Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୨ ତାରିଖ – Daily Horoscope

ମେଷ
ଆଜି ଭଲ କାମଗୁଡ଼ିଏ କରିବେ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ମାନିତ ହେବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବାର ଅନୁକୂଳ ବାତାବରଣ ସୃଷ୍ଟି ହେବ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି, ରାଜନୀତି, କଳା, ଅଧ୍ୟାପନା କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ବନ୍ଧୁମାନଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କଳ୍ପନା କିମ୍ବା ଆଶା କରିନଥିବା ଜିନିଷ ଲାଭ କରି ଖୁସି ହୋଇଯିବେ। କଳା, ସାହିତ୍ୟ, ସଙ୍ଗୀତ ଓ ବକ୍ତୃତା କ୍ଷେତ୍ରରୁ ସୁଫଳ ମିଳିବ ଏବଂ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ମନକଥା ମନରେ ରଖିପାରିବେ ନାହିଁ, ଫଳରେ ପାରିବାରିକ ସମସ୍ୟା ସୃଷ୍ଟି ହେବ। ସାମାଜିକ କ୍ଷେତ୍ର କିମ୍ବା ସଭାସମିତିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ଅଭାବ ଅସୁବିଧା ନ ଥିଲେ ମଧ୍ୟ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଗତକାଲିଠାରୁ ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ। କାମ ସୁରୁଖୁରୁରେ ସମ୍ପନ୍ନ ହେବା ସକାଶେ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡ଼ିପାରେ। ସଭାସମିତିରେ ସଫଳତା ହାସଲ କରିବେ, କିନ୍ତୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ସି˚ହ
ସି˚ହ
ଆମତ୍ୀୟମାନଙ୍କ ପରୋକ୍ଷ ଶତ୍ରୁତା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ସୂଚନା ରହିଛି। ଶେଷ ସମୟରେ ସୁଯୋଗ ହାତଛଡ଼ା ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବାରେ ହେଳା କଲେ ପରେ ଅନୁତାପ କରିବାକୁ ସମୟ ପାଇବେ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସୁଫଳ ଲାଭ ସକାଶେ ଆଶାବାଦିନୀ ହେବେ।
କନ୍ୟା
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ଅର୍ଥ ସଂକଟ ହେତୁ କାମଗୁଡିକ ସମ୍ପନ୍ନ ଦିଗରେ ସମସ୍ୟା ସୃଷ୍ଟି ହେବ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ, କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ପରିବହନ, ରପତ୍ାନି ବାଣିଜ୍ୟ, ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବେ।
ବିଛା
ବିଛା
 ପ୍ରୟୋଗାତ୍ମକ କୌଶଳ କାରଣରୁ ଅସାଧ୍ୟ କାମ ସାଧନ କରିବାରେ ସମର୍ଥ ହେବେ। ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। କୌଣସି ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ମନରେ ଉଙ୍କି ମାରିବ।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ, କିନ୍ତୁ ନିଜ ଲୋକମାନଙ୍କ ନିକଟରୁ କ୍ରମଶଃ ଦୂରେଇ ଯାଇ ପାରନ୍ତି। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଘରେ ବିତର୍କକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ।
ମକର
ମକର
ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ପରିଲକ୍ଷିତ ହେବାରୁ ଦୁଶ୍ଚିନ୍ତା ବଢ଼ିଯାଇପାରେ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ସହକର୍ମୀଙ୍କୁ ବିଭିନ୍ନ ପ୍ରକାର ବିନୟପୂର୍ଣ୍ଣ କଥା କହିବେ। କର୍ମକ୍ଷେତ୍ରରେ ଶେଷ ସମୟରେ ଆପଣଙ୍କ ପାଇଁ ବିଚାର ବଦଳି ଯାଇପାରେ। ଅଧିକାଂଶ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିବ।
କୁମ୍ଭ
କୁମ୍ଭ
ମନ ବିଚଳିତ ରହିବ, କିନ୍ତୁ ପରକ୍ଷଣରେ ସବୁ କିଛି ଠିକ୍‌ ହୋଇଯିବ। ଆଗନ୍ତୁକଟି ଆପଣଙ୍କ ପ୍ରଶଂସାରେ ଶତମୁଖ ହୋଇ ଉଠିବ। ଜମା ଭଲ ପଡୁନଥିବା ଅନ୍ୟମାନଙ୍କ ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ପରିବାରର ବ୍ୟତିକ୍ରମ ଘଟଣାଟି ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ।
ମୀନମୀନ
ଭାବପ୍ର୍ରବଣତାରେ ଭାସିଯାଇ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ପରିବାରରେ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବେଳକୁ ବେଳ ପରିବାରର ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିବେ। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri