Posted inRasifala

ରାଶିଫଳ: ଶନିବାର, ମେ ୨୯ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା, କଳା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ପିଲାଙ୍କ କଥାକୁ ନେଇ ମାନସିକ ସ୍ଥିତି ବିପନ୍ନ ହେବ। ନୂତନ ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ତରବରିଆ ଭାବରେ ନୂତନ କର୍ମାରମ୍ଭ, ସ୍ବାସ୍ଥ୍ୟ ସମସ୍ୟା ସକାଶେ ଚିନ୍ତା ପ୍ରକଟ କରିପାରନ୍ତି।
ବୃଷ
ବୃଷ
ଆପଣଙ୍କ ଭୁଲ୍‌ ନିଷ୍ପତ୍ତି କାମରେ ଦ୍ୱନ୍ଦ୍ୱ, ପରିବାରରେ ଅଶାନ୍ତି ଓ ଅର୍ଥପ୍ରାପ୍ତିରେ ସମସ୍ୟା ସୃଷ୍ଟି କରିପାରେ। ଇଚ୍ଛା ନ ଥିଲେ ମଧ୍ୟ ଆଜି ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରହିବା ଭଲ ହେବ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମିଥୁନ
ମିଥୁନ
ପାରିବାରିକ କଳହ କାରଣରୁ ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତାରେ ମନ ଉତ୍ସନ୍ନ ରହିବ। କିନ୍ତୁ ବହୁତ ଦିନ ହେଲା ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ। ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବା ସଙ୍ଗକୁ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ସାମାଜିକ ସ୍ତରରେ ପରିସ୍ଥିତିକୁ ଦେଖି ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ବିଭିନ୍ନ ନକାରାତ୍ମକ ଭାବନା ମନକୁ ବିଷାକ୍ତ କରିପାରେ। ଫଳତଃ ବହୁ ପୂର୍ବରୁ ଚିନ୍ତା କରିଥିବା ଓ ଗତକାଲିର ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ।
ସି˚ହ
ସି˚ହ
ପରିସ୍ଥିତିର ଭାରସାମ୍ୟ ରକ୍ଷା କରିବାକୁ ମିଥ୍ୟାଳାପ କରିବାକୁ ପଡିପାରେ। ଫଳରେ ଖଳ ଲୋକଙ୍କ କଥାରେ ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିବ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଶିଳ୍ପ, ଏଜେନ୍ସିପ୍‌ ସାମ୍ବାଦିକତାରୁ ଖୁସି ରହିବେ। ବ୍ୟବସାୟ ଓ ପରିବହନରେ ସମସ୍ୟା ବଢ଼ିଯିବ।
କନ୍ୟା
ଆଜି ଯିଏ ଯେତେ ଶତ୍ରୁତା କଲେ ମଧ୍ୟ କିଛି କରିପାରିବେ ନାହିଁ। ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ସାମୟିକ ମାନସିକ ଅସ୍ଥିରତା ଦେଖାଦେବ। ନିକଟ ସମ୍ପର୍କୀୟମାନେ ସମ୍ମୁଖରେ ଭଲ ଭଲ କଥା କହି ପରୋକ୍ଷ ଶତ୍ରୁତା କରିବା ଯୋଗୁଁ ବିଚଳିତବୋଧ କରିବେ।
ତୁଳା
ତୁଳା
ଆଜି ଆପଣଙ୍କ ସକାଶେ ଏକ ସ୍ମରଣୀୟ ଦିବସ କହିଲେ ଅତ୍ୟୁକ୍ତି ହେବ ନାହିଁ। ଯଦି କିଛି ଅସୁବିଧା ପରିଲକ୍ଷିତ ହୁଏ ତାହା ନିଜ ଦୋଷରୁ ହିଁ ହେବାର ଆଶଙ୍କା ରହିଛି। ଘର ପାଇଁ ମୂଲ୍ୟବାନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ।
ବିଛା
ବିଛା
ଆଜି ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। କିନ୍ତୁ ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟ ପାଲଟ ହୋଇଯାଇପାରେ। କିନ୍ତୁ ଚେଷ୍ଟା ଅବ୍ୟାହତ ରଖିବା ଫଳରେ ବିଳମ୍ବରେ ସଫଳତା ପାଇବେ। ସେବା ଓ ପରୋପକାର ହେତୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ।
ଧନୁ
ଧନୁ
ଦିନଭରି ମନ ପ୍ରଫୁଲ୍ଲ ରହିବ ଓ ଯାହା ଚାହୁଁଛନ୍ତି ପାଇବାରେ ଅସୁବିଧା ହେବ ନାହିଁ। ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି। ମତାନ୍ତର ଜନିତ ପାରିବାରିକ ସ୍ତରରେ ଟେନସନ୍‌ କିିଛି ମାତ୍ରାରେ ବଢିଯିବ। କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ।
ମକର
ମକର
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ସ୍ବାଭାବିକ ରହିବ। କୌଣସି ପରିସ୍ଥିତିରେ ମଧ୍ୟ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଅସୁବିଧାରେ ପଡ଼ି ପାରନ୍ତି। ବନ୍ଧୁମାନଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିପାରେ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ପର କ୍ଷଣରେ ଅନୁତପ୍ତ ହେବେ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କୁ ସାହାଯ୍ୟ କରି ଆମତ୍ତୃପ୍ତି ଲଭିବେ। ସଭା ସମିତିରେ, ବନ୍ଧୁ ଗହଣରେ ଗାମ୍ଭୀର୍ଯ୍ୟ ରକ୍ଷାକଲେ ତାହା ବ୍ୟକ୍ତିତ୍ୱ ବିକାଶରେ ସହାୟକ ହେବ। କେତେକ କ୍ଷେତ୍ରରେ ନିଜେ କଷ୍ଟ ଅନୁଭବ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟା ସୁଧାରି ନେବେ। ନିଜ ଫାଇଦା ହାସଲ ସକାଶେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି।
ମୀନମୀନ
ଆଜି ଆପଣଙ୍କୁ ଅର୍ଥପ୍ରାପ୍ତି, ସୌଜନ୍ୟତା, ମଧୁର ବ୍ୟବହାର ଦ୍ୱାରା ବନ୍ଧୁମାନଙ୍କୁ ଆପ୍ୟାୟିତ କରି ପ୍ରଶଂସିତ ହେବେ। ସ୍ବାସ୍ଥ୍ୟ ଭଲ ରହି ନ ପାରେ ଏବଂ ମାନସିକ ସ୍ତରରେ ଦୁର୍ଭାବନା ବଢିଚାଲିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ। ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri