Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୨୯ ତାରିଖ – Daily Horoscope

ମେଷ
ମନକଥା ମନରେ ରଖି ସୁଯୋଗକୁ ଅପେକ୍ଷା କଲେ ଯାହା ଚାହୁଁଛନ୍ତି ତାହା ପାଇଯିବେ। ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ପ୍ରଶଂସିତ ହେବେ। କୃତ୍ତିକା ନକ୍ଷତ୍ରର କେତେକ ସାମାନ୍ୟ ଭୁଲରୁ କାମ ବିଶୃଙ୍ଖଳିତ ହୋଇଯିବାର ଆଶଙ୍କା ରହିଛି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ।
ବୃଷ
ବୃଷ
ଆଜି ଆନୁଷ୍ଠାନିକ କ୍ଷେତ୍ରରେ, ବନ୍ଧୁତ୍ୱ ସ୍ଥାପନରେ, ଲେଖାପଢ଼ାରେ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବିବାଦୀୟ ଘଟଣା କିନ୍ତୁ ଅମୀମାଂସିତ ରହିଯାଇପାରେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ସମସ୍ୟା ମୁକ୍ତ ରହିପାରନ୍ତି। ଅବଶ୍ୟ ମୃଗଶିରା ନକ୍ଷତ୍ର ସକାଶେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ନିୟନ୍ତ୍ରିତ ନ ହେଲେ ମଧ୍ୟ ବିଶେଷ ଖରାପ ହେବ ନାହିଁ। ଆରଦ୍ରା ନକ୍ଷତ୍ରର ଘରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବାରେ ଜଣେ ଅଜଣା ବନ୍ଧୁଙ୍କ ଅବଦାନ ରହିବ।
କର୍କଟ
କର୍କଟ
ନିଜର ପ୍ରତ୍ୟୁପତ୍ନମତିତା କାରଣରୁ ଅସଜଡ଼ା ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ସହକର୍ମୀ କିମ୍ବା ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡିପାରନ୍ତି। ପୁନର୍ବସୁ ସକାଶେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କାର୍ଯ୍ୟକୁ ସଙ୍କୁଚିତ କରିନେଇପାରନ୍ତି।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବେ। ଅତୀତ ଦିନର ବିବାଦୀୟ ଘଟଣାରେ ଆଶଙ୍କା ସୃଷ୍ଟି ହେଲେ ମଧ୍ୟ ସେମିତି କିଛି ହେବ ନାହିଁ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ମଘା ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରିନେବେ।
କନ୍ୟା
ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରାଇପାରିବେ ନାହିଁ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହବେ। ଚିତ୍ରା ନକ୍ଷତ୍ର ଭାବପ୍ରବଣବଶତଃ ବନ୍ଧୁଙ୍କ ସହ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି। ସହକର୍ମୀମାନଙ୍କ ସହ ଆଜିର ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ।
ତୁଳା
ତୁଳା
ମନ କଥା କାହାକୁ କହିପାରିବେ ନାହିଁ କିମ୍ବା କହିଲେ ମଧ୍ୟ କିଛି ଲାଭ ହେବନି। କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। ଅଭାବ ନ ଥିଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ନ ପାଇ ଅବସାଦ ଲାଗି ରହିବ। ସ୍ବାତୀ ନକ୍ଷତ୍ର ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ, କିନ୍ତୁ ଲକ୍ଷ୍ୟ ହାସଲ କରିବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ନିଜର ଲୋକଙ୍କୁ ନେଇ ପ୍ରତ୍ୟେକ କଥାରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ପ୍ରକାଶନ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ। କେତେକ ଅହେତୁକ କାରଣରୁ କାମ ଶେଷ କରିପାରିବେ ନାହିଁ। ପରିବହନ, ନିର୍ମାଣ, ମାଲିମକଦ୍ଦମା ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ।
ଧନୁ
ଧନୁ
ଭାବପ୍ରବଣବଶତଃ ଅନ୍ୟ କଥାରେ ଭାସିବୁଲିଲେ ମୁଣ୍ଡରେ ଚଡ଼କ ପଡ଼ିବ। ଆଜି ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ରାଜନୀତି, ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ଧୈର୍ଯ୍ୟଶୀଳତା କାମକୁ ଆସିପାରେ। ପୂର୍ବାଷାଢ଼ା ନକ୍ଷତ୍ର ଅର୍ଥ ସମ୍ପର୍କକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ମକର
ମକର
ଆଜି ଶ୍ରବଣା ନକ୍ଷତ୍ର ଶତ୍ରୁତା କଲେ ମଧ୍ୟ ଗ୍ରହ ପ୍ରଭାବରୁ ସମସ୍ତେ ଦୂରେଇ ରହିବେ। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ, ରାଜନୀତିରେ, ସାଂସ୍କୃତିକ କାମରେ ପ୍ରଶଂସିତ ହେବେ। ଅଫିସରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହୋଇପାରନ୍ତି। କର୍ମାରମ୍ଭ, ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ।
କୁମ୍ଭ
କୁମ୍ଭ
ଆଦୌ ଭଲ ସମ୍ପର୍କ ନ ଥିବା କୌଣସି ବ୍ୟକ୍ତି ବିଶେଷଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ନିକଟ ସମ୍ପର୍କୀୟ କିମ୍ବା ଆତ୍ମୀୟସ୍ବଜନଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି। ଶତଭିଷା ନକ୍ଷତ୍ର ବିଶେଷ ଭ୍ରମଣଜନିତ ଶାରୀରିକ ଅସୁସ୍ଥତା ଲାଗି ରହିପାରେ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ବହୁ ଆକାଂକ୍ଷିତ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିପାରନ୍ତି। ସନ୍ଧ୍ୟା ସମୟରେ ହଠାତ୍‌ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି ଖୁସି ହେବେ। ନିଜ ଚତୁଃପାର୍ଶ୍ୱରେ ରହୁଥିବା ବ୍ୟକ୍ତିମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ରେବତୀ ନକ୍ଷତ୍ରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ରାଗିଯାଇଥିବା ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଗୁରୁମଙ୍ଗଳ ଯୋଗରୁ ପରିବାରରେ ଶାନ୍ତି ଓ ସହାବସ୍ଥାନ ସାଙ୍ଗକୁ ନୂତନ ଗୃହଲାଭର ଯୋଗ ଆସିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିପାରନ୍ତି।…

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?