Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୨୯ ତାରିଖ – Daily Horoscope

ମେଷ
ମନକଥା ମନରେ ରଖି ସୁଯୋଗକୁ ଅପେକ୍ଷା କଲେ ଯାହା ଚାହୁଁଛନ୍ତି ତାହା ପାଇଯିବେ। ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ପ୍ରଶଂସିତ ହେବେ। କୃତ୍ତିକା ନକ୍ଷତ୍ରର କେତେକ ସାମାନ୍ୟ ଭୁଲରୁ କାମ ବିଶୃଙ୍ଖଳିତ ହୋଇଯିବାର ଆଶଙ୍କା ରହିଛି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ।
ବୃଷ
ବୃଷ
ଆଜି ଆନୁଷ୍ଠାନିକ କ୍ଷେତ୍ରରେ, ବନ୍ଧୁତ୍ୱ ସ୍ଥାପନରେ, ଲେଖାପଢ଼ାରେ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବିବାଦୀୟ ଘଟଣା କିନ୍ତୁ ଅମୀମାଂସିତ ରହିଯାଇପାରେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ସମସ୍ୟା ମୁକ୍ତ ରହିପାରନ୍ତି। ଅବଶ୍ୟ ମୃଗଶିରା ନକ୍ଷତ୍ର ସକାଶେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ନିୟନ୍ତ୍ରିତ ନ ହେଲେ ମଧ୍ୟ ବିଶେଷ ଖରାପ ହେବ ନାହିଁ। ଆରଦ୍ରା ନକ୍ଷତ୍ରର ଘରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବାରେ ଜଣେ ଅଜଣା ବନ୍ଧୁଙ୍କ ଅବଦାନ ରହିବ।
କର୍କଟ
କର୍କଟ
ନିଜର ପ୍ରତ୍ୟୁପତ୍ନମତିତା କାରଣରୁ ଅସଜଡ଼ା ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ସହକର୍ମୀ କିମ୍ବା ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡିପାରନ୍ତି। ପୁନର୍ବସୁ ସକାଶେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କାର୍ଯ୍ୟକୁ ସଙ୍କୁଚିତ କରିନେଇପାରନ୍ତି।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବେ। ଅତୀତ ଦିନର ବିବାଦୀୟ ଘଟଣାରେ ଆଶଙ୍କା ସୃଷ୍ଟି ହେଲେ ମଧ୍ୟ ସେମିତି କିଛି ହେବ ନାହିଁ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ମଘା ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରିନେବେ।
କନ୍ୟା
ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରାଇପାରିବେ ନାହିଁ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହବେ। ଚିତ୍ରା ନକ୍ଷତ୍ର ଭାବପ୍ରବଣବଶତଃ ବନ୍ଧୁଙ୍କ ସହ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି। ସହକର୍ମୀମାନଙ୍କ ସହ ଆଜିର ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ।
ତୁଳା
ତୁଳା
ମନ କଥା କାହାକୁ କହିପାରିବେ ନାହିଁ କିମ୍ବା କହିଲେ ମଧ୍ୟ କିଛି ଲାଭ ହେବନି। କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। ଅଭାବ ନ ଥିଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ନ ପାଇ ଅବସାଦ ଲାଗି ରହିବ। ସ୍ବାତୀ ନକ୍ଷତ୍ର ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ, କିନ୍ତୁ ଲକ୍ଷ୍ୟ ହାସଲ କରିବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ନିଜର ଲୋକଙ୍କୁ ନେଇ ପ୍ରତ୍ୟେକ କଥାରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ପ୍ରକାଶନ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ। କେତେକ ଅହେତୁକ କାରଣରୁ କାମ ଶେଷ କରିପାରିବେ ନାହିଁ। ପରିବହନ, ନିର୍ମାଣ, ମାଲିମକଦ୍ଦମା ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ।
ଧନୁ
ଧନୁ
ଭାବପ୍ରବଣବଶତଃ ଅନ୍ୟ କଥାରେ ଭାସିବୁଲିଲେ ମୁଣ୍ଡରେ ଚଡ଼କ ପଡ଼ିବ। ଆଜି ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ରାଜନୀତି, ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ଧୈର୍ଯ୍ୟଶୀଳତା କାମକୁ ଆସିପାରେ। ପୂର୍ବାଷାଢ଼ା ନକ୍ଷତ୍ର ଅର୍ଥ ସମ୍ପର୍କକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ମକର
ମକର
ଆଜି ଶ୍ରବଣା ନକ୍ଷତ୍ର ଶତ୍ରୁତା କଲେ ମଧ୍ୟ ଗ୍ରହ ପ୍ରଭାବରୁ ସମସ୍ତେ ଦୂରେଇ ରହିବେ। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ, ରାଜନୀତିରେ, ସାଂସ୍କୃତିକ କାମରେ ପ୍ରଶଂସିତ ହେବେ। ଅଫିସରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହୋଇପାରନ୍ତି। କର୍ମାରମ୍ଭ, ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ।
କୁମ୍ଭ
କୁମ୍ଭ
ଆଦୌ ଭଲ ସମ୍ପର୍କ ନ ଥିବା କୌଣସି ବ୍ୟକ୍ତି ବିଶେଷଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ନିକଟ ସମ୍ପର୍କୀୟ କିମ୍ବା ଆତ୍ମୀୟସ୍ବଜନଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି। ଶତଭିଷା ନକ୍ଷତ୍ର ବିଶେଷ ଭ୍ରମଣଜନିତ ଶାରୀରିକ ଅସୁସ୍ଥତା ଲାଗି ରହିପାରେ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ବହୁ ଆକାଂକ୍ଷିତ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିପାରନ୍ତି। ସନ୍ଧ୍ୟା ସମୟରେ ହଠାତ୍‌ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି ଖୁସି ହେବେ। ନିଜ ଚତୁଃପାର୍ଶ୍ୱରେ ରହୁଥିବା ବ୍ୟକ୍ତିମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ରେବତୀ ନକ୍ଷତ୍ରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri