Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ
ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବାକୁ ପଡ଼ିବ। ପ୍ରତିବନ୍ଧକ ଲାଗିରହିବା ହେତୁ ବିଳମ୍ବରେ ସମସ୍ୟା ଭିତରେ କାର୍ଯ୍ୟ ସମ୍ପନ୍ନ ହେବ। ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ। ନିଜ ଲୋକ ଅସୁବିଧାରେ ପକାଇପାରନ୍ତି, ଏଣୁ ସତର୍କ ରହିବା ଭଲ ।
ବୃଷ
ବୃଷ
ଘରୋଇ କଳହକୁ ନେଇ ବନ୍ଧୁ ଗହଣରେ ମଧ୍ୟ ଅଶାନ୍ତି ଲାଗିରହିବ। ପ୍ରକାଶନ,ପ୍ରଶାସନ, କଳା, କ୍ରୀଡ଼ା,ଚଳଚ୍ଚିତ୍ର ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ ,ସେମାନେ କହିବେ ବହୁତ କିନ୍ତୁ କାମ କଲା ବେଳକୁ ଜିରୋ। ଆଜିର ଯାତ୍ରା,ବାଣିଜ୍ୟ ଏବଂ ନୂତନ ସମ୍ପର୍କ ସ୍ଥାପନ ଦିଗରୁ ଲାଭବାନ୍‌ ହେବେ।
ମିଥୁନ
ମିଥୁନ
ପରିବାରରେ ଭୁଲ୍‌ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଟଙ୍କା ପଇସା ସମ୍ପର୍କିତ ଝମେଲାର ସମ୍ମୁଖୀନ ହେବା ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ସନ୍ତାନହେତୁକ ମାନସିକ ଆଘାତ ପାଇ ପାରନ୍ତି। ପରିବହନ,ବ୍ୟବସାୟ,ସଭାସମିତି,ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ମିଳିବ।
କର୍କଟ
କର୍କଟ
ଆଜି ବନ୍ଧୁମାନଙ୍କ ନିକଟରୁ ଅର୍ଥ ପାଇବେ ସତ, କିନ୍ତୁ ମାନସିକ ଶାନ୍ତି ହରାଇବେ । କର୍ମକ୍ଷେତ୍ରରେ ଠିକ୍‌ ସିଦ୍ଧାନ୍ତ ନେଇପାରିବେ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ସଭାସମିତି କିମ୍ବା ସାଙ୍ଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହୋଇପାରନ୍ତି।
ସି˚ହ
ସି˚ହ
ଆଜିର ପରିସ୍ଥିତି ଓ ରହୁଥିବା ପରିବେଶରେ କିଛି ଗଡ଼ବଡ଼ ସୃଷ୍ଟି ହୋଇପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇଯିବେ। ବାଧା ଉପୁଜିଲେ ବି କାମ ଅଟକିବ ନାହିଁ । ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ମହିଳାମାନେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
କନ୍ୟା
ଆଜିର ଜୀବନଯାତ୍ରାରେ ସବୁ ଭାବିଚିନ୍ତି କରନ୍ତୁ। ଦୀର୍ଘଦିନର ଚେଷ୍ଟା ପରେ ଋଣସୂତ୍ରରେ ଆଜି ହିଁ ଅର୍ଥଲାଭ କରିବେ। କର୍ମବ୍ୟସ୍ତତା ମଧ୍ୟରେ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପଛରେ ଟାହିଟାପରା କରିପାରନ୍ତି। ଆଗାମୀ ମାଙ୍ଗଳିକ କାର୍ଯ୍ୟାରମ୍ଭ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିବେ।
ତୁଳା
ତୁଳା
ଆଳସ୍ୟ ହେତୁ ସଫଳତା ପାଇବା କଷ୍ଟକର ହୋଇ ପଡ଼ିବ। ସ୍ବାତୀ ନକ୍ଷତ୍ର କାମରେ ମନଦେଇ ଏହାକୁ ପୂରା ନ କରିବା ଯାଏଁ ଛାଡ଼ିବେ ନାହିଁ। ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ଭୁଲ୍‌ ବୁଝାମଣା କାରଣରୁ ଝଗଡ଼ା ସାଙ୍ଗକୁ ପରିବାରରେ ଅଶାନ୍ତି ବାତାବରଣ ସୃଷ୍ଟି କରାଇପାରେ। ପୁନଶ୍ଚ କର୍ମକ୍ଷେତ୍ରରେ ମଧ୍ୟ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିବା ଆଶଙ୍କା ରହିଛି । ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବିଜୟୀ ହେବେ । ବ୍ୟବସାୟ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଆକସ୍ମିକ ବିବାଦ କାରଣରୁ ଉନ୍ନୟନ କାମ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ସୁସ୍ଥତା ଫେରିପାଇବା ସାଙ୍ଗକୁ ପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ମିଳିବ। ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ସହ ପ୍ରଶଂସିତ ହେବେ । ପାରିବାରିକ, ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।
ମକର
ମକର
ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେଇପାରେ । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
କୁମ୍ଭ
କୁମ୍ଭ
ସାମୟିକ ସ୍ବାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବା ଆଶଙ୍କା ରହିଛି । ନିଜ ଲୋକମାନଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କାର୍ଯ୍ୟଦକ୍ଷତା କାରଣରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବା ସହ ପ୍ରଶଂସିତ ହେବେ । ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ପ୍ରକାଶ କରିବେ।
ମୀନମୀନ
ଚେଷ୍ଟା କରୁଥିବା କାମଗୁଡ଼ିକ ଆଜି ଅପରାହ୍ନେ ଠିକ୍‌ ଭାବରେ ସମ୍ପନ୍ନ ହେବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ବନ୍ଧୁମାନଙ୍କ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଶୁଭାକାଂକ୍ଷୀମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri