Categories: Rasifala

ରାଶିଫଳ: ଶନିବାର, ମେ ୨୯ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା, କଳା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ପିଲାଙ୍କ କଥାକୁ ନେଇ ମାନସିକ ସ୍ଥିତି ବିପନ୍ନ ହେବ। ନୂତନ ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ତରବରିଆ ଭାବରେ ନୂତନ କର୍ମାରମ୍ଭ, ସ୍ବାସ୍ଥ୍ୟ ସମସ୍ୟା ସକାଶେ ଚିନ୍ତା ପ୍ରକଟ କରିପାରନ୍ତି।
ବୃଷ
ଆପଣଙ୍କ ଭୁଲ୍‌ ନିଷ୍ପତ୍ତି କାମରେ ଦ୍ୱନ୍ଦ୍ୱ, ପରିବାରରେ ଅଶାନ୍ତି ଓ ଅର୍ଥପ୍ରାପ୍ତିରେ ସମସ୍ୟା ସୃଷ୍ଟି କରିପାରେ। ଇଚ୍ଛା ନ ଥିଲେ ମଧ୍ୟ ଆଜି ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରହିବା ଭଲ ହେବ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମିଥୁନ
ପାରିବାରିକ କଳହ କାରଣରୁ ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତାରେ ମନ ଉତ୍ସନ୍ନ ରହିବ। କିନ୍ତୁ ବହୁତ ଦିନ ହେଲା ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ। ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବା ସଙ୍ଗକୁ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ସାମାଜିକ ସ୍ତରରେ ପରିସ୍ଥିତିକୁ ଦେଖି ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
ବିଭିନ୍ନ ନକାରାତ୍ମକ ଭାବନା ମନକୁ ବିଷାକ୍ତ କରିପାରେ। ଫଳତଃ ବହୁ ପୂର୍ବରୁ ଚିନ୍ତା କରିଥିବା ଓ ଗତକାଲିର ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ।
ସି˚ହ
ପରିସ୍ଥିତିର ଭାରସାମ୍ୟ ରକ୍ଷା କରିବାକୁ ମିଥ୍ୟାଳାପ କରିବାକୁ ପଡିପାରେ। ଫଳରେ ଖଳ ଲୋକଙ୍କ କଥାରେ ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିବ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଶିଳ୍ପ, ଏଜେନ୍ସିପ୍‌ ସାମ୍ବାଦିକତାରୁ ଖୁସି ରହିବେ। ବ୍ୟବସାୟ ଓ ପରିବହନରେ ସମସ୍ୟା ବଢ଼ିଯିବ।
କନ୍ୟା
ଆଜି ଯିଏ ଯେତେ ଶତ୍ରୁତା କଲେ ମଧ୍ୟ କିଛି କରିପାରିବେ ନାହିଁ। ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ସାମୟିକ ମାନସିକ ଅସ୍ଥିରତା ଦେଖାଦେବ। ନିକଟ ସମ୍ପର୍କୀୟମାନେ ସମ୍ମୁଖରେ ଭଲ ଭଲ କଥା କହି ପରୋକ୍ଷ ଶତ୍ରୁତା କରିବା ଯୋଗୁଁ ବିଚଳିତବୋଧ କରିବେ।
ତୁଳା
ଆଜି ଆପଣଙ୍କ ସକାଶେ ଏକ ସ୍ମରଣୀୟ ଦିବସ କହିଲେ ଅତ୍ୟୁକ୍ତି ହେବ ନାହିଁ। ଯଦି କିଛି ଅସୁବିଧା ପରିଲକ୍ଷିତ ହୁଏ ତାହା ନିଜ ଦୋଷରୁ ହିଁ ହେବାର ଆଶଙ୍କା ରହିଛି। ଘର ପାଇଁ ମୂଲ୍ୟବାନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ।
ବିଛା
ଆଜି ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। କିନ୍ତୁ ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟ ପାଲଟ ହୋଇଯାଇପାରେ। କିନ୍ତୁ ଚେଷ୍ଟା ଅବ୍ୟାହତ ରଖିବା ଫଳରେ ବିଳମ୍ବରେ ସଫଳତା ପାଇବେ। ସେବା ଓ ପରୋପକାର ହେତୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ।
ଧନୁ
ଦିନଭରି ମନ ପ୍ରଫୁଲ୍ଲ ରହିବ ଓ ଯାହା ଚାହୁଁଛନ୍ତି ପାଇବାରେ ଅସୁବିଧା ହେବ ନାହିଁ। ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି। ମତାନ୍ତର ଜନିତ ପାରିବାରିକ ସ୍ତରରେ ଟେନସନ୍‌ କିିଛି ମାତ୍ରାରେ ବଢିଯିବ। କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ।
ମକର
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ସ୍ବାଭାବିକ ରହିବ। କୌଣସି ପରିସ୍ଥିତିରେ ମଧ୍ୟ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଅସୁବିଧାରେ ପଡ଼ି ପାରନ୍ତି। ବନ୍ଧୁମାନଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିପାରେ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ପର କ୍ଷଣରେ ଅନୁତପ୍ତ ହେବେ।
କୁମ୍ଭ
ବନ୍ଧୁଙ୍କୁ ସାହାଯ୍ୟ କରି ଆମତ୍ତୃପ୍ତି ଲଭିବେ। ସଭା ସମିତିରେ, ବନ୍ଧୁ ଗହଣରେ ଗାମ୍ଭୀର୍ଯ୍ୟ ରକ୍ଷାକଲେ ତାହା ବ୍ୟକ୍ତିତ୍ୱ ବିକାଶରେ ସହାୟକ ହେବ। କେତେକ କ୍ଷେତ୍ରରେ ନିଜେ କଷ୍ଟ ଅନୁଭବ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟା ସୁଧାରି ନେବେ। ନିଜ ଫାଇଦା ହାସଲ ସକାଶେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି।
ମୀନ
ଆଜି ଆପଣଙ୍କୁ ଅର୍ଥପ୍ରାପ୍ତି, ସୌଜନ୍ୟତା, ମଧୁର ବ୍ୟବହାର ଦ୍ୱାରା ବନ୍ଧୁମାନଙ୍କୁ ଆପ୍ୟାୟିତ କରି ପ୍ରଶଂସିତ ହେବେ। ସ୍ବାସ୍ଥ୍ୟ ଭଲ ରହି ନ ପାରେ ଏବଂ ମାନସିକ ସ୍ତରରେ ଦୁର୍ଭାବନା ବଢିଚାଲିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ। ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ।