Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ
ଅସୁସ୍ଥ ପାରିବେଶିକ କୁପ୍ରଭାବ ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ସକାଳୁଆ ଯାତ୍ରା ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବ। ଅଫିସରେ ଉପରିସ୍ଥଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ।
ବୃଷ
ବୃଷ
ସ୍ବାସ୍ଥ୍ୟ ବିଶେଷ ଭଲ ନ ଥିଲେ ମଧ୍ୟ ଗୁରୁତର ସମସ୍ୟା ରହିବ ନାହିଁ। ଆର୍ଥିକ ଅଭାବ ଓ ଅନଟନକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ବନ୍ଧୁ ମିଳନ, କଳା, ସାହିତ୍ୟ, ସଭା ସମିତିରେ ସମ୍ମାନିତ ହେବେ।
ମିଥୁନ
ମିଥୁନ
ନିଜର ସହନଶୀଳତା ଓ ଉଦାରତା ଗୁଣରୁ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ,ନତୁବା ପରେ ଅନୁତାପ କରିବାକୁ ପଡ଼ିପାରେ। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ ବିନା କାରଣରେ କ୍ରୋଧ ପ୍ରକାଶ କରିପାରନ୍ତି। ସହକର୍ମୀଙ୍କ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ରକରି ଅନର୍ଥ ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୁଭଚିନ୍ତା ସ୍ବରୂପ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ। ବିଗତ ଦିନମାନଙ୍କରୁ ରହିଯାଇଥିବା କାମଗଡ଼ିକ ସହଜ ଓ ସୁବିଧାରେ ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ସି˚ହ
ସି˚ହ
ଅସନ୍ତୁଳନ କଥାବାର୍ତ୍ତାରୁ ବିଭିନ୍ନ ସମସ୍ୟା ଜାଲରେ ଛନ୍ଦିହୋଇ ପଡ଼ିବେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ କାମଗୁଡ଼ିକ ସୁବିଧାରେ ହୋଇପାରିବ ନାହିଁ। ରାଜନୀତି ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ, ଜମିଜମା, କଳକାରଖାନା, ସଭାସମିତିରେ ସଫଳତା ଅର୍ଜନ କରିବେ।
କନ୍ୟା
କାମଗୁଡ଼ିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀକରି ବିରକ୍ତି ପ୍ରକାଶ କରିବେ। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ ଯାହା କାମକୁ ଆସିବନାହିଁ। ନିଜର ଆତ୍ମୀୟସ୍ବଜନଙ୍କ ସମସ୍ୟା ପାଇଁ ଚିନ୍ତା ବଢ଼ିପାରେ। ଅର୍ଥ ଲାଭରୁ କିମ୍ବା କଳ୍ପନାର ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ।
ତୁଳା
ତୁଳା
ଆପଣ ଆଜି ନିଜ ଲୋକଙ୍କ ଉପରେ ଭରସା କରି ପାରିବେ ନାହିଁ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ,ଅନ୍ୟଥା କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିବ। ସଭାସମିତିରେ ଯୋଗଦେଲେ ପ୍ରଶଂସିତ ହେବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ।
ବିଛା
ବିଛା
କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଅଫିସ୍‌ କାମରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅଫିସ୍‌ରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି।
ଧନୁ
ଧନୁ
କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ। ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇପାରେ,ଯାହାକି ଚିନ୍ତା ବୃଦ୍ଧି କରିବ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ।
ମକର
ମକର
କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ପରୋକ୍ଷ ଶତ୍ରୁତା କାରଣରୁ କାମ ହାସଲରେ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇପାରନ୍ତି। କୌଶଳ ପ୍ରୟୋଗ କରି ନିଜ ଲୋକମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ଆକସ୍ମିକ ଭାବରେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଆକସ୍ମିକ ଦୂର ଯାତ୍ରା କରିବାକୁ ପଡ଼ିପାରେ। ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଜିର ବ୍ୟବସାୟ, ବାଣିଜ୍ୟ ମାନ୍ଦା ହେବ ନାହିଁ।
ମୀନମୀନ
ପରିବାରରେ ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନସନ୍‌ କମିଯିବ। କର୍ମକ୍ଷେତ୍ରରେ ସହଯୋଗ ଭିତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଲାଭଭାବସ୍ଥ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଶୁଭକାର୍ଯ୍ୟର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ ଟଙ୍କାକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?