Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ
ଦୀର୍ଘଦିନରୁ ଅଟକି ରହିଥିବା ସବୁ କାମ ସୁବିଧାରେ ହେବା ସହ ପ୍ରଶଂସିତ ହେବେ। ଆଜି ଆପଣ ଯାହାକୁ ଯାହା କହିବେ ସେ କଦାପି ନାହିଁ କରିବ ନାହିଁ। ମାତ୍ର ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ, ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ବ୍ୟବସାୟ,ବାଣିଜ୍ୟ ଓ ପରିବହନରେ ଶିଥିଳତା ଦେଖାଦେଇପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବାରମ୍ବାର ଚେଷ୍ଟା କରି ମଧ୍ୟ ଅସଫଳତା ହେତୁ ଚିନ୍ତା ପ୍ରକଟ କରିପାରନ୍ତି। ଦୀର୍ଘଦିନର ଅପୂରଣୀୟ ଅଭିଳାଷ ମନରେ କ୍ରୋଧ ସୃଷ୍ଟି କରିପାରେ। ସଭାସମିତିର ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ ।
ମିଥୁନ
ମିଥୁନ
ସାଧାରଣ ଘଟଣାରେ ଝଗଡ଼ା ଲାଗିଥିବା ଗତକାଲିର ଘଟଣାବଳୀ ମନକୁ ବିବ୍ରତ କରିପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଆଶାନୁରୂପ ଫଳ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଖଳ ଲୋକଙ୍କ ଅନୁପ୍ରବେଶ କଳହକୁ ପ୍ରୋତ୍ସାହିତ କରିପାରେ। କର୍ମକ୍ଷେତ୍ରରେ କୌଣସି ନିଷ୍ପତ୍ତି ପାଇଁ ବିବାଦ ବଢ଼ିବାର ଆଶଙ୍କା ରହିଛି ।
କର୍କଟ
କର୍କଟ
ଆଜି ଦିନଟିରେ ଯାହା ପାଇବାକୁ ଇଚ୍ଛା କରିଛନ୍ତି, ତାହା ଶନିଙ୍କ ପ୍ରଭାବରୁ ବିଳମ୍ବରେ ପାଇବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାର ସମ୍ଭାବନା ରହିଛି।
ସି˚ହ
ସି˚ହ
ଦୀର୍ଘ ଦିନର ଯୋଜନାକୁ ବାସ୍ତବରୂପ ଦେବାରେ ଆଜି ସଫଳତା ପାଇବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ଲାଗି ରହିଲେ ମଧ୍ୟ ଚେଷ୍ଟାରୁ ବିରତ ହେବେ ନାହିଁ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ କହି ବିରୋଧୀ ହୋଇପାରନ୍ତି। ସହକର୍ମୀମାନେ ଆବଶ୍ୟକ ସହଯୋଗ କରିବା ସାଙ୍ଗକୁ ପ୍ରଶଂସାରେ ଶତମୁଖ ହୋଇପାରନ୍ତି।
କନ୍ୟା
ଆଜିର କର୍ମକ୍ଷେତ୍ର ପ୍ରଶସ୍ତ ରହିବ ଏବଂ ସଙ୍ଗୀତ, କ୍ରୀଡ଼ା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଆନୁଷ୍ଠାନିକ କାମରେ ସହମତିରେ କାମ କଲେ ସଫଳତା ପାଇପାରନ୍ତି। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବଢ଼ିଯିବ। ସାମାଜିକ ସ୍ତରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ସାମାଜିକ ସ୍ତରରେ ଆନୁଷ୍ଠାନିକ କାର୍ଯ୍ୟ ତଥା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ମିଳିବ। ସରକାରୀ କ୍ଷେତ୍ରରୁ କୌଣସି ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟାଜନିତ ବ୍ୟସ୍ତତା ବୃଦ୍ଧି ପାଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ଏକ ପ୍ରକାର ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ନିଜ ସକାଶେ ସମସ୍ୟାକୁ ବଢ଼ାଇ ଦେବ। ଆଜିର ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କ୍ରୟବିକ୍ରୟ ପରିପ୍ରେକ୍ଷୀରେ ଜମିଜମା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ଧନୁ
ଧନୁ
ଶୁକ୍ରଙ୍କ ପ୍ରଭାବରେ ମନୋରଞ୍ଜନ କାର୍ଯ୍ୟରେ ସାମିଲ ହୋଇପାରନ୍ତି, କିନ୍ତୁ ପୂର୍ଣ୍ଣ ଉପଭୋଗ୍ୟ ହୋଇପାରିବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବାରୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ। ବ୍ୟବସାୟ ଓ ପରିବହନ ସମସ୍ୟାର ସମାଧାନ ହୋଇଯିବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ନିଜକୁ ସାମିଲ କରି ଖୁସି ମନାଇପାରନ୍ତି।
ମକର
ମକର
ପ୍ରତିକୂଳ ସମୟଜନିତ ଘରେ ବସି ରହିଥିଲେ ମଧ୍ୟ ବିଭିନ୍ନ ପ୍ରକାରର ମିଥ୍ୟା ଅଭିଯୋଗ ଆପଣଙ୍କ ଉପରକୁ ଆସିପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତ ପରିବେଶ ସୃଷ୍ଟି ହେବ। ବନ୍ଧୁଙ୍କ ଗହଣରେ ଆଳାପ ଆଲୋଚନାରେ ସମୟ କଟିଯିବ। ଆତ୍ମୀୟମାନେ ସ୍ବାର୍ଥସାଧନ ମାନସରେ ଅଘଟଣ ଘଟାଇପାରନ୍ତି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ଭଲ ରହିବା ସହ ଅଭାବ ସୁଧାରିବାକୁ ଯାଇ ଧାରକରଜ କରିବାକୁ ବାଧ୍ୟ ହେବେ। ସମ୍ପର୍କୀୟଙ୍କ ସାହାଯ୍ୟରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆନୁଷ୍ଠାନିକ କ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବାର ସୂଚନା ରହିଛି। ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ ସୁଯୋଗ ଜୁଟିବାର ସୁଯୋଗ ଲାଭ କରିବେ।
ମୀନମୀନ

ସମସ୍ୟା ରହିଥିଲେ ମଧ୍ୟ ବନ୍ଧୁଙ୍କ ପରାମର୍ଶ ଅନୁସାରେ ସମାଧାନ ପାଇଁ ଚେଷ୍ଟା କରିବେ। ନିଜ ଲୋକଙ୍କ ଈର୍ଷାପରାୟଣତାରୁ ହଠାତ୍‌ ବିରାଧୀ ପକ୍ଷ ସକ୍ରିୟ ହୋଇ ଉଠିବେ। ଅଜଣା ଅଶୁଣା ବ୍ୟକ୍ତିଙ୍କ ନିକଟରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯାନ୍ତ୍ରିକଦ୍ରବ୍ୟ କିମ୍ବା ବିଦ୍ୟୁତ୍‌, ଲୌହ, ତୈଳାଦି ବ୍ୟବସାୟରୁ ଲାଭବାନ୍‌ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?