Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରଙ୍କ ସୁପ୍ରଭାବରୁ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ। ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟମାନଙ୍କ ପ୍ରତି ଆଗ୍ରହୀ ହେବେ। ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ଘରେ ଅସାବଧାନତାବଶତଃ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ। ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ। ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟହାନି ଯୋଗୁ ମନ ଉଦାସ ରହିବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ଆଜି ପାରିବାରିକ ଅସ୍ଥିରତା ଓ ଅଶାନ୍ତି ହେତୁ ମାନସିକ ସ୍ଥିରତା ରହି ନ ପାରେ। ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆଜି ଯେଉଁ ଆଶା ନେଇ କାର୍ଯ୍ୟ କରିବେ ପ୍ରତିବଦଳରେ କିଛି ପାଇବେ ନାହିଁ। ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ଚେଷ୍ଟା ସଫଳ ହେବାରେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ଗତକାଲିର ଘଟଣା ବିଷୟରେ ଚିନ୍ତା କରି ମନରେ ସରସତା ରହିିବ ନାହିଁ। କିନ୍ତୁ ସକାଳୁ ସକାଳୁ କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସି ହୋଇଯାଇପାରେ। ଆନୁଷ୍ଠାନିକ, ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ। ଆଜି ଧାରସୂତ୍ରରେ ଅର୍ଥ ପାଇ କାମ ହାସଲ କରିବେ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ସାମରିକ ଶାରୀରିକ ଦୁର୍ବଳତା ଦେଖାଦେଇପାରେ।
ତୁଳା
ତୁଳା
ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବାର ଆଶା କରାଯାଇପାରେ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି କାରଣରୁ ବିଚଳିତ ହେବେ। ନୂତନ କର୍ମାରମ୍ଭ ସକାଶେ କୌଣସି ବିଶେଷ ଅସୁବିଧା ହେବ ନାହିଁ।
ବିଛା
ବିଛା
ଆଜି ସକାଳୁ ସକାଳୁ ବନ୍ଧୁଗୃହକୁ ଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡ଼ିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ। ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ଆପଣଙ୍କ ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହୋଇପାରେ। ବନ୍ଧୁଙ୍କ ସଦ୍ଭାବ ଓ ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ସକାଳୁ ସକାଳୁ ଶୁଭସମ୍ବାଦ ପାଇ ଉଲ୍ଲସିତ ହେବେ। ଆଲୋଚନା ପରିସରରେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି।
ମକର
ମକର
ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। କର୍ମାରମ୍ଭ, ପ୍ରଶାସନିକ କାର୍ଯ୍ୟ, ନୂତନ ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ। ପ୍ରତିବନ୍ଧକଜନିତ ନିର୍ମାଣାଧୀନ କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଭାବାନ୍ତର ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ମାନସିକ ଅସ୍ଥିରତା ଲାଗି ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ଆରମ୍ଭ କରିବାକୁ ଯାଉଥିବା କାମଟି ପରିବାରରୁ ପୂର୍ଣ୍ଣ ସହଯୋଗରେ ସମ୍ପନ୍ନ ହେବ। ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ। ଧୀର ପାଣି ପଥର କାଟିବା ନ୍ୟାୟରେ କାମ କରିଚାଲିଲେ ସଫଳତା ପାଇବେ।
ମୀନମୀନ
ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିିଟା ସମସ୍ୟା ସୃଷ୍ଟି ହେବ। କିନ୍ତୁ ବ୍ୟବସାୟ, ଯାତ୍ରା, ଆନୁଷ୍ଠାନିକ କାର୍ଯ୍ୟ ପ୍ରଭୃତିରୁ ସଫଳତା ପାଇବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?