Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୨୮ ତାରିଖ – Daily Horoscope

ମେଷ
ବିଭିନ୍ନ ପ୍ରକାରର ସମସ୍ୟାକୁ କେନ୍ଦ୍ରକରି ମାନସିକ ଦ୍ୱନ୍ଦ୍ୱ ଲାଗିରହିବ। ସଭାସମିତିରେ କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ। ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି,ଏଣୁ ସତର୍କ ରହିବା ଭଲ। ପରିବାରରେ ଅସାବଧାନତା ହେତୁ ଦ୍ରବ୍ୟନଷ୍ଟ ହୋଇପାରେ।
ବୃଷ
ବୃଷ
ଆଜି ଠିକ୍‌ଠାକ୍‌ ଥିବା କାମ ଶେଷ ସମୟରେ ବିଗିଡ଼ି ଯିବାର ବହୁ ସମ୍ଭାବନା ରହିଛି। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି। ସାଙ୍ଗସାଥୀ କହିବେ ବହୁତ, କଲାବେଳକୁ ସେମାନଙ୍କ ଦେଖା ମିଳି ନ ପାରେ। ଆଜିର ଯାତ୍ରା, ବାଣିଜ୍ୟ, ସ୍ତ୍ରୀଙ୍କ ସମ୍ପର୍କ ଦିଗରୁ ଲାଭବାନ ହେବେ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଅର୍ଥ ସମ୍ପର୍କିତ ଝମେଲାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ମିଳିବ।
କର୍କଟ
କର୍କଟ
ଆଜି ଅନେକ କାଳ୍ପନିକ ଆଶା ମନରେ ଉଜ୍ଜୀବିତ କରି ଭ୍ରାନ୍ତିଯୁକ୍ତ ହୋଇପାରନ୍ତି। ବିଭିନ୍ନ କ୍ଷେତ୍ରରୁ ଅର୍ଥ ପାଇବେ ସତ କିନ୍ତୁ ମାନସିକ ଶାନ୍ତି ହରାଇବା ସହ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବା ସହ ଭ୍ରମଣ ହେତୁକ ଅବସାଦ ଦେଖାଦେଇପାରେ।
ସି˚ହ
ସି˚ହ
କୌଶଳରେ କାମ ହାସଲ କରିବା ସହ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ। ପରିସ୍ଥିତି ଓ ରହୁଥିବା ପରିବେଶରେ କିଛି ଗଡ଼ବଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ବିଳମ୍ବରେ ପାଇଯିବେ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହି ନ ପାରେ।
କନ୍ୟା
ଆଜି ଯାହା କରିବେ ପ୍ରତ୍ୟେକ କାମରେ ସଫଳତା ଅବଶ୍ୟମ୍ଭାବୀ। ଦୀର୍ଘଦିନର ଚେଷ୍ଟା ପରେ ଋଣ ସୂତ୍ରରେ ଆଜି ହିଁ ଅର୍ଥଲାଭ କରିବେ। ସ୍ତ୍ରୀଙ୍କ ବରାଦ, ପ୍ରତିଦ୍ୱନ୍ଦ୍ୱୀଙ୍କ କାର୍ଯ୍ୟ, ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ଓ ଯାତ୍ରାରେ ଦୁଃଚିନ୍ତା ବଢ଼ିପାରେ। କଠୋର ପରିଶ୍ରମ କିମ୍ବା ବିଶେଷ ଭମଣଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଅବହେଳା ହେତୁ ସଫଳତା ପାଇବା କଷ୍ଟକର ହେବ। କେତେକ କାମରେ ମନଦେଇ କାମଟିକୁ ପୂରା ନ କରିବା ଯାଏଁ ଛାଡ଼ିବେ ନାହିଁ। ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଆର୍ଥିକ ଅଭିବୃଦ୍ଧି ନିମିତ୍ତ ତପତ୍ରତା ପ୍ରକାଶ କରିବେ ଓ ପାଇବେ।
ବିଛା
ବିଛା
ସାଧାରଣ କଥାରେ ଝଗଡ଼ା ସଙ୍ଗକୁ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ମଧ୍ୟାହ୍ନ ପରେ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବିଜୟୀ ହେବେ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରି ଉପକୃତ ହୋଇପାରନ୍ତି।
ଧନୁ
ଧନୁ
ଅନ୍ୟମାନଙ୍କ ସକାଶେ ଯେତେ ଉଦାର ମନୋଭାବ ପୋଷଣ କଲେ ମଧ୍ୟ ସେମାନଙ୍କ ଚିନ୍ତାଧାରାକୁ ବଦଳାଇବା ସମ୍ଭବପର ହେବନାହିଁ। ଶାରୀରିକ ସୁସ୍ଥତା ଫେରିପାଇବେ। ରାଜନୈତିକ କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପାରିବାରିକ, ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ସୁଫଳ ମିଳିବ।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣା ନେଇ ଅଶାନ୍ତି ଓ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ତୀର୍ଥାଟନରେ କିମ୍ବା ବାହାର ଜାଗାରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ।
କୁମ୍ଭ
କୁମ୍ଭ
କାର୍ଯ୍ୟ କ୍ଷେତ୍ରରେ ନିଜର ଲୋକମାନଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସକାଳ ସମୟରେ ବହୁ ପ୍ରତୀକ୍ଷିତ ଶୁଭଖବରଟି ପାଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ଆଗାମୀ ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ପ୍ରକାଶ କରିବେ।
ମୀନମୀନ
ଦୀର୍ଘଦିନର ଅଭିଳାଷ ପୂରଣ ହେବା ସଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ। ଗତକାଲିଠାରୁ ଚେଷ୍ଟା କରୁଥିବା କାମଗୁଡ଼ିକ ଆଜି ଅପରାହ୍ନେ ଠିକ୍‌ ଭାବରେ ସମ୍ପନ୍ନ ହେବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri