Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ
ଆଜି ଶନି ଦୃଷ୍ଟ ଚନ୍ଦ୍ର କାରଣରୁ ନିରୁତ୍ସାହ ହୋଇପାରନ୍ତି। ଉତ୍ତମ ବୁଝାମଣା କାରଣରୁ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଆନୁଷ୍ଠାନିକ କ୍ଷେତ୍ରରୁ ଏବଂ କ୍ରୀଡ଼ା ଚଳଚ୍ଚିତ୍ର କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ ଏବଂ ଆତ୍ମୀୟ ସ୍ୱଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ।
ବୃଷ
ବୃଷ
ଅବହେଳା କାରଣରୁ ଅଟକି ରହିଥିବା କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। କଚେରି ମାମଲା, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସିଯାଇ କାମ କଲେ ଅପଦସ୍ଥ ହେବେ। ଭଲ କରିବାକୁ ଯାଇ କେବଳ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବନି। ବ୍ୟବସାୟ କ୍ଷେତ୍ରରେ ଆଶାଜନକ ଫଳ ପାଇବାରୁ ମନ ଖୁସି ରହିପାରେ। ଘରୋଇ ସମସ୍ୟା ସମାଧାନ ସକାଶେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଯଥାସାଧ୍ୟ କାର୍ଯ୍ୟ ସମ୍ପନ୍ନ କରିଥିଲେ ମଧ୍ୟ ପ୍ରଶଂସା ପାଇବେ ନାହିଁ। ଆଜି ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଅଭିଯୋଗ ଆସିପାରେ। ଘରୋଇ କଥାରେ କିଛି ମତ ପାର୍ଥକ୍ୟ ସୃଷ୍ଟି ହେବାରୁ ସ୍ତ୍ରୀ/ସ୍ବାମୀଙ୍କ ସହ ମତଭେଦ ଘଟିବାର ସୂଚନା ରହିଛି। ବନ୍ଧୁମାନଙ୍କ ସହାୟତାରେ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ।
ସି˚ହ
ସି˚ହ
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ପାଇବେ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନ ଯିବାକୁ ବାଧ୍ୟ ହେବେ। ଅଶ୍ଳେଷା ନକ୍ଷତ୍ରର ପୃଷ୍ଠପୋଷକତା ଅଭାବରୁ କାମ ସୁବିଧାରେ ହେବ ନାହିଁ। କୌଣସି ଲୋକର ଚାପରେ ଧୀରେ ସୁସ୍ଥେ କାମ କରିବାକୁ ବାଧ୍ୟ ହେବେ। ରୋଗ, ଋଣ ଓ ଶତ୍ରୁ ଉପଦ୍ରବ ହ୍ରାସ ପାଇବ।
କନ୍ୟା
କର୍ମକ୍ଷେତ୍ରରେ କୌଣସି ସ୍ପର୍ଶକାତର କଥା ସକାଶେ ଟେନ୍‌ସନ ଲାଗି ରହିବ। ସ୍ବତନ୍ତ୍ର ନିମନ୍ତ୍ରଣ ପାଇ ବନ୍ଧୁଙ୍କ ଗୃହକୁ ଯିବା ସକାଶେ ସଜବାଜ ହୋଇ ପାରନ୍ତି। ରୋଗଣା ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବା କାରଣରୁ ହସ୍ତା ନକ୍ଷତ୍ର ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଅନ୍ୟମନସ୍କତା କାରଣରୁ ବ୍ୟବସାୟ କ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି।
ତୁଳା
ତୁଳା
ଆସନ୍ତାକାଲିର କାର୍ଯ୍ୟ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ବନ୍ଧୁଙ୍କ ନିକଟରୁ ବାଧିଲାଭଳି କଥା ଶୁଣିପାରନ୍ତି। କୌଣସି ବିବାଦୀୟ ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି। ଦିନଟିରେ ମାତ୍ରାଧିକ ଭ୍ରମଣ ଯୋଗୁ ସାୟାହ୍ନରେ କ୍ଳାନ୍ତି ଅନୁଭବ କରିବେ।
ବିଛା
ବିଛା
ମାନସିକ ଅଶାନ୍ତି କାରଣରୁ ପାରିବାରିକ କ୍ଷେତ୍ରରେ ବ୍ୟସ୍ତ ରହିପାରନ୍ତି। କଳା, ସାହିତ୍ୟ ଓ ବନ୍ଧୁମିଳନ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ଜ୍ୟେଷ୍ଠା ନକ୍ଷତ୍ର ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିର୍ମାଣ, ମାଲି ମକଦ୍ଦମା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତିରେ ଜୟଯୁକ୍ତ ହୋଇପାରନ୍ତି।
ଧନୁ
ଧନୁ
ଆଜି ଅର୍ଥ ଲାଭ ସାଙ୍ଗକୁ ବନ୍ଧୁଙ୍କ ବଦାନ୍ୟତାରୁ ସମ୍ମାନ ମଧ୍ୟ ପାଇବେ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବାକୁ ଚେଷ୍ଟା କରି ମଧ୍ୟ କିଛି ଲାଭ ପାଇବେ ନାହିଁ। ଦୀର୍ଘ ଦିନରୁ ଭିତରେ ଭିତରେ କୁହୁଳୁଥିବା ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ପୂର୍ବାଷାଢ଼ା ନକ୍ଷତ୍ର ଯାନବାହନ ଚଳାଚଳରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।
ମକର
ମକର
ଆଜିର କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ନିଜର ଭାବାବେଗକୁ ରୋକି ପାରିବେ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ, ମାତ୍ର ବହୁତ ହଇରାଣ ହେବାକୁ ପଡ଼ିବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିଲେ ମଧ୍ୟ ବିଶେଷ ଖୁସୀ ହୋଇପାରିବେ ନାହିଁ। ମନଟା କେଜାଣି କାହିଁକି ଏକ ଅଜଣା ଆଶଙ୍କାରେ ଉଦ୍‌ବେଳିତ ହୋଇପାରେ।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସଂଯମ ରକ୍ଷା ନ କଲେ ବିବାଦକୁ ଟାଣି ହୋଇପାରନ୍ତି। ଗତକାଲିର କୌଣସି ଘଟଣାକୁ ନେଇ ଆଜି ମନଟା ଭାରାକ୍ରାନ୍ତ ରହିବ। ଶତଭିଷା ନକ୍ଷତ୍ରର ନିର୍ମାଣାଦି କାମରେ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ। କର୍ମକ୍ଷେତ୍ରରେ ତଥା ମାଙ୍ଗଳିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।
ମୀନମୀନ
ପରିବାରର ଆର୍ଥିକ ଅନଟନ ଓ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ସାମାଜିକ ସ୍ତରରେ ପ୍ରତିରୋଧଜନିତ କେତେକ କାମ ବିଶୃଙ୍ଖଳିତ ରହିପାରେ। କର୍ମ କ୍ଷେତ୍ରରେ କୌଣସି ଅପ୍ରୀତିକର ପରିସ୍ଥିତିର ସମ୍ଭାବନା ରହିଛି। ରେବତୀ ନକ୍ଷତ୍ରର ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। କାର୍ଯ୍ୟ ବ୍ୟସ୍ତତା ଭିତରେ ସମୟ ଅତିବାହିତ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri