Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ
ଅଟକି ରହିଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡ଼ିବ। ଆଜି ଯାହାକୁ ଯାହା କହିବେ ସେ ନିଶ୍ଚିତ କରିବ। ପରିସ୍ଥିତି ପ୍ରତି ଦୃଷ୍ଟି ନ ରଖିଲେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଶିଥିଳତା ଦେଖାଦେବ, ମାତ୍ର ନୂତନ ଯାନ୍ତ୍ରିକ ଜିନିଷ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ବାରମ୍ବାର ଚେଷ୍ଟା କରି ଅପୂରଣୀୟ ଆଶା ଓ ଅଭିଳାଷ ପୂରଣ କରିବେ। ସଭାସମିତିରେ କିମ୍ବା ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଦୁର୍ବଳ ରବିଙ୍କ କୁପ୍ରଭାବରୁ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ସ୍ବାସ୍ଥ୍ୟ ପ୍ରତି ସଚେତନ ହୋଇ କାମ କରିବା ଭଲ ହେବ।
ମିଥୁନ
ମିଥୁନ
ସାଧାରଣ ଘଟଣାରେ ଝଗଡ଼ା ଲାଗିଥିବା ଗତକାଲିର ଘଟଣାବଳୀ ମନକୁ ବିବ୍ରତ କରିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ପାରିବାରିକ କ୍ଷେତ୍ରରେ ଖଳ ଲୋକଙ୍କ ଅନୁପ୍ରବେଶ କଳହକୁ ବଢ଼ାଇଦେଇପାରେ। ଅଫିସିଆଲି କୌଣସି ନିଷ୍ପତ୍ତି ପାଇଁ ତର୍କ ଓ ବିବାଦ ବଢ଼ିବାର ସମ୍ଭାବନା ରହିଛି।
କର୍କଟ
କର୍କଟ
ଆଜି ଯାହା କରିବେ କରନ୍ତୁ ସଫଳତା ନିଶ୍ଚିତ ପାଇବେ। ଆକସ୍ମିକ ଭାବରେ ଦୂରଯାତ୍ରା ଓ ବନ୍ଧୁ ମିଳନ ଘଟିବାରୁ ସାମୟିକ ଆନନ୍ଦ ଅନୁଭବ କରିବେ। ଦୀର୍ଘଦିନର ଆଶା ଫଳବତୀ ହେବ କିନ୍ତୁ ଏଥି ସକାଶେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ବ୍ୟବସାୟ,ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ସି˚ହ
ସି˚ହ
ବହୁତ ଦିନର ସୁଚିନ୍ତିତ ଯୋଜନାକୁ ବାସ୍ତବରୂପ ଦେବା ଦିଗରେ ଚେଷ୍ଟା କରି ସଫଳ ହେବେ। ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଓ କାମରେ ଆଗୁଆ ରହିବେ। ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଲେ ମଧ୍ୟ ଚେଷ୍ଟାରୁ ବିରତ ହେବେ ନାହିଁ। ବନ୍ଧୁଗହଣରେ ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
କନ୍ୟା
ଶୁକ୍ରଙ୍କ ପ୍ରଭାବରୁ କଳା, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର ଓ ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହମତିିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ସାମାଜିକ ସ୍ତରରେ ଆନୁଷ୍ଠାନିକ କାର୍ଯ୍ୟ ତଥା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ମିଳିବ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଏବଂ ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
ବିଛା
ବିଛା
ଶାରୀରିକ ସୁସ୍ଥତା ମାନସିକ ସୁସ୍ଥତାକୁ ବୃଦ୍ଧି କରିବ। ଆଜିର କର୍ମକ୍ଷେତ୍ରରେ ଏକ ପ୍ରକାର ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ନିଜ ସକାଶେ ସମସ୍ୟାକୁ ବଢ଼ାଇ ଦେବ। ଯିବା, ଆସିବା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରର ପରିସ୍ଥିତି ଅନୁକୂଳ ନ ହେଲେ ମଧ୍ୟ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ମନୋରଞ୍ଜନ କାର୍ଯ୍ୟରେ ସାମିଲ୍‌ ହୋଇପାରନ୍ତି, କିନ୍ତୁ ପୂର୍ଣ୍ଣ ଉପଭୋଗ୍ୟ ହୋଇପାରିବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବାରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପରିବହନରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ।
ମକର
ମକର
ଯେତେ ସତର୍କରେ ଚଳିଲେ ମଧ୍ୟ ଅନ୍ୟମାନଙ୍କ ଶ୍ରଦ୍ଧାଭାଜନ ହୋଇପାରିବେ ନାହିଁ। ଘରେ ବସି ରହିଥିଲେ ମଧ୍ୟ ବିଭିନ୍ନ ପ୍ରକାରର ମିଥ୍ୟା ଅଭିଯୋଗ ଆପଣଙ୍କ ଉପରକୁ ଆସିପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବନ୍ଧୁ ମାନଙ୍କ ଗହଣରେ ଆଳାପ ଆଲୋଚନାରେ ସମୟ କଟାଇବେ।
କୁମ୍ଭ
କୁମ୍ଭ
ଅଭାବ ସୁଧାରିବାକୁ ଯାଇ ଧାର ଉଧାର କରିବାକୁ ପଡ଼ିପାରେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆନୁଷ୍ଠାନିକ କ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ ସୁଯୋଗ ଜୁଟିବ।
ମୀନମୀନ
ସମସ୍ୟା ଆସିଲେ ମଧ୍ୟ ପରକ୍ଷଣରେ ବୃହସ୍ପତିଙ୍କ ଶୁଭଦୃଷ୍ଟିରୁ ସୁଧୁରିଯିବ। ବନ୍ଧୁମାନଙ୍କ ପରାମର୍ଶ ଅନୁସାରେ ସମସ୍ୟା ସମାଧାନ ହେବା ଦିଗରେ ଚେଷ୍ଟା କରିପାରନ୍ତି। ନିଜ ଲୋକମାନଙ୍କ ଈର୍ଷାପରାୟଣତା କାରଣରୁ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଲାଭଭାବସ୍ଥ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଶୁଭକାର୍ଯ୍ୟର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ ଟଙ୍କାକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?