Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୨୯ ତାରିଖ – Daily Horoscope

ମେଷ
ଆଜିର ଯାତ୍ରାରେ ଅଭିଳଷିତ ଫଳ ମିଳିବ। ପାରିବାରିକ ସ୍ତରରେ ଜମିଜମାକୁ ନେଇ ଟଣା ଓଟରା ବଢ଼ିପାରେ। ଅ-ନାମାକ୍ଷର ବ୍ୟକ୍ତିଙ୍କ ପାଇଁ ଶାରୀରିକ ଅସୁସ୍ଥତା କେତେକ ପ୍ରତିବନ୍ଧକର କାରଣ ହୋଇପାରେ। ସର୍ବଦା ଅନ୍ୟମନସ୍କ ରହିବା କାରଣରୁ କେତେକ ବ୍ୟତିକ୍ରମ ସୃଷ୍ଟିହେବାର ସମ୍ଭାବନା ରହିଛି।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟହେବେ। ଆର୍ଥିକ ସମସ୍ୟା ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ବ-ନାମାକ୍ଷର ବ୍ୟକ୍ତିଙ୍କ ପରିବାରବର୍ଗଙ୍କ ସହ ସୁଖଭ୍ରମଣ ଯୋଗ ରହିଛି।
ମିଥୁନ
ମିଥୁନ
ଆଜି ପାରିବାରିକ ସମସ୍ୟା ନିୟନ୍ତ୍ରଣାଧୀନ ରହିବା କାରଣରୁ ମାନସିକ ଶାନ୍ତି ଅବ୍ୟାହତ ରହିବ। ଅନ୍ୟମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବେ। କିଛି ଲୋଭନୀୟ ପ୍ରତିଶ୍ରୁତି ଦେଇ କୌଣସି ବ୍ୟକ୍ତି ନିଜର କରିବାକୁ ଚେଷ୍ଟା କରିବେ। ଘ-ନାମାକ୍ଷର ବ୍ୟକ୍ତି ହଜି ଯାଇଥିବା ଜିନିଷ କିମ୍ବା ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖବର ପାଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ପ୍ରତିବନ୍ଧକକୁ ସାମ୍‌ନା କରିବାକୁ ପଡ଼ିବ। ପରିବାରରେ ଅନାବଶ୍ୟକ ଖର୍ଚ୍ଚ ସାଙ୍ଗକୁ ବିଭିନ୍ନ ପ୍ରକାର ବିଳମ୍ବିତ କର୍ମ ଲାଗି ଚିନ୍ତିତ ରହିବେ। ଅଫିସ୍‌ କାମରେ ଆକସ୍ମିକ ଭାବେ ଦୂରଯାତ୍ରା କରିବାକୁ ପଡ଼ିପାରେ। ହେ-ନାମାକ୍ଷର ବ୍ୟକ୍ତିମାନେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
ସି˚ହ
ସି˚ହ
ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ। ଯେଉଁ ବନ୍ଧୁଟି ସାଧାରଣ କଥାରେ ଅଭିମାନ କରି କଥାବାର୍ତ୍ତା କରୁ ନ ଥିଲା ସେ ହଠାତ୍‌ ଆପଣଙ୍କୁ ମିଶିବାର ପ୍ରଯତ୍ନ କରିବ। ଆର୍ଥତ୍କ ସଙ୍କଟ ନିରାକରଣ ପାଇଁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ମ-ନାମାକ୍ଷର ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ମନ ଖୁସି ରହିବ।
କନ୍ୟା
ଆଜି ଆପଣଙ୍କ କର୍ମକ୍ଷେତ୍ର, ପରିବହନ, ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ। ଭଲ ଚିନ୍ତା କରିଥିବା କାମଗୁଡ଼ିକ ବାସ୍ତବରେ ଓଲଟା ହେବ। ପୂ-ନାମାକ୍ଷର ବ୍ୟକ୍ତିମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଅସାବଧାନତାରୁ ଦ୍ରବ୍ୟନଷ୍ଟ କିମ୍ବା ଧନହାନି ଘଟିପାରେ।
ତୁଳା
ତୁଳା
ପରିବାର ଭିତରେ ଅର୍ଥ ସମସ୍ୟାକୁ କେନ୍ଦ୍ରକରି ଟେନ୍‌ସନ ବଢ଼ିଯିବ। ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବନ୍ଧୁମାନେ ଅସହଯୋଗ କରିବା କାରଣରୁ କେତେକ ସମସ୍ୟା ସୃଷ୍ଟି ହୋଇପାରେ। ରୁ-ନାମାକ୍ଷର ବ୍ୟକ୍ତି ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ବିଛା
ବିଛା
ସମସ୍ୟାଗୁଡ଼ିକ ନିୟନ୍ତ୍ରଣ ମଧ୍ୟରେ ରହିଲେ ମଧ୍ୟ ମନ ଭାରାକ୍ରାନ୍ତ ରହିପାରେ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ନ-ନାମାକ୍ଷର ବ୍ୟକ୍ତିମାନେ ନିକଟ ସମ୍ପର୍କୀୟଙ୍କ କାମରେ ମୁଣ୍ଡ ପୂରାନ୍ତୁ ନାହିଁ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଭ-ନାମାକ୍ଷର ବ୍ୟକ୍ତିମାନେ ସାମାଜିକ ସ୍ତରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର
ଦେହ ଭଲ ରହିଲେ ମଧ୍ୟ କ୍ରନିକ୍‌ ରୋଗପୀଡ଼ା ପାଇବେ। ଖ-ନାମାକ୍ଷର ବ୍ୟକ୍ତିମାନଙ୍କର କର୍ମକ୍ଷେତ୍ରରେ ସମ୍ମାନ୍‌ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କେତେକ ଆକସ୍ମିକ ସମସ୍ୟା ଉପୁଜିବାରୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ଯେକୌଣସି କାମ ହେଉନା କାହିଁକି, ଆପଣ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ସାମାଜିକ ସ୍ତରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ଶ-ନାମାକ୍ଷର ବ୍ୟକ୍ତିଙ୍କର ଅଫିସ୍‌ରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମୀନମୀନ

ବନ୍ଧୁଙ୍କ ସହ ଆଲୋଚନା କାଳରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଦ-ନାମାକ୍ଷର ବ୍ୟକ୍ତିମାନଙ୍କର ଦୀର୍ଘପଥ ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେବ। ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri