Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ
ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟ ହେବେ। ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। ନିଜ ପରିବେଶରେ ଆନୁଷ୍ଠାନିକ କାମରେ ତତ୍ପରତା ବୃଦ୍ଧି ପାଇବ। ପାରିବାରିକ କେତେକ ସମସ୍ୟାକୁ କେନ୍ଦ୍ରକରି ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ।
ବୃଷ
ବୃଷ
ଆଜି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। କୌଣସି ଘରୋଇ କଥା ଭିତରେ ନିଜର ଅସୁବିଧା ଜଣାଇ ସାହାଯ୍ୟ ଭିକ୍ଷା କରିବେ। ପାରିବାରିକ କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ରହି ନ ପାରେ ।
ମିଥୁନ
ମିଥୁନ
ବହୁତ ଦିନରୁ ମନରେ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ। ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି। କଳା, କ୍ରୀଡ଼ା ଓ ସଭାସମିତିରେ ସମ୍ମାନିତ ହେବେ।
କର୍କଟ
କର୍କଟ
ଆଜି ପ୍ରାତଃ ଭ୍ରମଣ, ଦେବଦର୍ଶନ ସାଙ୍ଗକୁ କୌଣସି ଜିନିଷ କିଣିବାକୁ ମନ ବଳାଇବେ। ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ଅଶାନ୍ତ ରହିପାରେ। କର୍ମକ୍ଷେତ୍ରରେ କାମ ହାସଲ ସକାଶେ ଅନ୍ୟମାନେ ଆପଣଙ୍କୁ ଅସ୍ତ୍ର ରୂପେ ବ୍ୟବହାର କରିବେ। କ୍ରୀଡ଼ା ଓ ମନୋରଞ୍ଜନ ପ୍ରଭୃତିରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ସି˚ହ
ସି˚ହ
ଅଭାବନୀୟ ପରିସ୍ଥିତି ସାଙ୍ଗକୁ କେତେକ ଆକସ୍ମିକ ଘଟଣାର ସାମ୍‌ନା କରିବାକୁ ପଡ଼ିପାରେ। ଭାଇ, ଭଉଣୀ କିମ୍ବା ପଡ଼ୋଶିନୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କରିପାରନ୍ତି। ପାରିବାରିକ ସମସ୍ୟାର ସମାଧାନ ହେତୁ ସାୟାହ୍ନରେ ଟେନସନ୍‌ ଦୂର ହେବ। କାରବାର, ପରିବହନ, ଷ୍ଟେସନାରୀ କିମ୍ବା ଫଳ ଦୋକାନୀ ଲାଭବାନ ହେବେ।
କନ୍ୟା
ଆଜି ସବୁ କାମ ଶୃଙ୍ଖଳିତ ରହିବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ଫଳରେ ସହଜ ଓ ସୁବିଧାରେ କାମ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ଆତ୍ମୀୟମାନଙ୍କର ମଧ୍ୟ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ,ଏଣୁ ସତର୍କତାର ସହ କିଛି ମନ୍ତବ୍ୟ ଦେବା ଭଲ ହେବ। ଅଫିସରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ବିଛା
ବିଛା
ଆଜିର ଯାତ୍ରା ମଙ୍ଗଳମୟ ହେବ ଓ ଲକ୍ଷ୍ୟ ହାସଲ କରିବାରେ କୌଣସି ପ୍ରକାରର ଅସୁବିଧା ହେବ ନାହିଁ। ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରୁ ସମସ୍ୟା ଆସି ମନଟାକୁ ଗୋଳମାଳିଆ କରିଦେବାର ସମ୍ଭାବନାକୁ ଏଡିହେବ ନାହିଁ। ଶତ୍ରୁମାନେ ପରୋକ୍ଷ ସମସ୍ୟା ସୃଷ୍ଟି ସକାଶେ ଯୋଜନା କରିବେ।
ଧନୁ
ଧନୁ
ନୂତନ ସ୍ଥାନ ପରିଦର୍ଶନ, ବନ୍ଧୁଙ୍କ ସହ ଭ୍ରମଣ, କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ମଜ୍ଜାଇ ରଖିବେ। ସତ୍‌ସଙ୍ଗୀଙ୍କ ସାନ୍ନିଧ୍ୟରେ ସମୟ କଟିବ। ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୌଣସି ଶୁଭ କାମରେ ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ।
ମକର
ମକର
ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ କାମରେ ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୋଷ ପ୍ରକାଶ କରି ଦୁଃଖ ପ୍ରକାଶ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଅର୍ଥ, ସମ୍ମାନ ଓ ପ୍ରଶଂସା ପାଇ ଉଲ୍ଲସିତ ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବା କାରଣରୁ ମନ ଭଲ ରହିବ ନାହିଁ। କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ ବିଶେଷ ଭାବରେ ଉପକୃତ ହେବେ।
ମୀନମୀନ
କର୍ମକ୍ଷେତ୍ରରେ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି ହେବନି। ଆଜି ବନ୍ଧୁଙ୍କ ସହାୟତାରେ ହଠାତ୍‌ ଧାର ସୂତ୍ରରେ ଅର୍ଥ ପାଇବେ। ସାମାଜିକ ସ୍ତରରେ ଦେଖିଚାହିଁ ପଦକ୍ଷେପ ନ ନେଲେ ସମସ୍ୟାର ସମ୍ମୁଖୀନ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri