Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୨ ତାରିଖ – Daily Horoscope

ମେଷ
ଆଜି ଅଶ୍ୱିନୀ ନକ୍ଷତ୍ରର ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଏବଂ ଆଦର୍ଶବାଦୀ ହୋଇ ପ୍ରଶଂସିତ ହେବେ।
ବୃଷ
ବୃଷ
ମୃଗଶିରା ନକ୍ଷତ୍ରର ବହୁ ବିଳମ୍ବରେ ହେଲେ ମଧ୍ୟ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ। କୌଣସି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ। ବ୍ୟବସାୟ,ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଭାସମିତି ଓ ସାହିତ୍ୟ, ସାମ୍ବାଦିକତା, ଏଜଜେନ୍‌ଶିପରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଆର୍ଥିକ ଅନଟନ ଆଜିର ମୁଖ୍ୟ ସମସ୍ୟା ହେବା କାରଣରୁ ବିଶେଷ ଚିନ୍ତିତ ହୋଇପାରନ୍ତି। କିନ୍ତୁ ପୁନର୍ବସୁ ନକ୍ଷତ୍ର କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଏକପ୍ରକାର ଭଲ ରହିବ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା ମଧ୍ୟରେ ରହି ଖାଇବା ପିଇବାରେ ଅବହେଳା କରି ନିଜର ସ୍ବାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ। ବ୍ୟବସାୟ ଓ ପରିବହନ କିନ୍ତୁ ଭଲରେ ଚାଲିବ। ପୁଷ୍ୟା ନକ୍ଷତ୍ର ଘରଲୋକଙ୍କୁ ଅବିଶ୍ୱାସ କରିବା ସଙ୍ଗକୁ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। କଚେରି ମାମଲା, ଘରୋଇ ଟେନ୍‌ସନ ଦୂର ହେବ।
ସି˚ହ
ସି˚ହ
ଆଜି ଆକସ୍ମିକ ଭାବରେ କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ମଘା ନକ୍ଷତ୍ରର ଅଫିସ୍‌ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ଜଣେ ବନ୍ଧୁ ଆର୍ଥିକ ସହାୟତାରେ କାମ ହାସଲ କରିପାରିବେ।
କନ୍ୟା
ବିଶେଷ ସୂତ୍ରରୁ ଅର୍ଥଲାଭ କାରଣରୁ ଅଟକି ରହିଥିବା ଆପଣଙ୍କ କାମ ସୁବିଧାରେ ହୋଇଯିବ। ଚିତ୍ରା ନକ୍ଷତ୍ର ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଟେନ୍ସନ ଲାଗିରହିବ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବେ। ସ୍ବାତୀ ନକ୍ଷତ୍ର ଦୀର୍ଘ ଦିନରୁ ସମ୍ପର୍କରେ ଭଟ୍ଟା ପଡିଥିବା ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ। କଳା, ସାହିତ୍ୟ, ରାଜନୀତି, ସାମ୍ବାଦିକତା ଆଇନ କ୍ଷେତ୍ରରୁ ସୁଫଳ ପାଇବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ସାଧାରଣ କଥାରେ ବିରକ୍ତି ପ୍ରକାଶ କରିବା ଦ୍ୱାରା ନିଜ ପାଇଁ ଅନିଷ୍ଟକର ପରିସ୍ଥିତି ସୃଷ୍ଟି କରିପାରେ। ବନ୍ଧୁଙ୍କୁ ସାହାଯ୍ୟ କଲେ ମଧ୍ୟ ପରକ୍ଷଣରେ ନିନ୍ଦିତ ହୋଇପାରନ୍ତି। ସଂଗଠନ, ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମକୁ ଅଣହେଳା କରିପାରିବେ ନାହିଁ। ମୂଳା ନକ୍ଷତ୍ରର ମନ ଭଲ ନ ରହିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାହାଙ୍କ ସଙ୍ଗରେ ଯିବାକୁ ବାଧ୍ୟ ହେବେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ମକର
ମକର
ଶ୍ରବଣା ନକ୍ଷତ୍ରର ମାନସିକ ସ୍ଥିରତା କେତେକାଂଶରେ ଅକ୍ଷୁଣ୍ଣ ରହିବ। କୌଣସି ବ୍ୟକ୍ତି ନିକଟରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।
କୁମ୍ଭ
କୁମ୍ଭ
ଧନିଷ୍ଠା ନକ୍ଷତ୍ରର ପାରସ୍ପରିକ ସହମତିରେ ପରିବାରରେ ଶାନ୍ତି ଫେରି ଆସିବ। ଭଲ ସମ୍ପର୍କ ରଖୁ ନ ଥିବା ବ୍ୟକ୍ତିଙ୍କ ନିକଟରୁ ଆଜି ଦୂରେଇ ରହିବା ଭଲ। ଅଯଥା ବିରକ୍ତି ପ୍ରକାଶ ନ କରି ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ; ଯାହାକି ମୁଣ୍ଡବ୍ୟଥାର କାରଣ ହୋଇପାରେ।
ମୀନମୀନ

ଈର୍ଷାପରାୟଣପୂର୍ବକ ପାଖ ପଡ଼ୋଶୀଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ। ନିକଟ ଅତୀତରେ ବହୁତ ଗୁଡ଼ାଏ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ଆଜି କର୍ମକ୍ଷେତ୍ରର କୌଣସି ନିକଟତମ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ରେବତୀର ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଯାତ୍ରା କିମ୍ବା କଠୋର ପରିଶ୍ରମ ଜନିତ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ସାମାଜିକ ସ୍ତରରେ…

ରାଶିଫଳ: ଗୁରୁବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ ଆଜି ରାଜନୀତି, ଆଇନ, ଅଦାଲତ ତଥା ସାଂଗଠନିକ କାର୍ଯ୍ୟ ଆଲୋଚନାରେ ସଫଳତା ପାଇବେ। କିନ୍ତୁ ଶିକ୍ଷା,ସନ୍ତାନ ଓ ସମ୍ପର୍କ କ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ। ବନ୍ଧୁ…

ରାଶିଫଳ: ବୁଧବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପାରିବାରିକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ଅନୁରୋଧବଶତଃ…

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ ଆଜି ବନ୍ଧୁବାନ୍ଧବ,ସହକର୍ମୀ,ଧାରକରଜ,ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ ଆଶଙ୍କା। ସ୍ୱାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri