Posted inRasifala

ରାଶିଫଳ: ଶନିବାର, ଜାନୁୟାରୀ ୨୯ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସହ ନିବିଡ଼ ସମ୍ପର୍କକୁ କେନ୍ଦ୍ରକରି କିଛିଟା ପାରିବାରିକ ସମସ୍ୟା ସୃଷ୍ଟି ହୋଇପାରେ। ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ ଏବଂ ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଘରୋଇ କାମରେ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍‌ ସକାଶେ ନିଜକୁ ଦାୟୀ ହେବାକୁ ପଡ଼ିପାରେ। ପଡ଼ୋଶୀଙ୍କ ସହାୟତାରେ ଆଶା କରିଥିବା ଦିଗରୁ କୌଣସି ମୂଲ୍ୟବାନ ଜିନିଷ ପ୍ରାପ୍ତି ହେବ। ଅଧ୍ୟାପନା, ସାହିତ୍ୟ, ସଂସ୍କୃତି, କଳା ଓ ସଙ୍ଗୀତ କ୍ଷେତ୍ରରୁ ପ୍ରଶଂସା ମିଳିବ। ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ।
ମିଥୁନ
ମିଥୁନ
ଆଜି ଦିନଟିର ଦ୍ୱିତୀୟାର୍ଦ୍ଧରେ କେତେକ ସମସ୍ୟା ଆସିପାରେ। ସାମାଜିକ ସ୍ତରରେ କାମ ହାସଲ ସକାଶେ ପଡ଼ୋଶୀ ସହଯୋଗର ହାତ ବଢାଇବେ। ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ ଫଳତଃ ସାମୟିକ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଫିସ୍‌ରେ ଗୁରୁ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି।
କର୍କଟ
କର୍କଟ
କର୍ମ କ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ହେତୁ ବ୍ୟସ୍ତତା ଅନୁଭବ କରିବେ। ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହୋଇପାରନ୍ତି। ଯାତ୍ରା ସମୟରେ ଅନ୍ୟମନସ୍କ ରହିଲେ ଆକସ୍ମିକ କୌଣସି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ପ୍ରତ୍ୟେକ କ୍ଷେତ୍ରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ।
ସି˚ହ
ସି˚ହ
ଆଜିର ପ୍ରତ୍ୟେକ କାମ ସମସ୍ୟା ମଧ୍ୟରେ ଓ ବିଳମ୍ବିତ ସମୟରେ ସମ୍ପନ୍ନ ହେବ। ଅଧିକାଂଶ ସମୟରେ ନକାରାମତ୍କ ଚିନ୍ତାଧାରା ଯୋଗୁଁ ସାମୟିକ ଚିନ୍ତିତ ରହି ପାରନ୍ତି। ସ୍ବାର୍ଥହାନି ଆଶଙ୍କାରେ ଆତ୍ମୀୟସ୍ବଜନ ଦୂରେଇ ଯିବାର ସୂଚନା ରହିଛି। ବନ୍ଧୁଙ୍କ ସହ ମିଶି କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି।
କନ୍ୟା
କୌଣସି ବ୍ୟକ୍ତି ନିଜ ଫାଇଦା ପାଇଁ ଫନ୍ଦିଫିକର ଯୋଜନା କରିପାରନ୍ତି। ଆଜି ଅର୍ଥ, ସମ୍ମାନ ଓ ଆଦର ଗୌରବ କ୍ଷେତ୍ର ବିଶେଷରେ ପ୍ରାପ୍ତ ହେବାର ସମ୍ଭାବନା ରହିଛି। ଆଲୋଚନା କିମ୍ବା ସଭାସମିତିରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ତୁଳା
ତୁଳା
ଆର୍ଥିକ ଉନ୍ନତି, ପାରିବାରିକ ସୁସମ୍ପର୍କ ରହିଲେ ମଧ୍ୟ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିପାରେ। ଦିନସାରା ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବାର ସାମାନ୍ୟ ଫୁରୁସତ୍‌ ମଧ୍ୟ ପାଇବେ ନାହିଁ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ବିଛା
ବିଛା
କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ। ଅନୁରାଧା ନକ୍ଷତ୍ର ବ୍ୟକ୍ତିମାନେ ଚେଷ୍ଟା କରୁଥିବା କାମ ସୁବିଧାରେ ନ ହେବା କାରଣରୁ ମାନସିକ ବ୍ୟଥା ଅନୁଭବ କରିପାରନ୍ତି। ଦୀର୍ଘଦିନରୁ ଖୋଜି ପାଉ ନ ଥିବା ଜିନିଷଟି ମିଳିଯିବା ହେତୁ ଆନନ୍ଦ ଅନୁଭବ କରିବେ।
ଧନୁ
ଧନୁ
ନିଜଲୋକଙ୍କଠାରୁ ଆସ୍ଥାହରାଇ ବସିବେ। ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତିତ ରହିପାରନ୍ତି। ବୁଝାମଣା ଅଭାବରୁ ବନ୍ଧୁମାନଙ୍କ ସହ ଛୋଟକଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ସୂଚନା ରହିଛି। ନିର୍ମାଣାଧୀନ କାର୍ଯ୍ୟ, ଆନୁଷ୍ଠାନିକ କ୍ଷେତ୍ରରେ ବକେୟା କାମଗୁଡ଼ିକ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
ମକର
ମକର
ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଅବସର ସମୟରେ ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ। ପ୍ରତ୍ୟେକ କ୍ଷେତ୍ରରେ ଧୀରେ ସୁସ୍ଥେ ସମସ୍ୟା କମିବ କିନ୍ତୁ ବିଭିନ୍ନ ବାଟରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ବୁଝିବିଚାରି କାମ ନ କଲେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
କୁମ୍ଭ
କୁମ୍ଭ
ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହେବ। ଆଲୋଚନା କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଈର୍ଷାପରାୟଣ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ଦ୍ୱାରା କର୍ମକ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। ବ୍ୟବସାୟ କିମ୍ବା ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ
ଲକ୍ଷ୍ୟହୀନ ଯାତ୍ରାରୁ ନିବୃତ୍ତ ରହିଲେ ଭଲ ନତୁବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ। କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାର ଜୟଗାନରୁ ପ୍ରଶଂସିତ ହେବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ବନ୍ଧୁ ପରିଜନଙ୍କ ସହିତ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri