Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ
ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। କୃତ୍ତିକା ନକ୍ଷତ୍ର ସକାଶେ ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
ବୃଷ
ବୃଷ
କଥା କଥାକେ ମଉଜିଆ କଥା କହିବାକୁ ନେଇ କଳହ ଲାଗିପାରେ । ଅଫିସରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। କୃତ୍ତିକା ନକ୍ଷତ୍ରର ଅଟକି ରହିଥିବା କାମର ଚିନ୍ତା ଆଜି ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ବେଶ୍‌ ଭଲରେ ଚାଲିବ।
ମିଥୁନ
ମିଥୁନ
ଉଦାରତା ଗୁଣରୁ ନିଜ ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ବିଭିନ୍ନ ଯୋଜନା, ସାଂଗଠନିକ କାର୍ଯ୍ୟ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ପୁନର୍ବସୁର ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ଆଜି ବନ୍ଧୁଙ୍କ ସହ ବିବାଦ ଓ କିଛି ନୂତନ କାମରେ ପ୍ରତିବନ୍ଧକ ହେତୁ ଚିନ୍ତିତ ରହିବେ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ଅଶ୍ଳେଷା ନକ୍ଷତ୍ରଜାତ ବ୍ୟକ୍ତିମାନଙ୍କର ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟ ଓ ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ। ମାତ୍ର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଆଜି ସତକଥା କହି ବିବାଦ ଘେରରେ ପଡ଼ିପାରନ୍ତି। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ଯେତେ ଭଲ କାମ କଲେ ମଧ୍ୟ ଶନିଙ୍କ ପ୍ରଭାବରୁ ସନ୍ଦେହ ଘେରରେ ରହିବେ। ଚିତ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ଲକ୍ଷ୍ୟ ପୂରଣ ଦିଗରେ ଅସହଯୋଗ, ଅସମ୍ମାନ ପାଇ ଦୁଃଖିତ ହେବେ। ଅର୍ଥ କିମ୍ବା ଦେବା ନେବାକୁ କେନ୍ଦ୍ରକରି ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପ୍ରଶାସନ ତଥା ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ତୁଳା
ତୁଳା
ନୂତନ ବନ୍ଧୁ ସମ୍ପର୍କ ଓ ସୁଚିନ୍ତିତ କାର୍ଯ୍ୟଧାରାକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। କୌଣସି ନିର୍ଦ୍ଦିଷ୍ଟ କାରଣ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ସ୍ବାତୀ ନକ୍ଷତ୍ର ପ୍ରିୟ ବନ୍ଧୁଙ୍କର ଅନୁପସ୍ଥିତି ଓ ଦେଖାର ଅଭାବରୁ ବ୍ୟସ୍ତ ରହିବେ।
ବିଛା
ବିଛା
ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା,ସାହିତ୍ୟ,ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ନିଜେ ରହିବା ପରିସରରେ ସାଧାରଣ କଥାକୁ କେନ୍ଦ୍ରକରି ଅପରାହ୍ନରେ ଟେନସନ୍‌ ବଢ଼ିପାରେ। ଅନୁରାଧା ନକ୍ଷତ୍ର ମାତ୍ରାଧିକ ଭ୍ରମଣ ହେତୁକ କ୍ଳାନ୍ତି ଅନୁଭବ କରିପାରନ୍ତି।
ଧନୁ
ଧନୁ
ସହକର୍ମୀଙ୍କ ମନମୁଖି କାରବାର ହେତୁ କର୍ମକ୍ଷେତ୍ରରେ ଅସନ୍ତୋଷର ମାତ୍ରା ବୃଦ୍ଧି ପାଇବ। ଉତ୍ତରାଷାଢ଼ା ନକ୍ଷତ୍ର ଅତି ଦରକାରୀ ଜିନିଷଗୁଡ଼ିକ ପରକୁ ଦେଇ ଅପଦସ୍ତ ହୋଇପାରନ୍ତି। ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବା ସକାଶେ ମନ ବଳାଇବେ। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି।
ମକର
ମକର
ସ୍ବାସ୍ଥ୍ୟ ସମସ୍ୟା ବାରମ୍ବାର ଲାଗିରହୁଥିବାରୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ। ପରିବାରର ଆବଶ୍ୟକତାକୁ ନେଇ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ,ଏହି କାରଣରୁ ପାଖ ମାଡିବେ ନାହିଁ। ଶ୍ରବଣା ନକ୍ଷତ୍ରର ପିତା କିମ୍ବା ମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ।
କୁମ୍ଭ
କୁମ୍ଭ
ଆଜିର ଯାତ୍ରା,ଶୁଭକାର୍ଯ୍ୟାରମ୍ଭ,ସତ୍‌ଚିନ୍ତା ଓ ଶୁଦ୍ଧଭାବନା ମନରେ ଭାବାନ୍ତର ସୃଷ୍ଟି କରିବ। କେତେକ ସଧାରଣ ଅସୁବିଧାକୁ ବାଦ୍‌ ଦେଲେ ଦିନଟିରେ ବହୁତ ଭଲ କାମ କରିବେ। ଶତଭିଷା ନକ୍ଷତ୍ରର ନୂତନ ଜିନିଷ କ୍ରୟ କରିବା ସକାଶେ ପାଇଁ ମନ ବଳିବ। ପରିବାର ମଧ୍ୟରେ ଛୋଟକଥାକୁ ଧରିବସିଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମୀନମୀନ
ଆଜି କର୍ମକ୍ଷେତ୍ରରୁ ଫେରିଲା ସମୟକୁ ଘରର ଅଶାନ୍ତ ପରିବେଶ ଶାନ୍ତ ପଡ଼ିଯାଇଥିବ। ପୂର୍ବଭାଦ୍ରବ ନକ୍ଷତ୍ର ସଭାସମିତିରେ ମିଠା କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ବନ୍ଧୁଙ୍କୁ ଭେଟି କାଲିର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri