Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ
ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି ହେବ। ପୂର୍ବାହ୍ନରେ ସାଧାରଣ କଥାକୁ କେନ୍ଦ୍ରକରି ସାଙ୍ଗସାଥୀ କିମ୍ବା ବନ୍ଧୁଙ୍କ ସହ ଝଗଡ଼ା ଲାଗିପାରେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ର ହେତୁ ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରହିବା ଭଲ।
ବୃଷ
ବୃଷ
ଆଜି ପାଇଁ ଶୁଭଭାବସ୍ଥ ଚନ୍ଦ୍ର ପ୍ରତ୍ୟେକ କାମକୁ ଧୀର ମନ୍ଥର ଗତିରେ ଆଗକୁ ନେବେ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି। ସାଙ୍ଗସାଥୀମାନେ କହିବେ ବହୁତ କିନ୍ତୁ କାମ କଲା ବେଳକୁ ଜିରୋ। ଆଜିର ଯାତ୍ରା, ବାଣିଜ୍ୟ, ସ୍ତ୍ରୀଙ୍କ ସମ୍ପର୍କ ଦିଗରୁ ଲାଭବାନ୍‌ ହେବେ।
ମିଥୁନ
ମିଥୁନ
ପରିବାରରେ ଭୁଲ୍‌ ବୁଝାମଣା ହେତୁ କଳହ ଲାଗିପାରେ। ଟଙ୍କା ପଇସା ସମ୍ପର୍କିତ ଝମେଲାର ସମ୍ମୁଖୀନ ହେବେ। ପୁନର୍ବସୁ ନକ୍ଷତ୍ର ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତ ଫଳ ମିଳିବ।
କର୍କଟ
କର୍କଟ
ଆଜି ବନ୍ଧୁଙ୍କ ନିକଟରୁ ଅର୍ଥ ପାଇବେ ସତ କିନ୍ତୁ ମାନସିକ ଶାନ୍ତି ହରାଇବେ। କେତେକ କ୍ଷେତ୍ରରେ ଠିକ୍‌ ସିଦ୍ଧାନ୍ତ ନେଇପାରିବେ ନାହିଁ। ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ସଭାସମିତି କିମ୍ବା ସାଂଗଠନିକ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ପୁଷ୍ୟା ନକ୍ଷତ୍ର ସକାଶେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ।
ସି˚ହ
ସି˚ହ
ଆଜିର ପରିସ୍ଥିତି ଓ ରହୁଥିବା ପରିବେଶରେ କିଛି ଗଡବଡ ସୃଷ୍ଟି ହେବ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ବିଳମ୍ବରେ ପାଇଯିବେ। କର୍ମ କ୍ଷେତ୍ରରେ ବାଧା ଉପୁଜିଲେ ବିକାମ ଅଟକିବ ନାହିଁ। ପୂର୍ବାଫାଲଗୁନୀ ନକ୍ଷତ୍ରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହି ନ ପାରେ।
କନ୍ୟା
ଆଜି ଯାହା କରିବେ ଭାବିଚିନ୍ତି କରନ୍ତୁ। ଦୀର୍ଘଦିନର ଚେଷ୍ଟା ପରେ ଋଣ ସୂତ୍ରରେ ଆଜି ହିଁ ଅର୍ଥଲାଭ କରିବେ। ସ୍ତ୍ରୀଙ୍କ ବରାଦ, ପ୍ରତିଦ୍ୱନ୍ଦ୍ୱୀଙ୍କ କାର୍ଯ୍ୟ, ବାଣିଜ୍ୟର ପ୍ରତିବନ୍ଧକ ଓ ଯାତ୍ରାରେ ଦୁଚିନ୍ତା ବଢିପାରେ। ପୁଣି ଚିତ୍ରା ନକ୍ଷତ୍ର ଆକସ୍ମିକ ଭାବରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସଙ୍ଗକୁ କାଳ କ୍ଷେପଣ ନୀତି ହେତୁ ସଫଳତା ପାଇବା କଷ୍ଟକର ହୋଇପଡିବ। ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ସ୍ବାତୀ ନକ୍ଷତ୍ର ସକାଶେ ବନ୍ଧୁ ପରିଜନ ସହ ଆଜିର ସକାଳୁଆ ଯାତ୍ରା ଶୁଭପ୍ରଦ ହେବ।
ବିଛା
ବିଛା
ଭୁଲ୍‌ ବୁଝାମଣା ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି କରାଇପାରେ। ଏଣୁ ତରବରିଆ ଭାବେ କିଛି ନ କରି କର୍ମ କ୍ଷେତ୍ରରେ ଧୀରେ ସୁସ୍ଥେ ଗତି କରନ୍ତୁ। ଅନୁରାଧା ନକ୍ଷତ୍ର ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅନ୍ୟର ସରଳ କଥାକୁ ବିଶ୍ୱାସ କଲେ ହଇରାଣରେ ପଡିପାରନ୍ତି। ଉତ୍ତରାଷାଢା ନକ୍ଷତ୍ରର ବିବାଦ କାରଣରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ। ଶାରୀରିକ ସୁସ୍ଥତା ଫେରିପାଇବା ସଙ୍ଗକୁ ପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ମିଳିବ। ପାରିବାରିକ, ପରିବହନ, ଦୋକାନ, ହୋଟେଲ ପ୍ରଭୃତିରୁ ସୁଫଳ ମିଳିବ।
ମକର
ମକର
ପରିବାରରେ ଭୁଲ ବୁଝାମଣା ନେଇ ଅଶାନ୍ତି ଓ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ଶ୍ରବଣା ନକ୍ଷତ୍ର ଆଜି ଅପରାହ୍ନରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡିବେ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇପାରନ୍ତି।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରବ ନକ୍ଷତ୍ରର ସାମୟିକ ସ୍ବାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବ। ନିଜର ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସ୍ବାସ୍ଥ୍ୟହାନି କାରଣରୁ ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ସକାଳ ସମୟରେ କୌଣସି ଶୁଭ ଖବର ପାଇପାରନ୍ତି ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
ମୀନମୀନ
ଗତକାଲିଠାରୁ ଚେଷ୍ଟା କରୁଥିବା କାମଗୁଡିକ ଆଜି ଅପରାହ୍ନେ ଠିକ୍‌ ଭାବରେ ସମ୍ପନ୍ନ ହେବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ରେବତୀ ନକ୍ଷତ୍ର ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri