Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ
ପ୍ରିୟ ବ୍ୟକ୍ତିଟିର ନିକଟ ଭବିଷ୍ୟତରେ ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ କାମ ହାସଲ କରିବେ। ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ କର୍ମକ୍ଷେତ୍ରରେ ବହୁତ ଦାୟିତ୍ୱ ହାତକୁ ନେବାକୁ ପଡ଼ିବ। ମନେ ମନେ ଭାବୁଥିବା କାମ ହାସଲ କରିବେ ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।
ବୃଷ
ବୃଷ
କୌଣସି ଏକ ସାଧାରଣ କଥାକୁ କେନ୍ଦ୍ରକରି ହଠାତ୍‌ କୌଣସି ଆମତ୍ୀୟଙ୍କ ସହ ମତାନ୍ତର ସୃଷ୍ଟି ହୋଇପାରେ। ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସକାଶେ ଜୋରଦାର ଉଦ୍ୟମ କରି ସଫଳ ମଧ୍ୟ ହେବେ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥକୈନ୍ଦ୍ରିକ ହୋଇଯାଇପାରେ। ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ମିଥୁନ
ମିଥୁନ
ଲକ୍ଷ୍ୟ ହାସଲ ପାଇଁ ଅନ୍ୟମାନଙ୍କୁ ସହଜରେ ଆକର୍ଷିତ କରିପାରିବେ। ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖି ବାର କଥା କହିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପାରିବାରିକ ଅଶାନ୍ତି କ୍ରମଶଃ ବଢୁଥିବାରୁ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିବା ସଙ୍ଗକୁ ସମସ୍ୟାକୁ ସୁଧାରିନେବାର ପ୍ରଯନତ୍ କରିବେ। ଅତ୍ୟାବଶ୍ୟକ ଜିନିଷଟି ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ଆଜି ଅପରାହ୍ନରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ ହେବ। ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ।
ସି˚ହ
ସି˚ହ
ଆଜି କୌଣସି ଦୁଃଖଦ ଖବର ମନକୁ ସାମୟିକ ବିଚଳିତ କରିପାରେ। ବନ୍ଧୁଙ୍କ ସହ ଆଲୋଚନା କ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହେବ। ସତ କଥା କହିବାରୁ କେତେକ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରି ନିଜକୁ ସଙ୍କୁଚିତ ମନେକରିବେ।
କନ୍ୟା
କିଛି ନୂତନ କର୍ମାରମ୍ଭ ସକାଶେ ହଠାତ୍‌ ଅର୍ଥ ଆବଶ୍ୟକ ହୋଇପାରେ। ଆନୁଷ୍ଠାନିକ କମରେ ଅନ୍ୟମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। କର୍ମକ୍ଷେତ୍ରରେ ମଧ୍ୟାହ୍ନରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ କିନ୍ତୁ କେବଳ କଥାରେ ହିଁ ତାହା ସୀମିତ ରହିବ।
ତୁଳା
ତୁଳା
ଆଜି ପାରିବାରିକ ଓ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ମତଭେଦ ଘଟିବାର ସମ୍ଭାବନା ରହିଛି। ସମସ୍ୟା ରହିଥିଲେ ମଧ୍ୟ ବାଣିଜ୍ୟ ଓ ବ୍ୟବସାୟରୁ ଲାଭବାନ ହେବେ। ଦୀର୍ଘଦିନରୁ ଆଶା କରିଥିବା କାୈଣସି ଖବର ଆଜି ଅପରାହ୍ନେ ପାଇ ଖୁସି ହେବେ। ଆର୍ଥିକ ସଙ୍କଟ କେତେକ ବ୍ୟତିକ୍ରମ ସୃଷ୍ଟି କରିବାର ଆଶଙ୍କା ରହିଛି।
ବିଛା
ବିଛା
ବନ୍ଧୁଙ୍କ ସମର୍ଥନ ନ ପାଇ କେତେକ କାମରେ ଦୂରେଇ ରହିବାକୁ ବାଧ୍ୟ ହେବେ । ଗାଡ଼ି, ମୋଟର, ଘର ମରାମତି ସକାଶେ ଯୋଜନା ପ୍ରଣୟନ କରିପାରନ୍ତି। ଟେନସନ୍‌ ଦୂରେଇଯିବ ଓ ଅଟକି ରହିଥିବା କାମ ଯଥାବିଧି ସମ୍ପନ୍ନ ହେବ। କଳା, ସାହିତ୍ୟ ଓ କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ଉନ୍ନତି କରିବେ ଓ ସମସ୍ୟାକୁ ସୁଧାରି ନେବେ।
ଧନୁ
ଧନୁ
ବିଭିନ୍ନ ପ୍ରକାରର କାମର ଚାପ ହେତୁ ମାନସିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ, ନତୁବା ମନସ୍ତାପ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ନିଜର ଅନିଚ୍ଛାଜନିତ ପ୍ରତିକ୍ରିୟାକୁ ହଠାତ୍‌ ପ୍ରକାଶ କରନ୍ତୁ ନାହିଁ। ଶାରୀରିକ ଅସୁସ୍ଥତାଜନିତ ପୀଡ଼ାରେ କଷ୍ଟ ପାଇପାରନ୍ତି।
ମକର
ମକର
ଅନୁକୂଳ ସମୟ ନ ଥିବା କାରଣରୁ ସବୁଠି ଅଶାନ୍ତିର ଝଲକ ଅନୁଭବ କରିବେ। ନିଜ ଲୋକଙ୍କୁ ଛାଡ଼ି ପାରିବେ ନାହିଁ କିମ୍ବା ସେମାନଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ। ସଭାସମିତି, ପରିବହନ, କଳା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା କିମ୍ବା ବିଶୃଙ୍ଖଳାକୁ ନେଇ ମନ ଭାରାକ୍ରାନ୍ତ ରହିପାରେ। ମାନସିକ ଚାପଗ୍ରସ୍ତହୋଇ ପାରିବାରିକ ସମସ୍ୟା ପ୍ରତି ବୀତସ୍ପୃହ ରହି ପାରନ୍ତି। କେତେକ କ୍ଷେତ୍ରରେ ନିଜର ସ୍ବକୀୟ ମତ ପୋଷଣ କରି ସମାଲୋଚିତ ହେବାକୁ ପଡ଼ିପାରେ। ପିଲାଙ୍କ ବିବାହ ସମ୍ପର୍କୀୟ ପ୍ରସ୍ତୁତି ସକାଶେ ବନ୍ଧୁଙ୍କ ସହ ଆଲୋଚନା ଆରମ୍ଭ କରିପାରନ୍ତି।
ମୀନମୀନ
ପରିବାରରେ ସମସ୍ୟା ସମାଧାନ, ପରିବହନରେ ଅର୍ଥଲାଭ, ନିର୍ମାଣରେ ଅଗ୍ରଗତି କରିବେ। ଜମିଜମା କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳିବ। ପୂର୍ବରୁ କଳହ ଲାଗିଥିବା ସମ୍ପର୍କୀୟ ପ୍ରତି ସତର୍କ ରହନ୍ତୁ, ନତୁବା ଅଯଥା ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିପାରିବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri