Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ
କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆର୍ଥିକ ସ୍ବଚ୍ଛଳତା ସତ୍ତ୍ୱେ ଆତ୍ମୀୟଙ୍କ ବିରୋଧରୁ ମାନସିକ ଶାନ୍ତି ବ୍ୟାହତ ହେବ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ସମସ୍ୟା ବୃଦ୍ଧି ପାଇପାରେ। ପାରିବାରିକ ସମସ୍ୟାକୁ ସରଳଭାବେ ସମାଧାନ କରିବେ।
ବୃଷ
ବୃଷ
ଆନୁଷ୍ଠାନିକ କ୍ଷେତ୍ରରେ ମିତ୍ର ବନ୍ଧୁରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ ହେବେ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ଦୀର୍ଘଦିନର ଆଶା ମଉଳି ଯିବ, କିନ୍ତୁ ଆର୍ଥିକ ଦିଗରୁ ଦିନଟି ପ୍ରାୟତଃ ଭଲ ରହିବ।
ମିଥୁନ
ମିଥୁନ
କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସମସ୍ୟା ସମାଧାନର ସମ୍ମୁଖୀନ ହେବେ। ସହକର୍ମୀଙ୍କ ସାହାଯ୍ୟରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ସହକର୍ମୀମାନଙ୍କର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡିପାରନ୍ତି। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବନ୍ଧୁଙ୍କ ପରାମର୍ଶରେ ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି।
ସି˚ହ
ସି˚ହ
ଆଜି ସକାଳୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ ମାତ୍ର ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା
ବନ୍ଧୁଙ୍କ ସମ୍ବନ୍ଧରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ଭାବପ୍ରବଣ ବଶତଃ ବନ୍ଧୁଙ୍କ ସହ ଓଲଟା କଥା ବାର୍ତ୍ତାକରି ଅପଦସ୍ତ ହେବେ। କଠୋର ପରିଶ୍ରମଜନିତ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି।
ତୁଳା
ତୁଳା
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ଠିକ୍‌ ହୋଇଯିବ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଶ୍ରୁତିରୋଧକ ମନ୍ତବ୍ୟ ଦେଇପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଜିଦ୍‌ଖୋର ସ୍ବଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ।
ବିଛା
ବିଛା
ଆଜିର କର୍ମକ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ବନ୍ଧୁମାନଙ୍କ ଜରିଆରେ ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ, ନିର୍ମାଣ, ଆଲୋଚନା, ସଭା ସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ବହୁତ ଭଲ।
ଧନୁ
ଧନୁ
ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହାକି ସମସ୍ୟାର କାରଣ ହୋଇପାରେ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁକ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। କଠିନ ପରିଶ୍ରମଜନିତ ସାମାନ୍ୟ ଶାରୀରିକ କଷ୍ଟ ଅନୁଭବ କରିବେ।
ମକର
ମକର
ଆଜି କାମ ଆରମ୍ଭ ପୂର୍ବରୁ ଅଫିସରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ। ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ପରିଲକ୍ଷିତ ହେବାରୁ ଚିନ୍ତାକୁଳ ହୋଇପାରନ୍ତି। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ। ଜଣାଶୁଣା ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ କିନ୍ତୁ ଭାବୁଥିବା କଥାଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନକ ଦୁଃଖ ଅନୁଭବ କରିବେ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?