Posted inRasifala

ରାଶିଫଳ: ଗୁରୁବାର, ଫେବୃଆରୀ ୨୯ ତାରିଖ – Daily Horoscope

ମେଷ
ଆଜି ସକାଳୁ ସକାଳୁ ଖୁସି ଖବର ପାଇବା ସାଙ୍ଗକୁ ଅର୍ଥଲାଭର ସୈାଭାଗ୍ୟ ଅର୍ଜନ କରିବେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ କିଛି ପାରିବେ ନାହିଁ। ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇପାରେ।
ବୃଷ
ବୃଷ
ଯୁକ୍ତିତର୍କ କାରଣରୁ ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିବ। ବନ୍ଧୁ ସାମୟିକ ସହଯୋଗକୁ ସ୍ବାର୍ଥ ସାଧନ ଦିଗରେ ଲଗାଇବେ। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ଆଜି ପଡ଼ୋଶୀଙ୍କ ପରାମର୍ଶ କ୍ରମେ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ଦ୍ୱାରସ୍ଥ ହୋଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। ଦକ୍ଷତା ଓ ଦୃଢ଼ତା କେତେକ କ୍ଷେତ୍ରରେ ସାହାଯ୍ୟ କରିବ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇବେ ଏବଂ ଅଟକି ରହିଥିବା କାମକୁ ସଜାଡ଼ି ନେବେ।
କର୍କଟ
କର୍କଟ
ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତା ଆପଣଙ୍କୁ ଅର୍ଥଲାଭ କରାଇଲେ ମଧ୍ୟ କାର୍ଯ୍ୟ ହାସଲ ପାଇଁ ଯଥେଷ୍ଟ ହେବ ନାହିଁ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଜଣେ ବାନ୍ଧବୀଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
ଯେତେ ସତର୍କରେ ଚଳିଲେ ମଧ୍ୟ କିଛିନା କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ ସାହାଯ୍ୟ କରିବ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ଅପରାହ୍ନରେ ତାହା ଟିକିଏ ବିଳମ୍ବରେ ପାଇବେ। ଗଠନମୂଳକ କାଯର୍‌ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
ସବୁ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ସମ୍ପନ୍ନ ହେବ ନାହିଁ। ଉଚ୍ଚ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭକରି ସାମୂହିକ କାମରେ ଲୋକ ସମ୍ପର୍କ ସୃଷ୍ଟି କରିପାରିବେ। କଠିନଶ୍ରମ ଓ ଭ୍ରମଣଜନିତ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ତୁଳା
ତୁଳା
ପୂର୍ବ ସ୍ଥିରୀକୃତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହୋଇପାରନ୍ତି। ଆଜିର ସକାଳୁଆ ଯାତ୍ରା ଶୁଭପ୍ରଦ ହେବ, ତଥାପି ଜିନିଷପତ୍ର ହଜିଯିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ପ୍ରକାଶନ, ପ୍ରଶାସନ, ନିର୍ମାଣ ଓ ପରିବହନ ପାଇଁ ଦିନଟି ଭଲ।
ବିଛା
ବିଛା
ତରବରିଆ ପଦକ୍ଷେପ କାରଣରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଓଲଟା ହୋଇଯିବ। ପ୍ରିୟଜନଙ୍କ ସହ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିବେ।
ଧନୁ
ଧନୁ
ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ବୈବାହିକ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସମସ୍ୟା ଉପୁଜିବା କାରଣରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ପରିବାରର କୈାଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିବାର ସୂଚନା ରହିଛି।
ମକର
ମକର
ସମସ୍ୟା ଲାଗି ରହିଥିବାରୁ ପ୍ରତିଟି ପଦକ୍ଷେପରେ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡିବ। ସାଧାରଣ କଥାରେ ସ୍ତ୍ରୀଙ୍କ ସହ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇ ଯିବ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ଟେନ୍ସନ ଜମା ପିଛା ଛାଡିବ ନାହିଁ। କିନ୍ତୁ ପୂର୍ବଭାଦ୍ରବ ନକ୍ଷତ୍ରର ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ନିକଟରେ ବାକି ପଡିଥିବା ଟଙ୍କା ଆଜି ଚେଷ୍ଟା କଲେ ପାଇପାରିବେ। ପ୍ରଥମେ କାମଟି କରିସାରିବା ପରେ ଚିନ୍ତା କରି ମନସ୍ତାପ କରିବାକୁ ପଡ଼ିବ।
ମୀନମୀନ

କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ଯାତ୍ରା ସମୟରେ ନିଜ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?