Posted inRasifala

ରାଶିଫଳ: ବୁଧବାର, ଜୁନ୍ ୨ ତାରିଖ – Daily Horoscope

ମେଷ
ନୀଚାରୋହୀ ମଙ୍ଗଳ ହେତୁ ଆପଣଙ୍କ ଦୈହିକ ଦୁର୍ବଳତା କାର୍ଯ୍ୟହାନିର କାରଣ ହେବ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
ବୃଷ
ବୃଷ
ଅଫିସରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ବୃହସ୍ପତିଙ୍କ କୁପ୍ରଭାବରୁ ଅଟକି ରହିଥିବା କାମର ଚିନ୍ତା ଆଜି ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଓ ପରିବହନ ବେଶ୍‌ ଭଲରେ ଚାଲିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି କିମ୍ବା ସମସ୍ୟାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ଶୁଭଗ୍ରହ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ବିଜୟଲାଭ କରିବେ ଏବଂ ବନ୍ଧୁଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ବିଭିନ୍ନ ଯୋଜନା, ସାଂଗଠନିକ କାର୍ଯ୍ୟ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ପରିବାର ଭିତରେ ସମ୍ପର୍କ ହାନି ଚିନ୍ତା ବୃଦ୍ଧି କରିପାରେ। ସଂଯମତାର ଅଭାବ ଦୁଶ୍ଚିନ୍ତାର କାରଣ ହେବାର ଆଶଙ୍କା ରହିଛି।
କର୍କଟ
କର୍କଟ
ଆଜି ବନ୍ଧୁଙ୍କ ସହ ବିବାଦ ଓ କିଛି ନୂତନ କାମରେ ପ୍ରତିବନ୍ଧକ ହେତୁ ଚିନ୍ତିତ ରହିବେ। ପରିବାରରେ ପୂର୍ବ ସମସ୍ୟା ସମାଧାନରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି। ସଭାସମିତିରେ ଅପ୍ରିୟ ସତ୍ୟ ପ୍ରକାଶ କରି ବନ୍ଧୁଙ୍କ ଅପ୍ରିୟଭାଜନ ହେବେ। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ସମ୍ପୂର୍ଣ୍ଣ ନ ହୋଇପାରେ।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟ ଓ ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ସରସ ସୁନ୍ଦର କରିବ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ଆଜି ସତକଥା କହି ବିବାଦ ଘେରରେ ପଡିପାରନ୍ତି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ସନ୍ଦେହ ଘେରରେ ରହିବେ। କୌଣସି ଗୁଜବ ମନକୁ ଚହଲାଇ ଦେବାର ସୂଚନା ରହିଛି। କର୍ମକ୍ଷେତ୍ରରେ ଲକ୍ଷ୍ୟ ପୂରଣ ଦିଗରେ ଅସହଯୋଗ, ଅସମ୍ମାନ ପାଇ ଦୁଃଖିତ ହେବେ। ଅର୍ଥ କିମ୍ବା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ।
ତୁଳା
ତୁଳା
ନୂତନ ବନ୍ଧୁ ସମ୍ପର୍କ ଓ ସୁଚିନ୍ତିତ କାର୍ଯ୍ୟଧାରା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ। ଜଣେ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। କୌଣସି ନିର୍ଦ୍ଦିଷ୍ଟ କାରଣ ନ ଥାଇ ସାୟାହ୍ନେ ମନଟା ଭଲ ଲାଗି ନ ପାରେ। ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତ ହେବେ।
ବିଛା
ବିଛା
ଯାହା ଖୋଜୁଛନ୍ତି ଓ ଆଶା କରୁଛନ୍ତି ଅବଶ୍ୟ ପାଇବେ, ମାତ୍ର ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିବା ଭଲ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ କୌଶଳ ପ୍ରୟୋଗ କଲେ ଉପକୃତ ହେବେ। ନିଜେ ରହିବା ପରିସରରେ ସାଧାରଣ କଥାକୁ କେନ୍ଦ୍ର କରି ଅପରାହ୍ନରେ ଟେନସନ୍‌ ବଢିପାରେ।
ଧନୁ
ଧନୁ
ବନ୍ଧୁଙ୍କ ଅସୌଜନ୍ୟମୂଳକ ବ୍ୟବହାରରେ କର୍ମକ୍ଷେତ୍ରରେ ଅସନ୍ତୋଷର ମାତ୍ରା ବୃଦ୍ଧି ପାଇବ। ଅତି ଦରକାରୀ ଜିନିଷଗୁଡିକ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇବେ। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି।
ମକର
ମକର
ବନ୍ଧୁଙ୍କ ସହ ଆଲୋଚନା ପରିସରରେ ନୀରବତା ଅବଲମ୍ବନ କରିବାକୁ ପସନ୍ଦ କରିବେ। ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ,ଏହି କାରଣରୁ ପାଖ ମାଡିବେ ନାହିଁ। ରୁଗ୍‌ଣ ପିତା କିମ୍ବା ମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାର ଲକ୍ଷଣ ପ୍ରକାଶ ପାଇବ। ପାଖ ପଡୋଶୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି କାମପାଇଁ ଆଗଭର ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ଯାତ୍ରା, ଶୁଭ କାର୍ଯ୍ୟାରମ୍ଭ, ସତ୍‌ଚିନ୍ତା ଓ ଶୁଦ୍ଧଭାବନା ମନରେ ଭାବାନ୍ତର ସୃଷ୍ଟି କରିବ। ସାମାନ୍ୟ କେତେକ ସଧାରଣ ଅସୁବିଧାକୁ ବାଦ୍‌ ଦେଲେ ଦିନଟିରେ ବହୁତ ଭଲ କାମ କରିବେ। ନୂତନ ଜିନିଷ କ୍ରୟ କରିବା ସକାଶେ ପାଇଁ ମନ ବଳାଇପାରନ୍ତି। ପରିବାର ମଧ୍ୟରେ ଛୋଟ କଥାକୁ ଧରିଲେ ଅଯଥା ସୁସମ୍ପର୍କ ବ୍ୟାହତ ହେବ।
ମୀନମୀନ
ଆଜିର ଫେରନ୍ତା ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରି ପାରନ୍ତି। ବାକି ଅର୍ଥ ଆଦାୟରେ ସକ୍ଷମ ହେବେ କିନ୍ତୁ ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହାତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ବୁଝାମଣାରେ ଉନ୍ନତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri