Posted inRasifala

ରାଶିଫଳ: ବୁଧବାର, ଫେବୃୟାରୀ ୨ ତାରିଖ – Daily Horoscope

ମେଷ
ଆଜିର ତାରିଖରେ ତିନୋଟି ଶୂନ ଓ ଚାରୋଟି ଦୁଇ, ସଂଖ୍ୟାତତ୍ତ୍ୱରୁ ଶୁଭଙ୍କରୀ ହେବାର ସୂଚନା ମିଳେ। ଯାତ୍ରା, ଅର୍ଥନୈତିକ କାରବାର, ଚାକିରି କ୍ଷେତ୍ରର ସମସ୍ୟା ସୁଧୁରି ଯିବ। କୃତ୍ତିକା ନକ୍ଷତ୍ରର ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ଆଶା ରହିଛି। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ର ସକାଶେ ଦିନଟି ସାମଗ୍ରିକ ଦିଗରୁ ଖୁସିରେ ଅତିବାହିତ ହେବ। ପାପଗ୍ରହ ଯୁକ୍ତ ଚନ୍ଦ୍ର ହେତୁ ବନ୍ଧୁଙ୍କ ସହ ମନୋମାଳିନ୍ୟରୁ ଉଦାସ ରହିବେ। କର୍ମ କ୍ଷେତ୍ରରେ କାହାକୁ କଅଣ କହିବେ କିମ୍ବା ନ କହିବେ ଏହି ଚିନ୍ତାରେ ମନ ଉଦ୍‌ବେଳିତ ହୋଇପାରେ। ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି।
ମିଥୁନ
ମିଥୁନ
ମଙ୍ଗଳ ଯୁକ୍ତ ଶୁକ୍ର ପ୍ରଭାବରେ ପରିବାରରେ ଖର୍ଚ୍ଚଭାର ବୃଦ୍ଧି ଦୁଶ୍ଚିନ୍ତାର କାରଣ ହୋଇପାରେ। ଅସ୍ଥିର ମନ ହେତୁ ବ୍ୟବହାରରେ ସଂଯମତା ହରାଇବେ। ପୁନର୍ବସୁ ନକ୍ଷତ୍ର ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିବ ଏବଂ ନିର୍ଦ୍ଦିଷ୍ଟ ଦିଗରୁ ଅର୍ଥ ପାଇବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।
କର୍କଟ
କର୍କଟ
ପୁଷ୍ୟା ନକ୍ଷତ୍ର କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବେ ସାମ୍ନା କରିପାରିବେ। ବନ୍ଧୁଙ୍କ ପରାମର୍ଶରେ ଅର୍ଥଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ବାସ୍ଥ୍ୟସମସ୍ୟା ଓ କାର୍ଯ୍ୟହାନି କାରଣରୁ କେତେକ ଭୁଲ୍‌ କରିବେ। ନିଜ ସହ ମିଳିମିଶି କାମ କରୁଥିବା ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ମଘା ନକ୍ଷତ୍ର ସକାଶେ ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟଳାପ ଅସନ୍ତୋଷ ସୃଷ୍ଟି କରିପାରେ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିବା ଭଲ ହେବ। ଆଜିର ସକାଳୁଆ ଯାତ୍ରାରେ ସଫଳତା ମିଳିବ ତଥାପି କାମର ଚାପ ବହୁତ ବଢ଼ିଯିବ। ଆଇନ ଅଦାଲତର ରାୟ ସପକ୍ଷରେ ଯିବାର ସମ୍ଭାବନା ରହିଛି।
କନ୍ୟା
ପରିବାର ଭିତରେ କିଛିଟା ଗୋଳମାଳିଆ ପରିସ୍ଥିତି କର୍ମକ୍ଷେତ୍ର ସକାଶେ ବାଧକ ସାଜିପାରେ। ଚିତ୍ରା ନକ୍ଷତ୍ର ସକାଶେ ପିଲାଙ୍କ କଳହକୁ କେନ୍ଦ୍ରକରି ଅନ୍ୟ ମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିବ। ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଘରେ ମୂଲ୍ୟବାନ୍‌ ସାମଗ୍ରୀ କ୍ରୟ କରିପାରନ୍ତି।
ତୁଳା
ତୁଳା
ଆଜି ସ୍ବାତୀ ନକ୍ଷତ୍ରର କର୍ମାରମ୍ଭ ପାଇଁ ଶୁଭପ୍ରଦ ହେଲେ ମଧ୍ୟ ସମ୍ପର୍କୀୟଙ୍କ ବିରୁଦ୍ଧାଚରଣ ସମସ୍ୟା ସୃଷ୍ଟି କରିବ। ବନ୍ଧୁଙ୍କ ନିକଟରୁ ପାଇବାକୁ ଥିବା ଅର୍ଥ ଲାଗି କଳହର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ରହିଥିବା କାରଣରୁ ବହୁତ ଗୁଡ଼ାଏ କାମ ହାତକୁ ନେଇ ବ୍ୟଥିତ ହେବେ। ବନ୍ଧୁ ଗହଣରେ ମଉଜିଆ କଥା କହି ପ୍ରଶଂସିତ ହେବେ ।
ବିଛା
ବିଛା
ଆଜିର ଗ୍ରହଯୋଗ ଆପଣଙ୍କ ବନ୍ଧୁଦର୍ଶନର ସୁଯୋଗ ପ୍ରଦାନ କରିବ। ଆପଣଙ୍କ ସୁଚିନ୍ତିତ ନିଷ୍ପତ୍ତି ପ୍ରତ୍ୟେକ ଦିଗ ପାଇଁ ଅନୁକୂଳ ରହିବାର ସୂଚନା ପାଇବେ। ମାତ୍ର ସମ୍ପର୍କୀୟମାନଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନି, ବରଂ ସମସ୍ୟାରେ ପଡ଼ିପାରନ୍ତି। କର୍ମକ୍ଷେତ୍ରରେ ଠିକ୍‌ ଓ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ।
ଧନୁ
ଧନୁ
ମୂଳା ନକ୍ଷତ୍ର ପାଇଁ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବେ। ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ସହଯୋଗ ନେଇ କାର୍ଯ୍ୟ ସାଧନ କରିବେ। ଜୋର୍‌ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ।
ମକର
ମକର
ଆଜି ଶ୍ରବଣା ନକ୍ଷତ୍ର କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ମଧ୍ୟ ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ସୁଫଳ ପାଇବେ। ରାଶିରେ ଏକାଧିକଗ୍ରହ ବିବାଦୀୟ ଘଟଣାରେ ବିଜୟଲାଭ କରାଇବ।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ର ସକାଶେ ଆନୁଷ୍ଠାନିକ କାମର ଆରମ୍ଭ ସମୟରେ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ସୂଚନା ରହିଛି। ଭୁଲ୍‌ ବୁଝାମଣା କାରଣରୁ କୌଣସି ବ୍ୟକ୍ତିଙ୍କ ସହ କଳହ ଲାଗିପାରେ। ପାରିବାରିକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ। ସାମାଜିକ କ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ମୀନମୀନ
ଉତ୍ତରାଫାଲଗୁନୀ ନକ୍ଷତ୍ର ଯାହା ଓ ଯେତିକି ପରିମାଣରେ ଆଶା କରୁଥିଲେ ତାହାଠୁ ବହୁତ ପାଇବେ। ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହି ନ ପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କହି ପ୍ରଶଂସିତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri