Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଠିକ୍‌ ସମୟରେ ସହକର୍ମୀଙ୍କ ଅନୁପସ୍ଥିତି କାରଣରୁ ଉପରିସ୍ଥଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି। ଯାତ୍ରାକାଳରେ କୌଣସି ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଗତ ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ, ଅବଶ୍ୟ ସୁଫଳ ପାଇବେ।
ବୃଷ
ବୃଷ
ସାଧାରଣ କଥାକୁ କେନ୍ଦ୍ର କରି କୌଣସି ବ୍ୟକ୍ତି ଅଭିଯୋଗ ନେଇ ଆସିବେ। ସମ୍ମୁଖରେ ଭଲ ଭଲ କଥା କହି ପରୋକ୍ଷ ଶତ୍ରୁତା କରୁଥିବା ଯୋଗୁ ବିଚଳିତବୋଧ କରିବେ। ପରକଥାରେ ମୁଣ୍ଡ ପୂରାନ୍ତୁ ନାହିଁ, ଯଦ୍ଦ୍ବାରା ଅପଦସ୍ଥ ହେବାକୁ ପଡ଼ିପାରେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
ମିଥୁନ
ମିଥୁନ
ସବୁ କିଛି ଭଲ ଥିଲେ ମଧ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ବାରମ୍ବାର ଆଲୋଡ଼ିତ କରିବ। ଆଶା କରିନଥିବା ଖବର ଶୁଣି ବିସ୍ମିତ ହୋଇପାରନ୍ତି। ଆମତ୍ୀୟ ସ୍ବଜନମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ରାଜନୈତିକ ସ୍ତରରେ କଳହ ଘେରରେ ଆକ୍ରାନ୍ତ ହୋଇ ପାରନ୍ତି। ସନ୍ତାନହେତୁକ ଚିନ୍ତା ଦୂରହେବ।
କର୍କଟ
କର୍କଟ
ଖର୍ଚ୍ଚ ବଢ଼ିବା ସାଙ୍ଗକୁ କଷ୍ଟପ୍ରଦ ଜୀବନ କାଟିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକ ବିଫଳତାକୁ ସମୀକ୍ଷା କରି ନିରାକରଣ ପୂର୍ବକ କାର୍ଯ୍ୟକଲେ ସଫଳତା ପାଇବେ। ସ୍ତ୍ରୀଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ପରାମର୍ଶ କ୍ରମେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ସାୟାହ୍ନେ ଟେନସନ୍‌ ବଢ଼ିଯିବ।
ସି˚ହ
ସି˚ହ
ଆବଶ୍ୟକତା ପୂରଣ ସକାଶେ ଉଧାର କରିବାକୁ ପଡ଼ିପାରେ। କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। କର୍ମ କ୍ଷେତ୍ରରେ ଧୀରେ ସୁସ୍ଥେ ଗତି କରିବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ ଏବଂ ଏଜେନ୍ସି, କଳା, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। ଅନିଚ୍ଛା ସତ୍ତ୍ୱେ କୌଣସି କାମ କରି ଅନୁତପ୍ତ ହେବେ।
କନ୍ୟା
ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବା ଦିଗରେ ବିଭିନ୍ନ ପ୍ରକାରର ଆଲୋଚନା କରିବେ। ସମସ୍ୟା ମଧ୍ୟରେ ଗତି କରୁଥିବା କାରଣରୁ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଭଲ ସମ୍ପର୍କ ଥିବା ବନ୍ଧୁ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ବୁଝିପାରନ୍ତି। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ତୁଳା
ତୁଳା
ଅଯଥା କାମରେ ମୁଣ୍ଡ ପୂରାନ୍ତୁ ନାହିଁ, ଯାହାକି ସମସ୍ୟାକୁ ଦ୍ୱିଗୁଣିତ କରିବ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ। ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ଆବଶ୍ୟକତାକୁ ନେଇ ନିଜ ମନ ପସନ୍ଦର ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ।
ବିଛା
ବିଛା
ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ। ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ବନ୍ଧୁମାନଙ୍କ ଦ୍ୱାରା ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ଦୂର ସମ୍ପର୍କୀୟ ବନ୍ଧୁ ଆଜି ଆସିପାରନ୍ତି।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବାରୁ ପଡ଼ୋଶୀମାନେ ଭୂରି ଭୂରି ପ୍ରଶଂସା କରିପାରନ୍ତି। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାଢ଼୍ରାନ୍ତ ରହିପାରେ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଏବଂ ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ।
ମକର
ମକର
ସ୍ବାସ୍ଥ୍ୟ ସମସ୍ୟା ଧୀରେ ଧୀରେ ସୁଧୁରିବାରେ ଲାଗିବ। ଭୁଲ୍‌ ବୁଝାମଣା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ। ଆମତ୍ୀୟ ତଥା ପଡ଼ୋଶୀମାନେ ମନ ବୁଝିଲାଭଳି କଥା କହି କାର୍ଯ୍ୟ ହାସଲ କରିବେ। ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ବିବାଦୀୟ ଘଟଣା କିମ୍ବା ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିବେ, କିନ୍ତୁ ଆର୍ଥିକ ଅନଟନ ମଧ୍ୟରେ ସମୟ କଟାଇବେ।
ମୀନମୀନ
ଆଜି ଏକାଧାରରେ ଅର୍ଥ ଓ ସମ୍ମାନ ପାଇବେ, କିନ୍ତୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବ୍ୟବସାୟରେ ଉଚ୍ଚ ଫଳ ପ୍ରାପ୍ତି ହେବ। କଳା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସରକାରୀ ସ୍ତରରେ ଅଟକି ରହିଥିବା କାମ କରିବା ସକାଶେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆପଣଙ୍କ କଠୋରକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିବେ। ଅଶ୍ୱିନୀ…

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?