Posted inRasifala

ରାଶିଫଳ: ବୁଧବାର, ଜୁନ୍ ୨୯ ତାରିଖ – Daily Horoscope

ମେଷ
ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ପ୍ରଶଂସିତ ହେବେ। ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯିବା ଆଶଙ୍କା ରହିଛି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପର କଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କେତେକଙ୍କ କ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିବାକୁ ପଡ଼ିବ।
ବୃଷ
ବୃଷ
ଆନୁଷ୍ଠାନିକ କ୍ଷେତ୍ରରେ, ବନ୍ଧୁତ୍ୱ ସ୍ଥାପନରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବିବାଦୀୟ ଘଟଣା କିନ୍ତୁ ଅମୀମାଂସିତ ରହିଯାଇପାରେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ସମସ୍ୟା ମୁକ୍ତ ରହିପାରନ୍ତି। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ନିୟନ୍ତ୍ରଣ ନ ହେଲେ ମଧ୍ୟ ବିଶେଷ ଖରାପ ହେବ ନାହିଁ। ଘରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ଅଫିସ୍‌ରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବାରେ ଜଣେ ଅଜଣା ବନ୍ଧୁଙ୍କ ଅବଦାନ ରହିବ।
କର୍କଟ
କର୍କଟ
ଆଜି ପାପଗ୍ରହଙ୍କ ପ୍ରଭାବ ଅତ୍ୟଧିକ ରହିଥିବାରୁ କୌଣସି ବିବାଦୀୟ ମନ୍ତବ୍ୟ ଦେବା ଠିକ୍‌ ହେବ ନାହିଁ। ନିଜର ପ୍ରତ୍ୟୁପତ୍ନ୍ନମତିତା କାରଣରୁ ଅସଜଡ଼ା ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ିପାରନ୍ତି। ବାଣିଜ୍ୟ, ପରିବହନ ଓ ନିର୍ମାଣ କାର୍ଯ୍ୟକୁ ସଙ୍କୁଚିତ କରିନେଇପାରନ୍ତି।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବେ। ଅତୀତ ଦିନର ବିବାଦୀୟ ଘଟଣାରେ ଆଶଙ୍କା ସୃଷ୍ଟି ହେଲେ ମଧ୍ୟ ସେମିତି କିଛି ହେବ ନାହିଁ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା
ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟଙ୍କୁ ସନ୍ତୁଷ୍ଟ କରାଇପାରିବେ ନାହିଁ। ସକାଳୁ ସକାଳୁ ପଡ଼ୋଶୀଙ୍କ ନିକଟରୁ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ଭାବପ୍ରବଣବଶତଃ ବନ୍ଧୁଙ୍କ ସହ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି।
ତୁଳା
ତୁଳା
ମନ କଥା ମନରେ ରହିଯିବ ସିନା କାହାକୁ କହି ପାରିବେ ନାହିଁ କିମ୍ବା କହିଲେ ମଧ୍ୟ କିଛି ଲାଭ ହେବନି। ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସା ଭିନ୍ନ ଅର୍ଥରେ ଗ୍ରହଣ କରିବେ। ଅଭାବ ନ ଥିଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ନ ପାଇ ଅବସାଦ ଲାଗି ରହିବ।
ବିଛା
ବିଛା
ନିଜ ଲୋକଙ୍କୁ ନେଇ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ପ୍ରକାଶନ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ। ଅହେତୁକ କାରଣରୁ ଯେତେ ଶୀଘ୍ର ସାରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ ଓ ନିର୍ମାଣ, ମାଲିମକଦ୍ଦମା ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ।
ଧନୁ
ଧନୁ
ଭାବପ୍ରବଣବଶତଃ ଅନ୍ୟ କଥାରେ ଭାସିବୁଲିଲେ ମୁଣ୍ଡରେ ହାତ ଦେଇ ବସିବାକୁ ପଡ଼ିବ। ଆଜି ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ରାଜନୀତି, ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ଧୈର୍ଯ୍ୟଶୀଳତା କାମକୁ ଆସିପାରେ। ଅର୍ଥ ସମ୍ପର୍କକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ମକର
ମକର
ଆଜି ଯିଏ ଯାହା କହୁନା କାହିଁକି, ଆପଣ ଯେମିତି ଭାବୁଛନ୍ତି ସେମିତି କରିବା ମନ୍ଦ ହେବନି। ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଏଣେ ଅଫିସରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ତରବରିଆ ପଦକ୍ଷେପ ନ ନେଇ ପରିବାର ସହ ଆଲୋଚନା କରିବା ଭଲ ହେବ। ଆଦୌ ଭଲ ସମ୍ପର୍କ ନ ଥିବା କୌଣସି ବ୍ୟକ୍ତି ବିଶେଷଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ବିଶେଷ ଭ୍ରମଣଜନିତ ଶାରୀରିକ ଅସୁସ୍ଥତା ଲାଗି ରହିପାରେ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
ମୀନମୀନ
ଆଜି ବହୁ ଆକାଂକ୍ଷିତ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିପାରନ୍ତି। ନିଜ ଚତୁଃପାର୍ଶ୍ୱରେ ରହୁଥିବା ବ୍ୟକ୍ତିମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ବାହାରେ ଯେତେ ଭଲ ମନେ ହେଲେ ମଧ୍ୟ ଘରୁ ଆଦର ପାଇବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?