Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାଯ୍ୟ ଓ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଯାନ୍ତ୍ରିକ ଶିଳ୍ପରେ ଉନ୍ନତି, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହୋଇପାରେ। ପରିବାରରେ ଅଶାନ୍ତି ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି। ସନ୍ତାନ ହେତୁକ ଅନାଦର ଭାବ ଅନୁଭବ କରି ଦୁଃଖିତ ହେବେ।
ବୃଷ
ବୃଷ
ଆଜି ବିଶେଷ ଅସୁବିଧା ନ ହେଲେ ମଧ୍ୟ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ସୃଷ୍ଟି ହୋଇପାରେ। ଅନ୍ୟମନସ୍କ ରହିବା ହେତୁ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି । ଆଜି ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପାରିବାରିକ କ୍ଷେତ୍ରରେ ଜଗିରଖି ଚଳନ୍ତୁ, ଅନ୍ୟଥା ସମସ୍ୟା ବଢ଼ିବଢ଼ି ଯିବ।
ମିଥୁନ
ମିଥୁନ
ଚେଷ୍ଟା କରୁଥିବା କାମରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେବା ଶୁଭଫଳ ଦେବ । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅଶାନ୍ତିକୁ ଡାକି ଆଣିପାରନ୍ତି। ଉଚ୍ଚ ପଦାଧିକାରୀଙ୍କୁ ମନକଥା କହି କାମ ହାସଲରେ ସମର୍ଥ ହେବେ।
କର୍କଟ
କର୍କଟ
ମନକୁ ସୁହାଇଲା ଭଳି କଥା କହି ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସଫଳ ହେବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ ସହଯୋଗ ପାଇବା କଷ୍ଟକର ହେବ। ବିଶେଷ ଭ୍ରମଣ କାରଣରୁ ସ୍ବାସ୍ଥ୍ୟହାନି ଦେଖାଦେଇ ପାରେ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯତ୍ନ କରିପାରନ୍ତି।
ସି˚ହ
ସି˚ହ
ବିଭିନ୍ନ ପ୍ରକାରର କାମ ଚାପରେ ମାନସିକ ସ୍ଥିରତା ରହିବ ନାହିଁ। ସଭାସମିତିରେ ପ୍ରିୟଜନମାନଙ୍କୁ ଯୁକ୍ତିଯୁକ୍ତକଥା କହି ସମସ୍ୟାକୁ ସୁଧାରି ନେବେ। କିଛି ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି। ନିଜ ପସନ୍ଦର ଜିନିଷ ଆଣିବା ପାଇଁ ସ୍ବାମୀଙ୍କୁ ଅନୁରୋଧ କରିପାରନ୍ତି।
କନ୍ୟା
ଆଜି ବିଭିନ୍ନ ଦିଗରୁ ସାହାଯ୍ୟ, ସହଯୋଗର ଅବାରିତ ଧାରା ବହି ଆସିବ। ଜମିଜମା, ମାଲିମକଦ୍ଦମା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। କୌଣସି ନୂତନ ଭାବରେ ଆରମ୍ଭ କରିବାକୁ ଥିବା କାମ ନିର୍ବିଘ୍ନରେ ସମାପନ କରିପାରିବେ। ଆନୁଷ୍ଠାନିକ କାମରେ ବନ୍ଧୁମିଳନରୁ ଖୁସି ରହିବେ।
ତୁଳା
ତୁଳା
ଆଜି ପାରିବାରିକ, ସାମାଜିକ, ରାଜନୈତିକ, ସାଂଗଠନିକ ଓ ଲୋକ ସମ୍ପର୍କ କ୍ଷେତ୍ରରେ ସୁଫଳ ପାଇବେ। ଅତି ନିକଟରେ ରହି ସାହାଯ୍ୟ କରୁଥିବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। ଅଫିସରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇପାରେ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି ।
ବିଛା
ବିଛା
ଦୀର୍ଘଦିନରୁ ଚିନ୍ତା କରୁଥିବା କାମରେ ଅଗ୍ରଗତିର ସୂଚନା ପାଇ ସାମୟିକ ଖୁସି ହେବେ। ବନ୍ଧୁମିଳନ ସହ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଉଚ୍ଚବର୍ଗଙ୍କ ସହାୟତା ମିଳିବା ସାଙ୍ଗକୁ ପ୍ରଶାସନିକ ସ୍ତରରେ ସମସ୍ୟାର ସମାଧାନ ହୋଇଯିବ ।
ଧନୁ
ଧନୁ
ଅତୀତ ଘଟଣାକୁ ଚିନ୍ତା କରି ଆଜି ସକାଳୁ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଆକ୍ରାନ୍ତ କରିବ। ପାରିବାରିକ ସମସ୍ୟା ପଛକୁ ପକାଇ ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ପ୍ରାଧାନ୍ୟ ଦେବେ। ରଚନାତ୍ମକ କାମ, ଗବେଷଣା, ଅନୁସନ୍ଧାନ, କଳା, ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ। ଗୁରୁବର୍ଗୀୟ ବ୍ୟକ୍ତିଙ୍କ ଆରୋଗ୍ୟ ସକାଶେ ବ୍ୟାକୁଳତା ପ୍ରକାଶ ପାଇବ।
ମକର
ମକର
ଯୁକ୍ତିଯୁକ୍ତ କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କୁ ମୁଗ୍ଧ କରିବାରେ ଅଗ୍ରଣୀ ହେବେ। ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିବେ। ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିବ ଏବଂ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ମାଙ୍ଗଳିକ ତଥା ଜନକଲ୍ୟାଣମୂଳକ କାମରେ ନିଜକୁ ନିୟୋଜିତ କରି ଖୁସି ରହିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବା ସହ ନିଜ ଲୋକମାନଙ୍କ ଶତ୍ରୁତା ଦୁଶ୍ଚିନ୍ତାକୁ ବୃଦ୍ଧି କରିବ । ଗତକାଲିଠାରୁ ସ୍ଥଗିତ କାମକୁ ଆଜି ପୂରା କରିବାପାଇଁ ନିଷ୍ପତ୍ତି ନେବେ। ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ବିତ ହେବ। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ
ଆପଣଙ୍କର ଯାହା କିଛି ସାଧାରଣ ସମସ୍ୟା ରହିଛି, ସେଥିରେ ବିଶେଷ କିଛି ଅସୁବିଧା ହେବ ନାହିଁ। ଲୋକ ସମ୍ପର୍କ, ଆଲୋଚନା, ସଭାସମିତି ପ୍ରଭୃତି ବିଭିନ୍ନ ଦିଗରୁ ଲାଭବାନ ହେବେ। ମାଙ୍ଗଳିକ କାମ ସକାଶେ ଦୂରଯାତ୍ରା କରିବାକୁ ପଡ଼ିପାରେ। ପରିବାରରେ ପିତୃଅର୍ଜିତ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri