Posted inRasifala

ରାଶିଫଳ: ରବିବାର, ଜୁଲାଇ ୨ ତାରିଖ – Daily Horoscope

ମେଷ
ଆଜି ଧନାଧିପଙ୍କ କର୍ମଭାବକୁ ଦୃଷ୍ଟି ହେତୁ ପ୍ରତ୍ୟେକ କ୍ଷେତ୍ରରେ ଅର୍ଥ, ସମ୍ମାନ ଓ ସହାନୁଭୂତି ଲାଭ କରିବେ। ଆଜିର କାମ ବିଳମ୍ବ ହେବାର ସୂଚନା ରହିଛି। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ ରହିବ। ଅବଶ୍ୟ କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ।
ବୃଷ
ବୃଷ
ନିଜର ଲୋକଙ୍କ ସହ କଳହର ସମ୍ମୁଖୀନ ହେବେ। ବୁଧ ଓ ଶୁକ୍ରଙ୍କ ସୁପ୍ରଭାବରୁ ପ୍ରକାଶନ, ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ କ୍ଷେତ୍ର ଭଲ ରହିବ। ସାଙ୍ଗସାଥୀ କହିବେ ବହୁତ, କଲା ବେଳକୁ ସବୁ କିଛି ଓଲଟା କରିପାରନ୍ତି। ଜମିଜମା, କଳ କାରଖାନା, ହୋଟେଲ ଶିଳ୍ପ, ରେଷ୍ଟୁରାଣ୍ଟ ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ।
ମିଥୁନ
ମିଥୁନ
ଆଜି ଭୁଲ୍‌ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଆରଦ୍ରା ନକ୍ଷତ୍ର ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ପରିବହନ, ବାଣିଜ୍ୟ, ବ୍ୟବସାୟ, ସଭାସମିତି, ଜମିଜମା କ୍ଷେତ୍ରରେ ଉନ୍ନତ ମାନର ଫଳ ମିଳିବ।
କର୍କଟ
କର୍କଟ
ଧନାଧିପ ଲାଭଭାବସ୍ଥ ଯୋଗୁ ବିଭିନ୍ନ କ୍ଷେତ୍ରରୁ ଅର୍ଥ ପାଇବେ ଓ ପଦସ୍ଥ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ସଠିକ୍‌ ନିଷ୍ପତ୍ତି ଆପଣ ନେଇପାରିବେ ନାହିଁ। ସଭା ସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ରାଜନୀତି, ସାଙ୍ଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।
ସି˚ହ
ସି˚ହ
ମଙ୍ଗଳଙ୍କ ଦୁର୍ବଳତା କାରଣରୁ ପରିବେଶରେ କିଛି ଗଡ଼ବଡ଼ ସୃଷ୍ଟି ହେବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। କର୍ମ କ୍ଷେତ୍ରରେ ବାଧା ଉପୁଜିବ। ତଥାପି ବ୍ୟସ୍ତ ହୁଅନ୍ତୁ ନାହିଁ, କାମ ଅଟକିବ ନାହିଁ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହି ନପାରେ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
ଆଜି ଯାହାକୁ ଯାହା କହିବେ ସବୁକିଛି ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ଧନାଧିପ ଧନାଭାବରୁ କର୍ମସ୍ଥ ହେତୁ ଦୀର୍ଘଦିନର ଚେଷ୍ଟା ପରେ ଋଣ ସୂତ୍ରରେ ଆଜିହିଁ ଅର୍ଥଲାଭ କରିବେ। ସ୍ତ୍ରୀଙ୍କ ବରାଦ, ପ୍ରତିଦ୍ୱନ୍ଦ୍ୱୀଙ୍କ କାର୍ଯ୍ୟ, ବାଣିଜ୍ୟରେ ପ୍ରତିବନ୍ଧକଜନିତ ଦୁଶ୍ଚିନ୍ତା ବଢ଼ିପାରେ। ବନ୍ଧୁଙ୍କ ସହାୟତାରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।
ତୁଳା
ତୁଳା
ଗୁରୁଚଣ୍ଡାଳ ଯୋଗଜନିତ ସମସ୍ୟା ଲାଗି ରହିଲେ ମଧ୍ୟ ମନଦେଇ କାମଟିକୁ ପୂରା ନ କରିବା ଯାଏଁ ଛାଡ଼ିବେ ନାହିଁ। ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ପାରିବାରିକ ସ୍ଥିତି ପ୍ରାୟତଃ ପୂର୍ବପରି ରହିବ।
ବିଛା
ବିଛା
ଗୁରୁ ଦୃଷ୍ଟି ମଙ୍ଗଳ ହେତୁ ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ନିୟନ୍ତ୍ରଣାଧୀନ ରହିବ। କିନ୍ତୁ ସାଧାରଣ କଥାରେ ଝଗଡ଼ା ସାଙ୍ଗକୁ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି କରାଇପାରେ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ।
ଧନୁ
ଧନୁ
ରାଶ୍ୟାଧିପ ପାପଯୁକ୍ତଜନିତ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ସମ୍ଭାବନା ରହଛି। କଳା ସାହିତ୍ୟ, ସଙ୍ଗୀତ ତଥା ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ମିଳିବ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପାରିବାରିକ, ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।
ମକର
ମକର
ଚତୁର୍ଥସ୍ଥାନ ପାପଯୁକ୍ତ ହେତୁ ପରିବାରରେ ଭୁଲ ବୁଝାମଣା ନେଇ ଅଶାନ୍ତି ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବେ ନାହିଁ।
କୁମ୍ଭ
କୁମ୍ଭ
ଆଜି କର୍ମଭାବସ୍ଥ ଚନ୍ଦ୍ର ହେତୁ ଅଭିଳଷିତ ଜିନିଷ ପ୍ରାପ୍ତି ହେବା ସାଙ୍ଗକୁ ବନ୍ଧୁଙ୍କ ଆଦରଣୀୟ ହେବେ। ନିଜର ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ବ୍ୟବସାୟିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ରହିବ। ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରି ଯାଇପାରେ।
ମୀନମୀନ
ପାପଗ୍ରହ ଦୃଷ୍ଟିବର୍ଜିତ ହେତୁ କର୍ମକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଗତକାଲିଠାରୁ ଚେଷ୍ଟା କରୁଥିବା କାମଗୁଡିକ ଆଜି ଅପରାହ୍ନେ ଠିକ୍‌ ଭାବରେ ସମ୍ପନ୍ନ ହେବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri