Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ
ଆଜି ଶନି ଦୃଷ୍ଟ ଚନ୍ଦ୍ର କାରଣରୁ ନିରୁତ୍ସାହ ହୋଇପାରନ୍ତି। ଉତ୍ତମ ବୁଝାମଣା କାରଣରୁ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଆନୁଷ୍ଠାନିକ କ୍ଷେତ୍ରରୁ ଏବଂ କ୍ରୀଡ଼ା ଚଳଚ୍ଚିତ୍ର କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ ଏବଂ ଆତ୍ମୀୟ ସ୍ୱଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ।
ବୃଷ
ବୃଷ
ଅବହେଳା କାରଣରୁ ଅଟକି ରହିଥିବା କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। କଚେରି ମାମଲା, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସିଯାଇ କାମ କଲେ ଅପଦସ୍ଥ ହେବେ। ଭଲ କରିବାକୁ ଯାଇ କେବଳ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବନି। ବ୍ୟବସାୟ କ୍ଷେତ୍ରରେ ଆଶାଜନକ ଫଳ ପାଇବାରୁ ମନ ଖୁସି ରହିପାରେ। ଘରୋଇ ସମସ୍ୟା ସମାଧାନ ସକାଶେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଯଥାସାଧ୍ୟ କାର୍ଯ୍ୟ ସମ୍ପନ୍ନ କରିଥିଲେ ମଧ୍ୟ ପ୍ରଶଂସା ପାଇବେ ନାହିଁ। ଆଜି ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଅଭିଯୋଗ ଆସିପାରେ। ଘରୋଇ କଥାରେ କିଛି ମତ ପାର୍ଥକ୍ୟ ସୃଷ୍ଟି ହେବାରୁ ସ୍ତ୍ରୀ/ସ୍ବାମୀଙ୍କ ସହ ମତଭେଦ ଘଟିବାର ସୂଚନା ରହିଛି। ବନ୍ଧୁମାନଙ୍କ ସହାୟତାରେ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ।
ସି˚ହ
ସି˚ହ
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ପାଇବେ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନ ଯିବାକୁ ବାଧ୍ୟ ହେବେ। ଅଶ୍ଳେଷା ନକ୍ଷତ୍ରର ପୃଷ୍ଠପୋଷକତା ଅଭାବରୁ କାମ ସୁବିଧାରେ ହେବ ନାହିଁ। କୌଣସି ଲୋକର ଚାପରେ ଧୀରେ ସୁସ୍ଥେ କାମ କରିବାକୁ ବାଧ୍ୟ ହେବେ। ରୋଗ, ଋଣ ଓ ଶତ୍ରୁ ଉପଦ୍ରବ ହ୍ରାସ ପାଇବ।
କନ୍ୟା
କର୍ମକ୍ଷେତ୍ରରେ କୌଣସି ସ୍ପର୍ଶକାତର କଥା ସକାଶେ ଟେନ୍‌ସନ ଲାଗି ରହିବ। ସ୍ବତନ୍ତ୍ର ନିମନ୍ତ୍ରଣ ପାଇ ବନ୍ଧୁଙ୍କ ଗୃହକୁ ଯିବା ସକାଶେ ସଜବାଜ ହୋଇ ପାରନ୍ତି। ରୋଗଣା ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବା କାରଣରୁ ହସ୍ତା ନକ୍ଷତ୍ର ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଅନ୍ୟମନସ୍କତା କାରଣରୁ ବ୍ୟବସାୟ କ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି।
ତୁଳା
ତୁଳା
ଆସନ୍ତାକାଲିର କାର୍ଯ୍ୟ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ବନ୍ଧୁଙ୍କ ନିକଟରୁ ବାଧିଲାଭଳି କଥା ଶୁଣିପାରନ୍ତି। କୌଣସି ବିବାଦୀୟ ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି। ଦିନଟିରେ ମାତ୍ରାଧିକ ଭ୍ରମଣ ଯୋଗୁ ସାୟାହ୍ନରେ କ୍ଳାନ୍ତି ଅନୁଭବ କରିବେ।
ବିଛା
ବିଛା
ମାନସିକ ଅଶାନ୍ତି କାରଣରୁ ପାରିବାରିକ କ୍ଷେତ୍ରରେ ବ୍ୟସ୍ତ ରହିପାରନ୍ତି। କଳା, ସାହିତ୍ୟ ଓ ବନ୍ଧୁମିଳନ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ଜ୍ୟେଷ୍ଠା ନକ୍ଷତ୍ର ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିର୍ମାଣ, ମାଲି ମକଦ୍ଦମା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତିରେ ଜୟଯୁକ୍ତ ହୋଇପାରନ୍ତି।
ଧନୁ
ଧନୁ
ଆଜି ଅର୍ଥ ଲାଭ ସାଙ୍ଗକୁ ବନ୍ଧୁଙ୍କ ବଦାନ୍ୟତାରୁ ସମ୍ମାନ ମଧ୍ୟ ପାଇବେ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବାକୁ ଚେଷ୍ଟା କରି ମଧ୍ୟ କିଛି ଲାଭ ପାଇବେ ନାହିଁ। ଦୀର୍ଘ ଦିନରୁ ଭିତରେ ଭିତରେ କୁହୁଳୁଥିବା ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ପୂର୍ବାଷାଢ଼ା ନକ୍ଷତ୍ର ଯାନବାହନ ଚଳାଚଳରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।
ମକର
ମକର
ଆଜିର କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ନିଜର ଭାବାବେଗକୁ ରୋକି ପାରିବେ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ, ମାତ୍ର ବହୁତ ହଇରାଣ ହେବାକୁ ପଡ଼ିବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିଲେ ମଧ୍ୟ ବିଶେଷ ଖୁସୀ ହୋଇପାରିବେ ନାହିଁ। ମନଟା କେଜାଣି କାହିଁକି ଏକ ଅଜଣା ଆଶଙ୍କାରେ ଉଦ୍‌ବେଳିତ ହୋଇପାରେ।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସଂଯମ ରକ୍ଷା ନ କଲେ ବିବାଦକୁ ଟାଣି ହୋଇପାରନ୍ତି। ଗତକାଲିର କୌଣସି ଘଟଣାକୁ ନେଇ ଆଜି ମନଟା ଭାରାକ୍ରାନ୍ତ ରହିବ। ଶତଭିଷା ନକ୍ଷତ୍ରର ନିର୍ମାଣାଦି କାମରେ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ। କର୍ମକ୍ଷେତ୍ରରେ ତଥା ମାଙ୍ଗଳିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।
ମୀନମୀନ
ପରିବାରର ଆର୍ଥିକ ଅନଟନ ଓ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ସାମାଜିକ ସ୍ତରରେ ପ୍ରତିରୋଧଜନିତ କେତେକ କାମ ବିଶୃଙ୍ଖଳିତ ରହିପାରେ। କର୍ମ କ୍ଷେତ୍ରରେ କୌଣସି ଅପ୍ରୀତିକର ପରିସ୍ଥିତିର ସମ୍ଭାବନା ରହିଛି। ରେବତୀ ନକ୍ଷତ୍ରର ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। କାର୍ଯ୍ୟ ବ୍ୟସ୍ତତା ଭିତରେ ସମୟ ଅତିବାହିତ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri