଆଜି କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ। ରୋହିଣୀ ନକ୍ଷତ୍ର କଳା, ସାହିତ୍ୟରେ ଉନ୍ନତି ଓ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଆନୁଷ୍ଠାନିକ କାମରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆର୍ଥିକ ସ୍ଥିତି କମ୍‌ଜୋର୍‌ ରହିବା ଫଳରେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ସଚେତନତାର ଅଭାବଜନିତ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାରକରି ଉଚିତ ପଦକ୍ଷେପ ନିଅନ୍ତୁ। ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। ପଡ଼ୋଶୀମାନେ ବାକ୍‌ଚାତୁରୀ କଥା କହି କାର୍ଯ୍ୟ ହାସଲ କରିପାରନ୍ତି।
କର୍କଟ
କର୍କଟ
ଏକାଦଶସ୍ଥ ଉଚ୍ଚସ୍ଥାନ ଚନ୍ଦ୍ର ଯୋଗୁ ମନ ପ୍ରଫୁଲ୍ଲ ରହିବ ଏବଂ ଯାହା ଆଶା କରୁଛନ୍ତି ପାଇବେ। ଅଶ୍ଳେଷା ନକ୍ଷତ୍ର ବ୍ୟବସାୟରେ ଲାଭବାନ୍‌ ହେବେ, ମାତ୍ର ଆଶାନୁରୂପ ନ ହୋଇପାରେ। ଆଜିର ପ୍ରତ୍ୟାବର୍ତ୍ତନ ପଥରେ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ଅନ୍ୟମାନଙ୍କ ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି। ପ୍ରଶାସନିକ ସ୍ତରରେ ସହଯୋଗ ଅଭାବରୁ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ଅଭାବ କାରଣରୁ ଓ ପରୋକ୍ଷ ଶତ୍ରୁତାରୁ ମନ ଅବସ୍ଥା ଠିକ୍‌ ରହି ନ ପାରେ।
କନ୍ୟା
ଆଜି ହଠାତ୍‌ ବିଳାସ ଉପକରଣ କିଣିବା ସକାଶେ ଘରୁ ବରାଦ ପାଇପାରନ୍ତି। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁଟି ସାହାଯ୍ୟ କରିବାର ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡ଼ିବେ ନାହିଁ। ଚିତ୍ରା ନକ୍ଷତ୍ରର ବ୍ୟବସାୟରେ ଲାଭ ଅପେକ୍ଷା କ୍ଷତି ଅଧିକ ହୋଇପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ତଥାପି କେତେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ସ୍ବାତୀ ନକ୍ଷତ୍ରର ପଡ଼ୋଶୀମାନେ ସ୍ବାର୍ଥସାଧାନ ମାନସରେ କଅଁଳିଆ କଥା କହିପାରନ୍ତି।
ବିଛା
ବିଛା
ଆଜି ଅନୁରାଧା ନକ୍ଷତ୍ର ସକାଶେ ସକାଳୁଆ ଯାତ୍ରା ମନକୁ ଆହ୍ଲାଦିତ କରିବ। ସାଙ୍ଗସାଥୀଙ୍କ ସହ କିଛି ନୂଆ ସ୍ଥାନକୁ ପରିଦର୍ଶନରେ ଯାଇପାରନ୍ତି। ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜିଯାଇପାରେ। କଳା, କ୍ରୀଡ଼ା, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ଆଜିର ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ଟଣା ଓଟରା ଲାଗିବ। ବିବାଦୀୟ ଘଟଣାରେ, ପରିବହନରେ, ବ୍ୟବସାୟରେ, ଶତ୍ରୁଠାରୁ ଦୂରେଇ ରୁହନ୍ତୁ। ଉତ୍ତରାଷାଢ଼ା ନକ୍ଷତ୍ରର ପରିବାରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରିନେବେ।
ମକର
ମକର
ବନ୍ଧୁ କିମ୍ବା ହିତୈଷୀଙ୍କ ଦର୍ଶନ ପାଇଁ ମନ ଛଟପଟ ହୋଇପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ, ପରିବହନରେ ଏବଂ ଚେଷ୍ଟା କରୁଥିବା କାମରେ ସମସ୍ୟା ସମାଧାନ ହୋଇଯିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାରକରିବେ। ଶ୍ରବଣା ନକ୍ଷତ୍ର ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ଆଜିର କାମ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ହୋଇପାରୁଛି ଆପଣଙ୍କ ପାଇଁ ସେପରି ନ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ପାରିବାରିକ ବିବାଦରେ ନୀରବ ରହିବାକୁ ବାଧ୍ୟ ହେବେ। ଶତଭିଷା ନକ୍ଷତ୍ର କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି।
ମୀନମୀନ

ଉତ୍ତରଭାଦ୍ରପଦ ନକ୍ଷତ୍ର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା ସ୍ଥଗିତ କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶକରି କଟୁ କଥା କହିବାକୁ ପଛାଇବେ ନାହିଁ। ବନ୍ଧୁମିଳନ, ଦେବଦର୍ଶନ, ସତ୍‌ସଙ୍ଗ, ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri