Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୯ ତାରିଖ – Daily Horoscope

ମେଷ
ମନକଥାକୁ ମନରେ ରଖି ସୁଯୋଗକୁ ଅପେକ୍ଷା କଲେ ଯାହା ଚାହୁଁଛନ୍ତି ତାହା ପାଇଯିବେ। କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯିବା ଆଶଙ୍କା ରହିଛି। କୃତ୍ତିକା ନକ୍ଷତ୍ର ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପର କଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କେତେକଙ୍କ କ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିବାକୁ ପଡ଼ିବ।
ବୃଷ
ବୃଷ
ଆଜି ଆନୁଷ୍ଠାନିକ କ୍ଷେତ୍ରରେ, ବନ୍ଧୁତ୍ୱ ସ୍ଥାପନରେ ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ମୃଗଶିରା ନକ୍ଷତ୍ରର ବିବାଦୀୟ ଘଟଣା ଅମୀମାଂସିତ ରହିଯାଇପାରେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ସମସ୍ୟା ମୁକ୍ତ ରହିପାରନ୍ତି। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କରିପାରନ୍ତି।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ନିୟନ୍ତ୍ରଣ ନ ହେଲେ ମଧ୍ୟ ବିଶେଷ ଖରାପ ହେବ ନାହିଁ। ପୁନର୍ବସୁ ନକ୍ଷତ୍ର ଘରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ। ଅଫିସ୍‌ରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବାରେ ଜଣେ ଅଜଣା ବନ୍ଧୁଙ୍କ ଅବଦାନ ରହିବ।
କର୍କଟ
କର୍କଟ
ଶନିଙ୍କ ପ୍ରଭାବରେ ନିଜର ପ୍ରତ୍ୟୁପତ୍ନମତିତା କାରଣରୁ ଅସଜଡା ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ସହକର୍ମୀ କିମ୍ବା ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡିପାରନ୍ତି। ଅପରାହ୍ନରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକାର୍ଯ୍ୟକୁ ସଙ୍କୁଚିତ କରିନେଇ ପାରନ୍ତି।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବେ। ବିଗତ ଦିନର ବିବାଦୀୟ ଘଟଣାରେ ଆଶଙ୍କା ସୃଷ୍ଟି ହେଲେ ମଧ୍ୟ ସେମିତି କିଛି ହେବ ନାହିଁ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ମଘା ନକ୍ଷତ୍ର ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା
ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରାଇପାରିବେ ନାହିଁ। ହସ୍ତା ନକ୍ଷତ୍ର ସକାଳୁ ସକାଳୁ ହଠାତ୍‌ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ଭାବପ୍ରବଣବଶତଃ ବନ୍ଧୁଙ୍କ ସହ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ଇଚ୍ଛା ବିରୁଦ୍ଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସା ଭିନ୍ନାର୍ଥରେ ଗ୍ରହଣ କରିବେ। ଅଭାବ ନ ଥିଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ନ ପାଇ ଅବସାଦ ଲାଗି ରହିବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ କିନ୍ତୁ ଲକ୍ଷ୍ୟ ହାସଲ କରିବେ।
ବିଛା
ବିଛା
ପ୍ରତ୍ୟେକ କଥାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରକାଶନ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ। ଯଥା ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ଜ୍ୟେଷ୍ଠା ନକ୍ଷତ୍ରର ପରିବହନ, ନିର୍ମାଣ, ମାଲିମକଦ୍ଦମା ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ।
ଧନୁ
ଧନୁ
ଅନ୍ୟମାନଙ୍କ କଥାରେ ଭାସିବୁଲିଲେ ମୁଣ୍ଡରେ ହାତ ଦେଇ ବସିବାକୁ ପଡିବ। ପୂର୍ବଷାଢା ନକ୍ଷତ୍ର ଆକସ୍ମିକ ଭାବେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ରାଜନୀତି, ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ଧୈର୍ଯ୍ୟଶୀଳତା କାମକୁ ଆସିପାରେ। ଅର୍ଥ ସମ୍ପର୍କକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ମକର
ମକର
ମାନସିକ ଅସ୍ଥିରତା କାରଣରୁ ଶତ୍ରୁତା କଲେ ମଧ୍ୟ ଗ୍ରହ ପ୍ରଭାବରୁ ସମସ୍ତେ ଦୂରେଇ ରହିବେ। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ, ରାଜନୀତିରେ, ସାଂସ୍କୃତିକ କାମରେ ପ୍ରଶଂସିତ ହେବେ। ଉତ୍ତରାଷାଢା ନକ୍ଷତ୍ର ଅଫିସରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହେବେ। କର୍ମାରମ୍ଭ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ତରବର ନ ହୋଇ ପରିବାର ସହ ଆଲୋଚନା କରିବା ଭଲ। ଆଦୌ ଭଲ ସମ୍ପର୍କ ନ ଥିବା କୌଣସି ବ୍ୟକ୍ତି ବିଶେଷଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଶତଭିଷା ନକ୍ଷତ୍ର ନିକଟ ସମ୍ପର୍କୀୟ କିମ୍ବା ଆମତ୍ୀୟସ୍ବଜନଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି। ବିଶେଷ ଭ୍ରମଣଜନିତ ଶାରୀରିକ ଅସୁସ୍ଥତା ଲାଗି ରହିପାରେ।
ମୀନମୀନ
ଆଜି ବହୁ ଆକାଂକ୍ଷିତ ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିପାରନ୍ତି। ଉତ୍ତରଭାଦ୍ରବ ନକ୍ଷତ୍ରର ହଠାତ୍‌ ଜଣେ ପଦସ୍ଥଙ୍କ ସାନ୍ନିଧ୍ୟରେ ଆସି ଖୁସି ହେବେ। ନିଜ ଚତୁଃପାର୍ଶ୍ୱରେ ରହୁଥିବା ବ୍ୟକ୍ତିମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri