Posted inRasifala

ରାଶିଫଳ: ରବିବାର, ଜାନୁୟାରୀ ୨୯ ତାରିଖ – Daily Horoscope

ମେଷ
ସଫଳତାର ଆନନ୍ଦରେ ଆତ୍ମବିଭୋର ହେବେ, ଦିନଟି ଖୁସିବାସିରେ କଟିଯିବ। ଜଣାଶୁଣା ବ୍ୟକ୍ତିଙ୍କ ନିକଟରୁ ସମ୍ମାନ ଓ ସଦ୍ଦିଚ୍ଛା ସାଙ୍ଗକୁ ହିତୈଷୀଙ୍କ ସ୍ନେହ, ଆଦରରେ ସବୁ ଦୁଃଖ ଭୁଲିଯିବେ। ଅକୁହା କଥାକୁ ସହକର୍ମୀଙ୍କ ଆଗରେ ବଖାଣି ସମସ୍ୟାକୁ ନିମନ୍ତ୍ରଣ କରି ପାରନ୍ତି। ଆନୁଷ୍ଠାନିକ କାମରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।
ବୃଷ
ବୃଷ
ବଡ଼ପଣିଆ ମନରେ ରହିବ ସିନା, ହାତ ଖାଲି ହେତୁ କାମରେ ରଖିପାରିବେ ନାହିଁ। ଅଯଥା ଗୁଡ଼ାଏ ଭାବନାକୁ ନେଇ ବ୍ୟସ୍ତ ସିନା ହେଉଛନ୍ତି, କିନ୍ତୁ ସେପରି କିଛି ଅସୁବିଧା ହେବ ନାହିଁ। ବାଣିଜ୍ୟ, ବ୍ୟବସାୟ, ଗମନାଗମନ କ୍ଷେତ୍ରରେ ସମସ୍ୟା ଦୂର ହେବ। କଳହରୁ ଦୂରେଇ ନ ରହିଲେ ବନ୍ଧୁ ସମ୍ପର୍କକୁ କ୍ଷୁଣ୍ଣ କରିପାରନ୍ତି।
ମିଥୁନ
ମିଥୁନ
ସମସ୍ତଙ୍କୁ ଏକା ସମୟରେ ସନ୍ତୁଷ୍ଟ କରିବାକୁ ଯାଇ ପ୍ରତିବନ୍ଧକର ସାମ୍ନା କରିବେ। କର୍ମକ୍ଷେତ୍ରର ବିଫଳତା ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଧାତୁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ ସକାଶେ ମନ ବଳାଇବେ। ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ।
କର୍କଟ
କର୍କଟ
ଦୀର୍ଘ ଦିନରୁ ପ୍ରତୀକ୍ଷିତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ। ଆଜି ଏକାଧାରରେ ଅର୍ଥ, ସମ୍ମାନ, କାର୍ଯ୍ୟସିଦ୍ଧିର ବାର୍ତ୍ତା ବହନ କରି ପାଖେଇ ଆସିବ। ଗତକାଲିର ଆଲୋଚନା ଅନୁସାରେ ସହମତି ନେଇ କୃତକାର୍ଯ୍ୟ ହେବେ। ସାହିତ୍ୟ, ସଂସ୍କୃତି, କଳା, କାରିଗରି କାମରେ ଉତ୍ସାହିତ ହେବେ।
ସି˚ହ
ସି˚ହ
ଆଜି ଖର୍ଚ୍ଚାନ୍ତ ହୋଇ ଚେଷ୍ଟା କରୁଥିବା କାର୍ଯ୍ୟ ସାଧନ କରିବେ। ନିକଟ ସମ୍ପର୍କୀୟମାନଙ୍କ ଅସହଯୋଗ ସତ୍ତ୍ୱେ ଆପଣ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ବନ୍ଧୁମାନଙ୍କର ପକ୍ଷପାତିତା କାମକୁ ଅପସନ୍ଦ କରିପାରନ୍ତି। ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
ସ୍ବାସ୍ଥ୍ୟ ଅପରିବର୍ତ୍ତିତ ରହିବ ଓ କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇପାରିବ। ଅଭାବ ନ ଥାଇ ମଧ୍ୟ ଭୁଲ୍‌ ବୁଝାମଣାରୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ। ଅନ୍ୟମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ଅଫିସ୍‌ କାମରେ ନିଜର ଅବହେଳାଜନିତ ମୃଦୁ ଗୁଞ୍ଜରଣ ଶୁଣିବାକୁ ପାଇବେ।
ବିଛା
ବିଛା
ପ୍ରତ୍ୟେକ କାମରେ ସଫଳତା ପାଇଲେ ମଧ୍ୟ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମ୍ପନ୍ନ ନ ହେବାରୁ ଅସନ୍ତୁଷ୍ଟ ରହିବେ। ଅଯଥା ରାଗି ସମ୍ପର୍କ ଖରାପ କଲା ଭଳି କିଛି କାମ କରନ୍ତୁ ନାହିଁ। ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ହାନୀ ଘଟିପାରେ। ସାହିତ୍ୟ ଓ ସଙ୍ଗୀତ, ନୃତ୍ୟ, କଳା ଓ ବକ୍ତୃତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ଅଧିକାଂଶ କ୍ଷେତ୍ରରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସମ୍ଭାବନା ରହିଛି। ରାଜନୈତିକ କ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ସଭାସମିତିରେ ବନ୍ଧୁଙ୍କୁ ଆପ୍ୟାୟିତ କରିପାରନ୍ତି।
ମକର
ମକର
ଅନ୍ୟମାନଙ୍କ ପ୍ରରୋଚନାରେ ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ହାସଲ କରିବେ ଏବଂ କଚେରି ମାମଲା ସପକ୍ଷରେ ଯିବ। ପରିବହନ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ, ଶିକ୍ଷାରେ ସଫଳତା ଲାଭ କରିବେ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଦୂର ଯାତ୍ରା କରିବା ପାଇଁ ମନ ବଳାଇବେ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମାନସିକ ସ୍ଥିତିକୁ ଦୋହଲାଇ ଦେବ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କଲେ ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ବ୍ୟବସାୟ ଦିଗଟି ମନ୍ଦ ହେବନି, ତଥାପି ମନରେ ଅସନ୍ତୋଷ ଭରି ରହିବ।
ମୀନମୀନ
ଆଜି ଆପଣ ଯାହାକୁ ଯାହା କହିବେ ତାହାକୁ ଅନ୍ୟମାନେ ଖୁସି ମନରେ ଗ୍ରହଣ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରକଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ଅନୁତପ୍ତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri