Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାଯ୍ୟ ଓ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଯାନ୍ତ୍ରିକ ଶିଳ୍ପରେ ଉନ୍ନତି, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହୋଇପାରେ। ପରିବାରରେ ଅଶାନ୍ତି ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି। ସନ୍ତାନ ହେତୁକ ଅନାଦର ଭାବ ଅନୁଭବ କରି ଦୁଃଖିତ ହେବେ।
ବୃଷ
ବୃଷ
ଆଜି ବିଶେଷ ଅସୁବିଧା ନ ହେଲେ ମଧ୍ୟ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ସୃଷ୍ଟି ହୋଇପାରେ। ଅନ୍ୟମନସ୍କ ରହିବା ହେତୁ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି । ଆଜି ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପାରିବାରିକ କ୍ଷେତ୍ରରେ ଜଗିରଖି ଚଳନ୍ତୁ, ଅନ୍ୟଥା ସମସ୍ୟା ବଢ଼ିବଢ଼ି ଯିବ।
ମିଥୁନ
ମିଥୁନ
ଚେଷ୍ଟା କରୁଥିବା କାମରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେବା ଶୁଭଫଳ ଦେବ । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅଶାନ୍ତିକୁ ଡାକି ଆଣିପାରନ୍ତି। ଉଚ୍ଚ ପଦାଧିକାରୀଙ୍କୁ ମନକଥା କହି କାମ ହାସଲରେ ସମର୍ଥ ହେବେ।
କର୍କଟ
କର୍କଟ
ମନକୁ ସୁହାଇଲା ଭଳି କଥା କହି ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସଫଳ ହେବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ ସହଯୋଗ ପାଇବା କଷ୍ଟକର ହେବ। ବିଶେଷ ଭ୍ରମଣ କାରଣରୁ ସ୍ବାସ୍ଥ୍ୟହାନି ଦେଖାଦେଇ ପାରେ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯତ୍ନ କରିପାରନ୍ତି।
ସି˚ହ
ସି˚ହ
ବିଭିନ୍ନ ପ୍ରକାରର କାମ ଚାପରେ ମାନସିକ ସ୍ଥିରତା ରହିବ ନାହିଁ। ସଭାସମିତିରେ ପ୍ରିୟଜନମାନଙ୍କୁ ଯୁକ୍ତିଯୁକ୍ତକଥା କହି ସମସ୍ୟାକୁ ସୁଧାରି ନେବେ। କିଛି ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି। ନିଜ ପସନ୍ଦର ଜିନିଷ ଆଣିବା ପାଇଁ ସ୍ବାମୀଙ୍କୁ ଅନୁରୋଧ କରିପାରନ୍ତି।
କନ୍ୟା
ଆଜି ବିଭିନ୍ନ ଦିଗରୁ ସାହାଯ୍ୟ, ସହଯୋଗର ଅବାରିତ ଧାରା ବହି ଆସିବ। ଜମିଜମା, ମାଲିମକଦ୍ଦମା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। କୌଣସି ନୂତନ ଭାବରେ ଆରମ୍ଭ କରିବାକୁ ଥିବା କାମ ନିର୍ବିଘ୍ନରେ ସମାପନ କରିପାରିବେ। ଆନୁଷ୍ଠାନିକ କାମରେ ବନ୍ଧୁମିଳନରୁ ଖୁସି ରହିବେ।
ତୁଳା
ତୁଳା
ଆଜି ପାରିବାରିକ, ସାମାଜିକ, ରାଜନୈତିକ, ସାଂଗଠନିକ ଓ ଲୋକ ସମ୍ପର୍କ କ୍ଷେତ୍ରରେ ସୁଫଳ ପାଇବେ। ଅତି ନିକଟରେ ରହି ସାହାଯ୍ୟ କରୁଥିବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। ଅଫିସରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇପାରେ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି ।
ବିଛା
ବିଛା
ଦୀର୍ଘଦିନରୁ ଚିନ୍ତା କରୁଥିବା କାମରେ ଅଗ୍ରଗତିର ସୂଚନା ପାଇ ସାମୟିକ ଖୁସି ହେବେ। ବନ୍ଧୁମିଳନ ସହ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଉଚ୍ଚବର୍ଗଙ୍କ ସହାୟତା ମିଳିବା ସାଙ୍ଗକୁ ପ୍ରଶାସନିକ ସ୍ତରରେ ସମସ୍ୟାର ସମାଧାନ ହୋଇଯିବ ।
ଧନୁ
ଧନୁ
ଅତୀତ ଘଟଣାକୁ ଚିନ୍ତା କରି ଆଜି ସକାଳୁ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଆକ୍ରାନ୍ତ କରିବ। ପାରିବାରିକ ସମସ୍ୟା ପଛକୁ ପକାଇ ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ପ୍ରାଧାନ୍ୟ ଦେବେ। ରଚନାତ୍ମକ କାମ, ଗବେଷଣା, ଅନୁସନ୍ଧାନ, କଳା, ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ। ଗୁରୁବର୍ଗୀୟ ବ୍ୟକ୍ତିଙ୍କ ଆରୋଗ୍ୟ ସକାଶେ ବ୍ୟାକୁଳତା ପ୍ରକାଶ ପାଇବ।
ମକର
ମକର
ଯୁକ୍ତିଯୁକ୍ତ କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କୁ ମୁଗ୍ଧ କରିବାରେ ଅଗ୍ରଣୀ ହେବେ। ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିବେ। ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିବ ଏବଂ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ମାଙ୍ଗଳିକ ତଥା ଜନକଲ୍ୟାଣମୂଳକ କାମରେ ନିଜକୁ ନିୟୋଜିତ କରି ଖୁସି ରହିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବା ସହ ନିଜ ଲୋକମାନଙ୍କ ଶତ୍ରୁତା ଦୁଶ୍ଚିନ୍ତାକୁ ବୃଦ୍ଧି କରିବ । ଗତକାଲିଠାରୁ ସ୍ଥଗିତ କାମକୁ ଆଜି ପୂରା କରିବାପାଇଁ ନିଷ୍ପତ୍ତି ନେବେ। ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ବିତ ହେବ। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ
ଆପଣଙ୍କର ଯାହା କିଛି ସାଧାରଣ ସମସ୍ୟା ରହିଛି, ସେଥିରେ ବିଶେଷ କିଛି ଅସୁବିଧା ହେବ ନାହିଁ। ଲୋକ ସମ୍ପର୍କ, ଆଲୋଚନା, ସଭାସମିତି ପ୍ରଭୃତି ବିଭିନ୍ନ ଦିଗରୁ ଲାଭବାନ ହେବେ। ମାଙ୍ଗଳିକ କାମ ସକାଶେ ଦୂରଯାତ୍ରା କରିବାକୁ ପଡ଼ିପାରେ। ପରିବାରରେ ପିତୃଅର୍ଜିତ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଶୁକ୍ର ସହ ଚନ୍ଦ୍ରଙ୍କ ସଂଯୋଗ କାର୍ଯ୍ୟସିଦ୍ଧି ସାଙ୍ଗକୁ ବନ୍ଧୁମିଳନର ସୁଯୋଗ ସୃଷ୍ଟି କରିବ। ଆତ୍ମୀୟଙ୍କ ଗହଣରେ ଦୁଃଖକୁ ପାସୋରିଦେବେ। ବୁଦ୍ଧାଦିତ୍ୟ ଯୋଗ...

ରାଶିଫଳ: ଗୁରୁବାର , ଫେବ୍ରୁଆରି ୦୬ ତାରିଖ – Daily Horoscope

ମେଷ ଆଜି ରାହୁ ଓ ଚନ୍ଦ୍ର ତୃତୀୟସ୍ଥ ହେତୁ କାର୍ଯ୍ୟହାନିରୁ ମନ ଭଲ ରହି ନ ପାରେ । କୌଣସି ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତା କିମ୍ବା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟ ଭଲ ରହିବ ଏବଂ ସାହସର ସହ ପ୍ରତ୍ୟେକ କାମକୁ ସମ୍ପନ୍ନ କରିପାରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ...

ରାଶିଫଳ: ଶନିବାର, ନଭେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି କୃତିକା ନକ୍ଷତ୍ର ସକାଶେ ଜଣେ ବାଲ୍ୟବନ୍ଧୁ ମିଶିବାକୁ ଆସିବାର ସୂଚନା ରହିଛି। ଯଦ୍ୱାରାକି ଆପଣଙ୍କ କାମ ତାହାଙ୍କ ଦ୍ୱାରା ହାଲୁକା ହୋଇଯିବାର ବହୁତ...

ରାଶିଫଳ: ଶୁକ୍ରବାର , ଫେବୃୟାରୀ ୨୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସ୍ଥଗିତ ରହିଥିବା କାମଗୁଡ଼ିକ ସହଯୋଗଭିତ୍ତିରେ ଆଗକୁ ଆଗକୁ ବଢ଼ିଚାଲିବ। ବ୍ୟବସାୟରେ ଟେନ୍‌ସନ ଲାଗି...

ରାଶିଫଳ: ମଙ୍ଗଳବାର, ଜୁନ୍‍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ଫାଇବା କଷ୍ଟକର ହୋଇପାରେ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ...

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୧୧ ତାରିଖ – Daily Horoscope

ମେଷ ଆଜି ରାହୁଯୁକ୍ତ ଚନ୍ଦ୍ର ଦ୍ୱିତୀୟ ସ୍ଥାନରେ ଥିବାରୁ ଧନହାନି ଓ କଳହର ଆଶଙ୍କା ପୂର୍ଣ୍ଣମାତ୍ରାରେ ରହିଛି। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟମାନଙ୍କ...

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୨୫ ତାରିଖ – Daily Horoscope

ମେଷ ମନ ଚାହୁଁଥିବା ଜିନିଷ ଲାଭ ଦିଗରେ ଉଦ୍ୟମୀ ହେବେ ଓ ଆଶା ମଧ୍ୟ ଅପୂରଣୀୟ ରହିବ ନାହିଁ। ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନ...

Advertisement
Archives

Model This Week