Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ
ଆଜି ସପ୍ତମ ଚନ୍ଦ୍ରଙ୍କ ସୁପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟଗୁଡ଼ିକ ପ୍ରତି ଆଗ୍ରହୀ ହେବେ। ବନ୍ଧୁବାନ୍ଧବ କିମ୍ବା ସହକର୍ମୀଙ୍କୁ ଧାର କରଜ ଦେଇ ମନସ୍ତାପ କରିପାରନ୍ତି। ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ତୃତୀୟସ୍ଥ ମଙ୍ଗଳ ଯୋଗୁ ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ମନରେ ଆଲୋଡନ ସୃଷ୍ଟି କରିବ। ଅସାବଧାନତା ବଶତଃ ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ। କର୍ମକ୍ଷେତ୍ରକୁ ଯିବା ସମୟରେ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ଆଜି ଚତୁର୍ଥସ୍ଥାନରେ କେତୁ ଥିବାରୁ ପାରିବାରିକ ଅସ୍ଥିରତା ଓ ଅଶାନ୍ତି ହେତୁ ମନ ଭଲ ରହିବ ନାହିଁ। ସପ୍ତମସ୍ଥ ଶୁକ୍ରଜନିତ ବନ୍ଧୁ ସମ୍ପର୍କ ଯୋଡିବାକୁ ଚେଷ୍ଟା କଲେ ଉପକୃତ ହେବେ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାକୁ ନିଷ୍ପତ୍ତି ନେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ କୌଣସି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଏକାଦଶରେ ଷଷ୍ଠାଧିପ ଥିବାରୁ ଯେଉଁ ଆଶା ନେଇ ଯିବେ ପ୍ରତିବଦଳରେ କିଛି ପାଇବେ ନାହିଁ। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତି କିଛି ସାହାଯ୍ୟ କରିବେ। ବାଣିଜ୍ୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ। ବନ୍ଧୁଙ୍କ ସହ ସାଧାରଣ ଯୁକ୍ତିତର୍କରୁ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ସି˚ହ
ସି˚ହ
ଗତକାଲିର ଘଟଣା ବିଷୟରେ ଚିନ୍ତା କରି ମନରେ ସରସତା ରହିବନାହିଁ। ମଘାର ସକାଳୁ ସକାଳୁ କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସି ହୋଇଯାଇପାରେ। ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ବିରତ ରହିଲେ ଭଲ। ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କାମର ସମୀକ୍ଷା କରିବେ। ମଙ୍ଗଳ ଦୃଷ୍ଟ ଶନିଙ୍କ ଯୋଗୁ ପିଲାଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବ। ପଡ଼ୋଶୀଙ୍କ ସହାୟତାରେ ପରିବାର ଭିତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
କର୍ମଭାବରେ ଧନାଧିପ ଥିବାରୁ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି ଲାଭବାନ୍‌ ହେବେ। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବାର ଆଶା ରହିଛି। ସନ୍ତାନଙ୍କ ସ୍ବାସ୍ଥ୍ୟହାନି କାରଣରୁ ବିଚଳିତ ହୋଇପାରନ୍ତି।
ବିଛା
ବିଛା
କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଉପକାର କରିଥିବା ବ୍ୟକ୍ତିଙ୍କ ଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହୋଇପଡିବ। ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ଅନୁରାଧା ନକ୍ଷତ୍ର ରୋଗ, ଋଣରୁ ରକ୍ଷା ପାଇବାର ପରିକଳ୍ପନା କରିପାରନ୍ତି।
ଧନୁ
ଧନୁ
ଘରର ପରିସ୍ଥିତି ଆପଣଙ୍କ ଚିନ୍ତାର କାରଣ ହେବ। ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଆଲୋଚନା ପରିସରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଉତ୍ତରାଷାଢ଼ା ନକ୍ଷତ୍ର ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି।
ମକର
ମକର
ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ପରିବହନ, ବ୍ୟବସାୟରେ ଉନ୍ନତି ଘଟିଲେ ମଧ୍ୟ ନିର୍ମାଣାଧୀନ କାମଟି ଆଜି କରିପାରିବେ ନାହିଁ। ବନ୍ଧୁଙ୍କଠାରୁ ଗୁଜବ ଶୁଣିବା ପରେ ମନରେ ଭାବାନ୍ତର ସୃଷ୍ଟି ହେବ। ଧନିଷ୍ଠା ବେଳକାଳ ଉଣ୍ଡି ଠିକଣା ସମୟରେ ଉଚିତ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ର ନକ୍ଷତ୍ରର ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ପୂର୍ବପରିକଳ୍ପିତ କାମଟିରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ଯାତ୍ରା, ବାଣିଜ୍ୟ, ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ। ଧୀର ପାଣି ପଥର କାଟିବା ନ୍ୟାୟରେ କାମ କରିବେ ଓ ସଫଳ ମଧ୍ୟ ହେବେ।
ମୀନମୀନ

ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ସମାଲୋଚନା କରିପାରନ୍ତି। ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଗୁରୁମଙ୍ଗଳ ଯୋଗରୁ ପରିବାରରେ ଶାନ୍ତି ଓ ସହାବସ୍ଥାନ ସାଙ୍ଗକୁ ନୂତନ ଗୃହଲାଭର ଯୋଗ ଆସିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିପାରନ୍ତି।…

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?