Posted inRasifala

ରାଶିଫଳ: ରବିବାର, ଫେବୃଆରୀ ୨ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା, ଅର୍ଥ କାରବାର, ଚାକିରି କ୍ଷେତ୍ରର ସମସ୍ୟା ଓ ବିବାଦୀୟ ପରିସ୍ଥିତି ଚିନ୍ତା ବଢ଼ାଇବ। ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବାର ସୂଚନା ରହିଛି। ଅନ୍ୟମନସ୍କତାଜନିତ ଯାନବାହନରେ ସମସ୍ୟାର ସମ୍ମୁଖୀନ ହେବେ। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।
ବୃଷ
ବୃଷ
ବନ୍ଧୁଙ୍କ ସାହାଯ୍ୟ ଓ ସହାନୁଭୂତି ହେତୁ ଦିନଟି ଖୁସିରେ ଅତବାହିତ ହେବ। ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ୍‌ ହେବେ। ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଯାତ୍ରା ସଫଳ ହେବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ପରିବାରରେ ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି କାରଣରୁ ଚିନ୍ତା ପ୍ରକଟ କରିବେ। ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିବ ଏବଂ ନିର୍ଦ୍ଦିଷ୍ଟ ଦିଗରୁ ଅର୍ଥ ପାଇବାର ଆଶା ରହିଛି। କ୍ରୀଡ଼ା, କଳା, ସାହିତ୍ୟ, ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି। ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ସମ୍ଭାଳିନେବେ। କର୍ମ ସମ୍ପାଦନ ଓ ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି। ନିଜ ସହ ମିଳିମିଶି କାମ କରୁଥିବା ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା ସାଙ୍ଗକୁ କଚେରି ମାମଲାର ଶୁଣାଣି ପାଇଁ ବ୍ୟସ୍ତ ରହିବେ।
ସି˚ହ
ସି˚ହ
କୌଣସି ଦୋଷଯୁକ୍ତ କାମ ନ କଲେ ମଧ୍ୟ ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ଓ ବ୍ୟବହାରରୁ ଅସନ୍ତୁଷ୍ଟ ରହିବେ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିବା ଭଲ ହେବ। ଆଇନ ଅଦାଲତର ରାୟ ସପକ୍ଷରେ ଯିବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ।
କନ୍ୟା
ପରିବାର ଭିତରେ ଗୋଳମାଳିଆ ପରିସ୍ଥିତି କର୍ମକ୍ଷେତ୍ର ସକାଶେ ବାଧକ ସାଜିପାରେ। ପିଲାମାନଙ୍କ କଳହକୁ କେନ୍ଦ୍ରକରି ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିବ। ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଘରେ ବନ୍ଧୁ ମିଳନ ଓ ଆମୋଦ ପ୍ରମୋଦ ସକାଶେ ନୂତନ ଯୋଜନା କରିବେ।
ତୁଳା
ତୁଳା
କର୍ମାରମ୍ଭ ପାଇଁ ପ୍ରସ୍ତୁତିରେ ସମ୍ପର୍କୀୟଙ୍କ ବିରୁଦ୍ଧାଚରଣ ସମସ୍ୟା ସୃଷ୍ଟି କରିବ। ପାଇବାକୁ ଥିବା ଅର୍ଥ କିମ୍ବା ଜିନିଷପତ୍ରକୁ କେନ୍ଦ୍ରକରି କଳହ ହୋଇପାରେ। କର୍ମକ୍ଷେତ୍ରରେ ଗୁଡ଼ାଏ କାମ ହାତକୁ ନେଇ ବ୍ୟଥିତ ହେବେ। କର୍ମକ୍ଷେତ୍ରରେ କିମ୍ବା ଆଲୋଚନା ପରିସରରେ ଅପ୍ରିୟ ସତ୍ୟ କଥା ଆପଣଙ୍କ ଭାବମୂର୍ତ୍ତିକୁ କ୍ଷୁଣ୍ଣ କରିପାରେ।
ବିଛା
ବିଛା
ଆଜି ଆପଣଙ୍କ ସୁଚିନ୍ତିତ ନିଷ୍ପତ୍ତି ପ୍ରତ୍ୟେକ ଦିଗ ପାଇଁ ଅନୁକୂଳ ରହିବ। ସମ୍ପର୍କୀୟଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା ନ କରି କୌଶଳ ପ୍ରୟୋଗ କରି କାମ ହାସଲ ପାଇଁ ଚେଷ୍ଟା କରିବା ଭଲ ହେବ। କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ। ଏଜେନ୍‌ଶିପ୍‌, ସାମ୍ବାଦିକତା, ରାଜନୀତି, ସାହିତ୍ୟ କ୍ଷେତ୍ରରୁ ସୁଫଳ ପାଇବେ।
ଧନୁ
ଧନୁ
ଯୁକ୍ତିଯୁକ୍ତ କଥା କହି କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡ଼ିପାରେ। ଯାତ୍ରା ସମୟରେ ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇପାରନ୍ତି। ଲୋଭନୀୟ ପ୍ରତିଶ୍ରୁତି ଦେଇ ଅନ୍ୟମାନଙ୍କଠାରୁ ଅର୍ଥ ଆଦାୟରେ ସଫଳ ହେବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ରାସ୍ତା ବାହାର କରିପାରନ୍ତି।
ମକର
ମକର
ଆଜି ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ସୁଫଳ ପାଇବେ। ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ। ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିପାରନ୍ତି।
କୁମ୍ଭ
କୁମ୍ଭ
ସମସ୍ୟା ଲାଗି ରହିଥିଲେ ମଧ୍ୟ କଥା ଓ କାର୍ଯ୍ୟଦକ୍ଷତା ହେତୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ। ଆନୁଷ୍ଠାନିକ କାମ ଆରମ୍ଭ ସମୟରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ପାରିବାରିକ କ୍ଷେତ୍ରରେ ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ମୀନମୀନ

ଆଜି ଆନୁଷ୍ଠାନିକ କାମରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ପରିବହନରୁ ଲାଭବାନ୍‌ ହେବେ। ବନ୍ଧୁ ମେଳରେ ଅପ୍ରିୟ ସତକଥା କହି ପ୍ରଶଂସିତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri