Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୨ ତାରିଖ – Daily Horoscope

ମେଷ
ଆଜିର ଶୁଭଚନ୍ଦ୍ର ଏକାଧାରାରେ ଅର୍ଥ, ସମ୍ମାନ ଓ ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ପ୍ରଦାନ କରିବ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି କିମ୍ବା ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଦ୍ୱିଜା ନକ୍ଷତ୍ର ସାମଗ୍ରିକ ଦୃଷ୍ଟିକୋଣରୁ ଶୁଭଫଳ ପାଇବେ। ହୋଟେଲ ଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ କାମ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ବୃଷ
ବୃଷ
ତୃତୀୟାଧିପତି ଧନ ସ୍ଥାନରେ ଥିବାରୁ ଆର୍ଥିକ ଉନ୍ନତି ଓ ସମ୍ପର୍କୀୟଙ୍କ ସହ ମିତ୍ରତା ବୃଦ୍ଧି ଘଟିବ। ମଧୁର ବ୍ୟବହାର ଦ୍ୱାରା ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କର ପ୍ରିୟପାତ୍ର ହେବେ। ଯାତ୍ରା, ବାଣିଜ୍ୟ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପ୍ରଦାନ କରିପାରନ୍ତି। କୌଣସି ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ।
ମିଥୁନ
ମିଥୁନ
ରାଶିକୁ ବୁଧ ଦେଖୁଥିବାରୁ ସ୍ବାସ୍ଥ୍ୟ ସମସ୍ୟା କମିଯିବାରୁ ଆଶ୍ୱସ୍ତି ଲାଭ କରିବେ। ନିଜ ପରିସରରେ ସ୍ବଳ୍ପବୟସ୍କ ବାଳକ ସକାଶେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ।
କର୍କଟ
କର୍କଟ
ରାଶ୍ୟାଧିପ ଦ୍ୱାଦଶସ୍ଥ ହେତୁ ଘରଠାରୁ ଦୂରେଇ ରହିବାକୁ ପଡ଼ିପାରେ। ଭୁଲ୍‌ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରିବେ। ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
ପାରିବାରିକ ସମସ୍ୟା ବୃଦ୍ଧି ସାଙ୍ଗକୁ ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବନାହିଁ। ଚନ୍ଦ୍ର ଧନ ଏକାଦଶାଧିପତିଙ୍କ ଦୃଷ୍ଟିରେ ଥିବାରୁ ଆର୍ଥିକ ଅଭିବୃଦ୍ଧିରୁ ଖୁସି ହେବେ। ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ। ପରିସ୍ଥିତି ବଦଳିଯିବା କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।
କନ୍ୟା
ସକାଳୁ ସକାଳୁ କୌଣସି ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ସାମ୍ବାଦିକତା ତଥା ଏଜେନ୍ସିପ୍‌ରୁ ଖୁସି ରହିବେ। ବୁଧ ଗୁରୁଙ୍କ ରାଶିରେ ଥିବାରୁ ଶୁଭ ଖବର ଶୁଣି ଖୁସି ହେବା ସାଙ୍ଗକୁ ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି।
ତୁଳା
ତୁଳା
ରାଶିରେ କେତୁ ଥିଲେ ମଧ୍ୟ ଉଚ୍ଚାରୋହୀ ଶୁକ୍ର ପ୍ରଭାବରୁ ମାନସିକ ସ୍ଥିତି ଭଲ ରହିବ। ପାରିବାରିକ ସମସ୍ୟାକୁ ସମ୍ପର୍କୀୟଙ୍କ ସହାୟତାରେ ସୁଧାରିନେବେ। ଧର୍ମକାର୍ଯ୍ୟର ଆଲୋଚନା କିମ୍ବା ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ।
ବିଛା
ବିଛା
ରାଶିର ଉଭୟ ପାର୍ଶ୍ୱରେ ପାପଗ୍ରହଜନିତ ଅତୀତ ଘଟଣା ସମୂହକୁ ମନେପକାଇ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଅବଶ୍ୟ ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି କାରଣରୁ ସାମାଜିକ ପ୍ରତିଷ୍ଠା ବଢ଼ିବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କୌଣସି ଏକ ସାଧାରଣ କଥା ନେଇ ପରିବହନ କ୍ଷେତ୍ରରେ ଅସୁବିଧାରେ ପଡ଼ିପାରନ୍ତି।
ଧନୁ
ଧନୁ
ଅପୂରଣୀୟ ଆଶା ପୂରଣରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ପାପଗ୍ରହ ମଧ୍ୟସ୍ଥ ଚତୁର୍ଥଭାବ ହେତୁ ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପ୍ରତିବେଶୀଙ୍କ ସହ ମଧୁର ସଂପର୍କ କାମଗୁଡ଼ିକ ସୁବିଧାରେ ହେବା ଦିଗରେ ସାହାଯ୍ୟ କରିବ। ମାଙ୍ଗଳିକ କାମ ଲାଗି ଗୃହସଜ୍ଜା ପ୍ରତି ଆଗ୍ରହ ବଢ଼ିପାରେ।
ମକର
ମକର
ସମ୍ପର୍କୀୟଙ୍କ ସହଯୋଗକ୍ରମେ ଆନୁଷ୍ଠାନିକ କାମ ପ୍ରତି ମନ ବଳାଇବେ। ଅଷ୍ଟମାଧିପତି ରାଶିସ୍ଥ ଯୋଗୁ ପାରିବାରିକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ପ୍ରଶାସନ, ଶିଳ୍ପ, ବାଣିଜ୍ୟ ବ୍ୟବସାୟ, ପରିବହନ ଓ ଏଜେନ୍ସିପ୍‌ରୁ ଖୁସି ରହିବେ।
କୁମ୍ଭ
କୁମ୍ଭ
କର୍ମାଧିପ ସ୍ବକ୍ଷେତ୍ରକୁ ଦେଖୁଥିବାରୁ କର୍ମକ୍ଷେତ୍ରରେ ପ୍ରିୟକଥା କହି ସମସ୍ୟା ସୁଧାରିନେବେ। ନିର୍ମାଣ କାମ ଧିମେଇ ଯିବାରୁ ବ୍ୟସ୍ତତା ଅନୁଭବ କରିବେ। ବ୍ୟବସାୟିକ ସଫଳତା ସନ୍ତୋଷଜନକ ହେବନାହିଁ। ଆଜିର ଯାତ୍ରାରେ ପ୍ରତିବନ୍ଧକର ସାମ୍‌ନା କରିବେ। ଜମିଜମା କାରବାରରେ ବିଳମ୍ବ ହେତୁ ସମସ୍ୟା ଦେଖାଦେଇପାରେ।
ମୀନମୀନ
ମୁଖସ୍ଥ ରାହୁ ହେତୁ ଆଜି ଦିନ ମଧ୍ୟରେ ଯାହା କହିବେ କିମ୍ବା କରିବେ ତାହା ଆପଣଙ୍କ ବିପକ୍ଷରେ ଯାଇପାରେ। ସାମାଜିକ ସ୍ତରରେ କିମ୍ବା ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ। ଆଜିର ଅଫିସ୍‌ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?