Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୨ ତାରିଖ – Daily Horoscope

ମେଷ
ଆଜିର ଶୁଭଚନ୍ଦ୍ର ଏକାଧାରାରେ ଅର୍ଥ, ସମ୍ମାନ ଓ ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ପ୍ରଦାନ କରିବ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି କିମ୍ବା ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଦ୍ୱିଜା ନକ୍ଷତ୍ର ସାମଗ୍ରିକ ଦୃଷ୍ଟିକୋଣରୁ ଶୁଭଫଳ ପାଇବେ। ହୋଟେଲ ଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ କାମ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ବୃଷ
ବୃଷ
ତୃତୀୟାଧିପତି ଧନ ସ୍ଥାନରେ ଥିବାରୁ ଆର୍ଥିକ ଉନ୍ନତି ଓ ସମ୍ପର୍କୀୟଙ୍କ ସହ ମିତ୍ରତା ବୃଦ୍ଧି ଘଟିବ। ମଧୁର ବ୍ୟବହାର ଦ୍ୱାରା ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କର ପ୍ରିୟପାତ୍ର ହେବେ। ଯାତ୍ରା, ବାଣିଜ୍ୟ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପ୍ରଦାନ କରିପାରନ୍ତି। କୌଣସି ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ।
ମିଥୁନ
ମିଥୁନ
ରାଶିକୁ ବୁଧ ଦେଖୁଥିବାରୁ ସ୍ବାସ୍ଥ୍ୟ ସମସ୍ୟା କମିଯିବାରୁ ଆଶ୍ୱସ୍ତି ଲାଭ କରିବେ। ନିଜ ପରିସରରେ ସ୍ବଳ୍ପବୟସ୍କ ବାଳକ ସକାଶେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ।
କର୍କଟ
କର୍କଟ
ରାଶ୍ୟାଧିପ ଦ୍ୱାଦଶସ୍ଥ ହେତୁ ଘରଠାରୁ ଦୂରେଇ ରହିବାକୁ ପଡ଼ିପାରେ। ଭୁଲ୍‌ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରିବେ। ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
ପାରିବାରିକ ସମସ୍ୟା ବୃଦ୍ଧି ସାଙ୍ଗକୁ ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବନାହିଁ। ଚନ୍ଦ୍ର ଧନ ଏକାଦଶାଧିପତିଙ୍କ ଦୃଷ୍ଟିରେ ଥିବାରୁ ଆର୍ଥିକ ଅଭିବୃଦ୍ଧିରୁ ଖୁସି ହେବେ। ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ। ପରିସ୍ଥିତି ବଦଳିଯିବା କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।
କନ୍ୟା
ସକାଳୁ ସକାଳୁ କୌଣସି ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ସାମ୍ବାଦିକତା ତଥା ଏଜେନ୍ସିପ୍‌ରୁ ଖୁସି ରହିବେ। ବୁଧ ଗୁରୁଙ୍କ ରାଶିରେ ଥିବାରୁ ଶୁଭ ଖବର ଶୁଣି ଖୁସି ହେବା ସାଙ୍ଗକୁ ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି।
ତୁଳା
ତୁଳା
ରାଶିରେ କେତୁ ଥିଲେ ମଧ୍ୟ ଉଚ୍ଚାରୋହୀ ଶୁକ୍ର ପ୍ରଭାବରୁ ମାନସିକ ସ୍ଥିତି ଭଲ ରହିବ। ପାରିବାରିକ ସମସ୍ୟାକୁ ସମ୍ପର୍କୀୟଙ୍କ ସହାୟତାରେ ସୁଧାରିନେବେ। ଧର୍ମକାର୍ଯ୍ୟର ଆଲୋଚନା କିମ୍ବା ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ।
ବିଛା
ବିଛା
ରାଶିର ଉଭୟ ପାର୍ଶ୍ୱରେ ପାପଗ୍ରହଜନିତ ଅତୀତ ଘଟଣା ସମୂହକୁ ମନେପକାଇ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଅବଶ୍ୟ ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି କାରଣରୁ ସାମାଜିକ ପ୍ରତିଷ୍ଠା ବଢ଼ିବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କୌଣସି ଏକ ସାଧାରଣ କଥା ନେଇ ପରିବହନ କ୍ଷେତ୍ରରେ ଅସୁବିଧାରେ ପଡ଼ିପାରନ୍ତି।
ଧନୁ
ଧନୁ
ଅପୂରଣୀୟ ଆଶା ପୂରଣରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ପାପଗ୍ରହ ମଧ୍ୟସ୍ଥ ଚତୁର୍ଥଭାବ ହେତୁ ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପ୍ରତିବେଶୀଙ୍କ ସହ ମଧୁର ସଂପର୍କ କାମଗୁଡ଼ିକ ସୁବିଧାରେ ହେବା ଦିଗରେ ସାହାଯ୍ୟ କରିବ। ମାଙ୍ଗଳିକ କାମ ଲାଗି ଗୃହସଜ୍ଜା ପ୍ରତି ଆଗ୍ରହ ବଢ଼ିପାରେ।
ମକର
ମକର
ସମ୍ପର୍କୀୟଙ୍କ ସହଯୋଗକ୍ରମେ ଆନୁଷ୍ଠାନିକ କାମ ପ୍ରତି ମନ ବଳାଇବେ। ଅଷ୍ଟମାଧିପତି ରାଶିସ୍ଥ ଯୋଗୁ ପାରିବାରିକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ପ୍ରଶାସନ, ଶିଳ୍ପ, ବାଣିଜ୍ୟ ବ୍ୟବସାୟ, ପରିବହନ ଓ ଏଜେନ୍ସିପ୍‌ରୁ ଖୁସି ରହିବେ।
କୁମ୍ଭ
କୁମ୍ଭ
କର୍ମାଧିପ ସ୍ବକ୍ଷେତ୍ରକୁ ଦେଖୁଥିବାରୁ କର୍ମକ୍ଷେତ୍ରରେ ପ୍ରିୟକଥା କହି ସମସ୍ୟା ସୁଧାରିନେବେ। ନିର୍ମାଣ କାମ ଧିମେଇ ଯିବାରୁ ବ୍ୟସ୍ତତା ଅନୁଭବ କରିବେ। ବ୍ୟବସାୟିକ ସଫଳତା ସନ୍ତୋଷଜନକ ହେବନାହିଁ। ଆଜିର ଯାତ୍ରାରେ ପ୍ରତିବନ୍ଧକର ସାମ୍‌ନା କରିବେ। ଜମିଜମା କାରବାରରେ ବିଳମ୍ବ ହେତୁ ସମସ୍ୟା ଦେଖାଦେଇପାରେ।
ମୀନମୀନ
ମୁଖସ୍ଥ ରାହୁ ହେତୁ ଆଜି ଦିନ ମଧ୍ୟରେ ଯାହା କହିବେ କିମ୍ବା କରିବେ ତାହା ଆପଣଙ୍କ ବିପକ୍ଷରେ ଯାଇପାରେ। ସାମାଜିକ ସ୍ତରରେ କିମ୍ବା ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ। ଆଜିର ଅଫିସ୍‌ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri