Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୯ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ରର ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ଏହି ସମୟର ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କଲେ ଆଗାମୀ ଆଶା ପୂର୍ଣ୍ଣ ହେବ। ସହକର୍ମୀଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ଆଲୋଚନା ପରିସରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ କରିପାରିବେ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ରର ଅଭାବ ପୂରଣ ଦିଗରେ ସହକର୍ମୀ କିମ୍ବା ପଡ଼ୋଶୀ ସାହାଯ୍ୟ କରିବେ। ଉପରିସ୍ଥ କର୍ମଚାରୀଙ୍କ ଅନୁକମ୍ପାରୁ ସ୍ଥଗିତ କାମ ତ୍ୱରାନ୍ୱିତ କରିବେ। ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ହେତୁ ମନ ହାଲୁକା ହୋଇପାରେ। ପିଲାଙ୍କ ପଢ଼ା ସମସ୍ୟା, ସଭାସମିତିରେ ବିତର୍କଜନିତ ଅସ୍ଥିରତାର ସୂଚନା ରହିଛି।
ମିଥୁନ
ମିଥୁନ
ଆଜିର ପ୍ରତ୍ୟୁଷ ଯାତ୍ରା ଦୀର୍ଘ ଦିନର ଆଶା ଓ ଅଭିଳାଷକୁ ସାକାର କରିବ। ସ୍ବାସ୍ଥ୍ୟରେ ଉନ୍ନତି, ବ୍ୟବସାୟ, ପରିବହନ, ସଭାସମିତି, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଆଜି ଅନୁକୂଳ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା, ପ୍ରେସ୍‌ ପବ୍ଲିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହେବେ।
କର୍କଟ
କର୍କଟ
ଏକ ନୂତନ ପରିବେଶରେ ଭିନ୍ନ ସ୍ବାଦର ଅନୁଭୂତି ଲାଭ କରିବେ। ବନ୍ଧୁଙ୍କ ସାହାଯ୍ୟରୁ କର୍ମାରମ୍ଭ, ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଦୂରଯାତ୍ରାଜନିତ ମନ ଖୁସି ରହିବ। ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ଅପରାହ୍ନଟି କଟାଇବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ।
ସି˚ହ
ସି˚ହ
ପାରିବାରିକ ସମସ୍ୟା ନେଇ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ। ହାତ ଖାଲି ରହିବା କାରଣରୁ ମନର ସରସତା ଚାଲିଯିବ। କଳା, ସାହିତ୍ୟ, ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟରେ ନିୟୋଜିତ ହେବେ। କର୍ମକ୍ଷେତ୍ରରେ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ଅଧୁରା କାମକୁ ସମ୍ପନ୍ନ ଲାଗି ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କନ୍ୟା
ପାରିବେଶିକ ବ୍ୟତିକ୍ରମ କର୍ମକ୍ଷେତ୍ରର ଯୋଜନାକୁ ବଦଳାଇ ଦେଇପାରେ। ହଠାତ୍‌ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ବିବାଦର ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ଦୂରଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ପ୍ରକାରର କଟୁ କଥା କହିପାରନ୍ତି।
ତୁଳା
ତୁଳା
ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାର ଯୋଜନା କରିବେ। ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବା ସହ ବନ୍ଧୁଙ୍କ କଥାରେ ଦର୍ଶନୀୟ ସ୍ଥାନ ଭ୍ରମଣ ପାଇଁ ମନ ବଳାଇବେ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ସଭା ସମିତି କିମ୍ବା ଆଲୋଚନା କ୍ଷେତ୍ରରେ ନିଷ୍ପତ୍ତି ବଦଳିଯାଇପାରେ।
ବିଛା
ବିଛା
ସାଧାରଣ କଥାରେ ମନରେ ବିରକ୍ତି ଜାଗ୍ରତ ହେବା ସହ କଥାଭାଷାର କଠୋରତା ସମ୍ପର୍କକୁ ହ୍ରାସ କରାଇବ। ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନାଦିରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ନିର୍ମାଣ, ପ୍ଲଟିଂ ବ୍ୟବସାୟ କ୍ଷେତ୍ରରେ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିବାର ଆଶଙ୍କା ରହିଛି। ଅର୍ଥନୈତିକ ଦୃଷ୍ଟିକୋଣରୁ ଦିନଟି ଶୁଭଙ୍କରୀ ରହିବ। ବ୍ୟବସାୟ, ଆଲୋଚନା, ଯାତ୍ରା କ୍ଷେତ୍ରରେ ଠିକ୍‌ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ପାରିବାରିକ କ୍ଷେତ୍ରରେ ହଠାତ୍‌ ପ୍ରତିକ୍ରିୟାଶୀଳ ହେବା ନାହିଁ।
ମକର
ମକର
ଆଜି ସତର୍କତା ଅଭାବରୁ ଧନହାନି, କଳହ କିମ୍ବା ସମସ୍ୟାର ସାମ୍ନା କରିବାକୁ ପଡ଼ିପାରେ। ଏହା ସଙ୍ଗକୁ ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ନିର୍ମାଣ ଓ ପରିବହନରେ ସମସ୍ୟା ସୂଚନା ରହିଛି। ଅବହେଳା ଯୋଗୁ କେତେକ କାମରେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ଭୁଲ୍‌ ବୁଝାମଣାରୁ ପାରିବାରିକ ଜୀବନରେ ମନାନ୍ତର ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ଶୁକ୍ରଙ୍କ ଶୁଭ ପ୍ରଭାବରୁ ଗୃହ, ଯାନ ବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ଉପରିସ୍ଥଙ୍କ କୃପାଦୃଷ୍ଟିରୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିପାରେ। ସାଧାରଣ କଥାରୁ ପାରିବାରିକ ଅଶାନ୍ତି ସୃଷ୍ଟି ସୂଚନା ରହିଛି।
ମୀନମୀନ
କୌଣସି କ୍ଷେତ୍ରରୁ ଆଶାଜନକ ଅର୍ଥ, ସମ୍ମାନ, ବସ୍ତ୍ର ଭୂଷଣାଦି ପ୍ରାପ୍ତି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ଦ୍ୱାରା ଅନୁପ୍ରାଣୀତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ଆର୍ଥିକ ସ୍ଵଚ୍ଛଳତା ସଙ୍ଗକୁ ପଦସ୍ଥ ବ୍ୟକ୍ତିଙ୍କ ସହାୟତାରୁ ସାନ୍ନିଧ୍ୟ ଲାଭରୁ ଖୁସି ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?