Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ
ଆଜି ତୃତୀୟଚନ୍ଦ୍ରଙ୍କ ସୁପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ଏହା ସଙ୍ଗକୁ ଗୃହ, ଭୂମି, ଗାଡ଼ିମୋଟର, ଧାର କରଜକୁ କେନ୍ଦ୍ରକରି କଳହ ହୋଇପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟା ସମାଧାନ ହେବ।
ବୃଷ
ବୃଷ
ସପ୍ତମସ୍ଥ ରବି ହେତୁ ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ମନରେ ଆଲୋଡ଼ନ ସୃଷ୍ଟି କରିବ। ଘରେ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ହଠାତ୍‌ କର୍ମକ୍ଷେତ୍ରକୁ ଯିବା ସମୟରେ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟହାନି ଯୋଗୁ ମନ ଉଦାସ ରହିବ।
ମିଥୁନ
ମିଥୁନ
ଆଜି କେତୁ ଯୁକ୍ତ ଶୁକ୍ରଙ୍କ ଯୋଗୁ ପାରିବାରିକ ଅସ୍ଥିରତା ଓ ଅଶାନ୍ତି ହେତୁ ମନ ଭଲ ରହିବ ନାହିଁ। ବୈବାହିକ ପ୍ରସ୍ତାବ ଉଦ୍ଦେଶ୍ୟରେ ବନ୍ଧୁ ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କଲେ ଉପକୃତ ହେବେ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ବ୍ୟବସାୟ କ୍ଷେତ୍ରରେ କୌଣସି ଅସୁବିଧା ନ ହେଲେ ମଧ୍ୟ ସନ୍ତୋଷଜନକ ନ ହୋଇପାରେ।
କର୍କଟ
କର୍କଟ
ଆଜି ଯେଉଁ ଆଶା ନେଇ କିଛି କରିବେ ପ୍ରତିବଦଳରେ କିଛି ପାଇବେ ନାହିଁ। ଚେଷ୍ଟାସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବାଣିଜ୍ୟ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ରବିଙ୍କ ଦୁର୍ବଳତା ହେତୁ ଗତକାଲିର ଘଟଣା ବିଷୟରେ ଚିନ୍ତା କରି ମନରେ ସରସତା ରହିବନାହିଁ। ସକାଳୁ କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନ ଖୁସୀ ହୋଇଯିବ। ଭଲ ସମ୍ପର୍କ ନ ଥିବା ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ବିରତ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ।
କନ୍ୟା
ଗୁରୁଦୃଷ୍ଟ ବୁଧ ହେତୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରି ଉପକୃତ ହେବେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ସାମୟିକ ଶାରୀରିକ ଦୁର୍ବଳତା ଦେଖାଦେଇପାରେ।
ତୁଳା
ତୁଳା
ଭାଗ୍ୟସ୍ଥାନରେ କର୍ମାଧିପତି ଥିବାରୁ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିପାରନ୍ତି। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି କାରଣରୁ ବିଚଳିତ ହେବେ।
ବିଛା
ବିଛା
ଚତୁର୍ଥକେନ୍ଦ୍ରସ୍ଥ ଶନିଙ୍କ ଯୋଗୁ ବନ୍ଧୁଙ୍କ ଅନୁରୋଧରେ ସକାଳୁ ସକାଳୁ ଯାତ୍ରା କରିବାକୁ ପଡ଼ିବ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପଡ଼ିବ।
ଧନୁ
ଧନୁ
ରାହୁଙ୍କ ସ୍ଥିତି କାରଣରୁ ଆପଣଙ୍କ ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହୋଇପାରେ। ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ସକାଳୁ ଶୁଭସମ୍ବାଦ ପାଇ ଉଲ୍ଲସିତ ହେବେ। ଆଲୋଚନା ପରିସରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି।
ମକର
ମକର
ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ଚତୁର୍ଥକେନ୍ଦ୍ରସ୍ଥ ଗୁରୁଙ୍କ ଯୋଗୁ ପରିବହନ, ବାଣିଜ୍ୟରେ ଉନ୍ନତି ଘଟିବ। ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାମଟି ଆଜି କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଭାବାନ୍ତର ସୃଷ୍ଟି ହୋଇପାରେ।
କୁମ୍ଭ
କୁମ୍ଭ
ମାନସିକ ଅସ୍ଥିରତା ଲାଗି ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ଶୁକ୍ର ପାପପ୍ରଭାବଗ୍ରସ୍ଥ ଯୋଗୁଁ ସକାଳୁ ସକାଳୁ ବନ୍ଧୁଙ୍କୁ ଆପଣେଇ ବିଫଳ ହୋଇପାରନ୍ତି। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ।
ମୀନମୀନ

ଶନି ଦୃଷ୍ଟିରେ ଗୁରୁଙ୍କ ଯୋଗୁ ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି। କାର୍ଯ୍ୟହାସଲ ସକାଶେ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri