Posted inRasifala

ରାଶିଫଳ: ଶନିବାର, ଜୁନ୍‌ ୨୯ ତାରିଖ – Daily Horoscope

ମେଷ
ଆଜି ନିଜ ପରିସରରେ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ସନ୍ତାନ, ଉଚ୍ଚଶିକ୍ଷା, ଆଲୋଚନା, ସଭାସମିତି ପ୍ରଭୃତି ଚିନ୍ତାଜନକ ରହିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇପାରେ।
ବୃଷ
ବୃଷ
ବନ୍ଧୁଙ୍କ ନିକଟରୁ ଆର୍ଥିକ ସହଯୋଗ ଲାଭକରି ଚେଷ୍ଟା କରୁଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିପାରିବେ। ଅପରାହ୍ନେ ପ୍ରିୟଜନଙ୍କ ଆଗମନ ଯୋଗୁ ମଉଜ ମଜଲିସରେ ସମୟ ଅତିବାହିତ ହେବ। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ କିନ୍ତୁ ପରିବହନ ସମସ୍ୟା ବହୁଳ ହୋଇପାରେ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହେବ।
ମିଥୁନ
ମିଥୁନ
ସହକର୍ମୀଙ୍କ ସାହାଯ୍ୟ ନେଇ ଆରମ୍ଭ କରିଥିବା କାର୍ଯ୍ୟ ହାସଲରେ ସମର୍ଥ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବଢ଼ିପାରେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସରଳ କରିବାରେ ସହାୟକ ହେବ। ଆନୁଷ୍ଠାନିକ କାର୍ଯ୍ୟକ୍ରମରେ ସାମିଲ୍‌ ହୋଇ ବ୍ୟସ୍ତତା ଅନୁଭବ କରିପାରନ୍ତି।
କର୍କଟ
କର୍କଟ
ଭୁଲ୍‌ ବୁଝାମଣା କାରଣରୁ ବୃଥା ସନ୍ଦେହ ଜନିତ ସାଧାରଣ କଥାରେ କଳହ ଘଟିବାର ଆଶଙ୍କା ରହିଛି। ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହେବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଗ୍ରଣୀଭୂମିକା ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।
ସି˚ହ
ସି˚ହ
ଭୁଲ୍‌ ବୁଝାମଣାରୁ ପରିବାରରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଅର୍ଥସଂକଟ ଲାଗି ରହିଥିଲେ ମଧ୍ୟ ଆବଶ୍ୟକ ସମୟରେ ତାହା ପାଇବା କଷ୍ଟକର ହେବନାହିଁ। ଆଲୋଚନା ପରିସରରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ।
କନ୍ୟା
ସମୟୋଚିତ ପଦକ୍ଷେପ ଗ୍ରହଣ କରି ପରିବାରର ଅସଜଡା ପରିସ୍ଥିତି ସୁଧାରିବାକୁ ଚେଷ୍ଟା କରିପାରନ୍ତି। ଶିଳ୍ପ, ସଙ୍ଗୀତ ସମାରୋହ, ସାମ୍ବାଦିକତା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ। ଜମିଜମା ବିବାଦ କିମ୍ବା ଋଣଗ୍ରସ୍ତ ସାଙ୍ଗକୁ କରଜଦାତାଙ୍କ ଚାପ ଚିନ୍ତା ବଢ଼ାଇବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ।
ତୁଳା
ତୁଳା
ବନ୍ଧୁଙ୍କ ନିକଟରୁ କୌଣସି ବିଭ୍ରାନ୍ତିକର ଖବର ପାଇ ବିବ୍ରତ ହୋଇପାରନ୍ତି। କ୍ରନିକ୍‌ ରୋଗପୀଡ଼ା ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା କଷ୍ଟକର ହେବ। ତଥାପି ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡ଼ି ସମାଲୋଚିତ ହେବେ।
ବିଛା
ବିଛା
ପୂର୍ବସ୍ଥିରୀକୃତ ଯୋଜନା କାର୍ଯ୍ୟକାରୀ କରିବା ଦିଗରେ ପ୍ରିୟଜନଙ୍କ ପରାମର୍ଶ ନେବା ଭଲ ହେବ। ଅର୍ଥ ସମ୍ପର୍କୀୟ କାମରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। ବୃଥାଶଙ୍କା ଓ ଅସ୍ଥିରତା ଜନିତ କର୍ମକ୍ଷେତ୍ରର ଘଟଣାଗୁଡ଼ିକ ଅସାଧାରଣ ମନେ ହେବ। ପାରିବାରିକ ସ୍ତରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି।
ଧନୁ
ଧନୁ
ଦେବଗୁରୁଙ୍କ ପୃଷ୍ଠଦେଶରେ ପାପଯୁକ୍ତ ଅଷ୍ଟମାଧିପ ହେତୁ ସମ୍ପର୍କୀୟ ଚାହିଁଲେ ମଧ୍ୟ ଅନିଷ୍ଟ କରିପାରିବେ ନାହିଁ। ପୂର୍ବାଷାଢ଼ା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ। ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କଷ୍ଟକର ହେବ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ। ମହିଳା କାମ ହାସଲରେ ସମର୍ଥ ହେବେ।
ମକର
ମକର
କର୍ମକ୍ଷେତ୍ରରେ ଅଟକି ରହିଥିବା ସକାଶେ ଫାଇଲ୍‌ କାମ ସମ୍ପନ୍ନ କରିବାରେ ସମର୍ଥ ହେବେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ ମାତ୍ର ଖର୍ଚ୍ଚ ପରିମାଣ ବୃଦ୍ଧିରୁ ଅଶାନ୍ତ ରହିପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ବିବାଦର ଆଶଙ୍କା କରୁଥିବା ଘଟଣାରେ ସେମିତି କିଛି ହେବ ନାହିଁ।
କୁମ୍ଭ
କୁମ୍ଭ
ଯେତେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ। ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କଲେ ଅସୁବିଧାରେ ପଡ଼ିବେ। ଆଜିର ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ମୀନମୀନ

ପ୍ରତ୍ୟେକ ଦିଗରେ ଶୁଭଫଳ ପ୍ରଦାନ ସକାଶେ ଆଜିର ଅନୁକୂଳ ଗ୍ରହସ୍ଥିତି ରହିଛି। କିନ୍ତୁ ଦୂରଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। କଳା, ସାହିତ୍ୟ, ସାମ୍ବାଦିକତା, ଆଲୋଚନା, ସଭାସମିତି କ୍ଷେତ୍ର୍ରରେ ଉପକୃତ ହେବେ। ଜମିଜମା ସମ୍ବନ୍ଧୀୟ କେତେକ କାଗଜପତ୍ର୍ରକୁ କେନ୍ଦ୍ରକରି ଯୁକ୍ତିତର୍କର ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri